Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ
ଗତକାଲି ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। ଶନିଙ୍କ ପ୍ରଭାବରୁ କାମ ଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।
ବୃଷ
ବୃଷ

ପାରିବାରିକ ସମସ୍ୟାକୁ ବାରମ୍ବାର ଚିନ୍ତା କରିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ରାହୁଙ୍କ କୁପ୍ରଭାବରୁ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।

ମିଥୁନ
ମିଥୁନ
ଆଜି ହାତକୁ ନେଇଥିବା କାମଗୁଡିକ ସୁବିଧାରେ ହୋଇଯିବ। ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଦୁଶ୍ଚିନ୍ତାର କାରଣ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢିଚାଲିବ। ପିଲାମାନଙ୍କ ବିଷୟ ଚିନ୍ତା କରି ଅସ୍ଥିରତା ଅନୁଭବ କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ଅସୁବିଧା ହେବନି। ନିର୍ମାଣ କାର୍ଯ୍ୟ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି କେତେକ କାମ କରିବାକୁ ବାଧ୍ୟ ହେବେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିପାରନ୍ତି।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍‌ ହୋଇଯିବ। ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ। ପ୍ରତିଦ୍ୱନ୍ଦ୍ୱିତାରେ ନିଶ୍ଚିତ ବିଜୟ ଲାଭ କରିବେ। ବନ୍ଧୁ ଗହଣରେ ସମ୍ମାନିତ ହୋଇପାରନ୍ତି।
କନ୍ୟା
ଆଜି ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଅପୂରଣୀୟ ଆଶା ମନକୁ ଆଲୋଡନ କରିବା କାରଣରୁ ସାମୟିକ ଅଶାନ୍ତ ରହିପାରନ୍ତି। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ବ୍ୟବସାୟିକ ସ୍ଥିତି ସୁଦୃଢ ରହିବ ଓ ପରିବହନରେ ମଧ୍ୟ ଲାଭବାନ ହେବେ।
ତୁଳା
ତୁଳା
ଆଜି ପ୍ରତିଯୋଗିତା, ମାଲି ମକଦ୍ଦମା ଓ ବିବାଦୀୟ ଘଟଣାରେ ବିଜୟଲାଭ ଅବଶ୍ୟମ୍ଭାବୀ। ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ ଓ ସ୍ନେହ, ସଦିଚ୍ଛା ଲାଭ କରିବେ। ଶିଳ୍ପ,ବାଣିଜ୍ୟ ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ଦେଖାଯିବ।
ବିଛା
ବିଛା
ଅଧିକାଂଶ ସମୟ ଅନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ଆର୍ଥିକ ସ୍ଥିତିରେ ଅଭାବ କାର୍ଯ୍ୟହାନିର କାରଣ ହୋଇପାରେ। କ୍ରୀଡା, କଳା ସାହିତ୍ୟ ଓ ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏ ସମାଧାନ ହୋଇଯିବ।
ଧନୁ
ଧନୁ
ସକାଳୁ ସକାଳୁ ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିବ। ଆଜିର ଯାତ୍ରା, ପରିବହନ, ବ୍ୟବସାୟ ଓ ବାଣିଜ୍ୟ ମାନ୍ଦା ହେବ ନାହିଁ। ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କୌଣସି ନୂତନ କର୍ମାରମ୍ଭ ପାଇଁ ମନ ବଳାଇବେ।
ମକର
ମକର

ଆଜି ସକାଳୁ ଯେଉଁ କାମରେ ବାହାରିଛନ୍ତି ସେଥିରେ ସଫଳତା ଅବଶ୍ୟ ପାଇବେ। ପରିବାରରେ ଶାନ୍ତି ଫେରି ଆସିବ। ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ। ନିକଟ ସମ୍ପର୍କୀୟମାନେ ହତାଦର କରିପାରନ୍ତି।

କୁମ୍ଭ
କୁମ୍ଭ
ଯେତେ ପ୍ରକାରର ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି। ହଠାତ୍‌ ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବେ।
ମୀନମୀନ

କର୍ମକ୍ଷେତ୍ରରେ ମିଥ୍ୟାରୋପର ଅଭିଯୋଗ କ୍ରମେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ଗୁରୁ ଦାୟିତ୍ୱ ବହନ କରିବାକୁ ପଡିବ। ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri