Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ
ଚନ୍ଦ୍ରକେନ୍ଦ୍ରରେ ଶୁକ୍ର ଥିବାରୁ ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ ,ବନ୍ଧୁ ମିଳନ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ। ଅନ୍ତରଙ୍ଗ ବନ୍ଧୁଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ।
ବୃଷ
ବୃଷ
ରାହୁ ଓ ବୁଧ ଧନସ୍ଥ ଯୋଗୁଁ ବନ୍ଧୁଙ୍କ ସହ ଅର୍ଥସମ୍ପର୍କୀୟ ବିବାଦ ଦେଖାଦେଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ। କଳା, ସାହିତ୍ୟ, ଆଧ୍ୟାତ୍ମିକ ସଭା ସମିତିରେ ସମ୍ମାନିତ ହେବେ।
ମିଥୁନ
ମିଥୁନ
ନିଜ କାମ ପଛକୁ ପକାଇ ଅସୁବିଧାରେ ଥିବା ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ସାଧାରଣ ଘଟଣାକୁ ଅତିରଞ୍ଜିତ କରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ମିଥୁନ ଓ ଧନୁରାଶି ପାପଯୁକ୍ତ ହେତୁ ବିବାଦୀୟ ଘଟଣା କିମ୍ବା ମାଲିମକଦ୍ଦମା ଅମୀମାଂସୀତ ରହିବ।
କର୍କଟ
କର୍କଟ
ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ। ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି। ଚନ୍ଦ୍ରମୁଖଭାବସ୍ଥ ଯୋଗୁଁ ମାନସିକ ଓ ଶାରୀରିକ ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବାରୁ ଖୁସୀ ରହିବେ। ଦୀର୍ଘଦିନର ଟେନସନ୍‌ କମିଯିବ, ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ।
ସି˚ହ
ସି˚ହ
ବ୍ୟୟାଧିପ ରାଶିରେ ବ୍ୟୟବହୁଳତା ସଙ୍ଗକୁ ଦୂରଯାତ୍ରା ପାଇଁ ରାସ୍ତା ଉନ୍ମୁକ୍ତ କରିପାରନ୍ତି। ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇବେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପାରିବାରିକ ସ୍ଥିରତା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ବୁଧପାପଗ୍ରହ ଯୁକ୍ତ ହେତୁ ବାରମ୍ବାର ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିବେ। ହସ୍ତା ନକ୍ଷତ୍ରକୁ ନିକଟ ସମ୍ପର୍କୀୟମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ବହୁତ ଦିନରୁ ଅଟକି ରହି ଯାଇଥିବା ଅର୍ଥ ଲାଭରୁ ଖୁସୀ ରହିବେ।
ତୁଳା
ତୁଳା
ସ୍ଥଗିତ କାମସକାଶେ ଅନ୍ୟର ସାହାଯ୍ୟ ଲୋଡିବାକୁ ବାଧ୍ୟ ହେବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ କିନ୍ତୁ ପ୍ରତିବନ୍ଧକ ଲାଗି ରହିବ। ବିଶାଖା ନକ୍ଷତ୍ର ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।
ବିଛା
ବିଛା
ଅନ୍ୟମନସ୍କତାଜନିତ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ବନ୍ଧୁମାନଙ୍କ ଗହଣରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ବାଧ୍ୟହୋଇପାରନ୍ତି।
ଧନୁ
ଧନୁ
ମୂଳା ନକ୍ଷତ୍ରର ବିଭିନ୍ନ ବିଷୟରେ ଚିନ୍ତାକରି ମନଟା ଭଲ ଲାଗିବ ନାହିଁ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହା କି ଅଶାନ୍ତିକୁ ନିମନ୍ତ୍ରଣ କରିପାରେ। ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କେତୁଗ୍ରହ ଯୁକ୍ତ ବୃହସ୍ପତିଜନିତ ଦୈହିକ ଦୁର୍ବଳତା ମାନସିକ ସ୍ଥିତିକୁ ନିରୁତ୍ସାହିତ କରିବ।
ମକର
ମକର

ଶ୍ରବଣା ନକ୍ଷତ୍ରର ଚେଷ୍ଟା କରୁଥିବା କାମରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ପଡୋଶୀ କେହି ପ୍ରତିବାଦ କରି ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରନ୍ତି। ଶିକ୍ଷା, ପରୀକ୍ଷା, ସନ୍ତାନ, ଲେଖାପଢା, ଆଲୋଚନା ଓ ସଭାସମିତି କ୍ଷେତ୍ରରୁ ପ୍ରଶଂସିତ ହେବେ।

କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ର ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଆକସ୍ମିକ ଯାତ୍ରା କରିବାକୁ ପଡିପାରେ। ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ସରକାରୀ କାମରେ ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି।
ମୀନମୀନ

ଉପରିସ୍ଥଙ୍କ ସାହାଯ୍ୟରୁ କର୍ମକ୍ଷେତ୍ରର ସମସ୍ୟା ସମାଧାନ ହେବା ସଙ୍ଗକୁ ଟେନସନ୍‌ କମିଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ପରୋକ୍ଷ ଶତ୍ରୁତା କାରଣରୁ ସମସ୍ୟା ଆସିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?