Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍ ୨୬ ତାରିଖ – Daily Horoscope

ମେଷ
ଚନ୍ଦ୍ର ଓ ମଙ୍ଗଳ ଷଡ଼ାଷ୍ଟକ ସ୍ଥିତିରେ ରହୁଥିବାରୁ ଆପଣ ଯାହା ଓ ଯେମିତି ଚାହୁଁଛନ୍ତି ପରିବାର ସଦସ୍ୟମାନେ ତାହା ମାନି ନ ପାରନ୍ତି। କିନ୍ତୁ କର୍ମକ୍ଷେତ୍ରରେ ବନ୍ଧୁ ମାନଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ଅପରାହ୍ନରେ ସମାଧାନ ହୋଇଯିବ। ଶ୍ରମିକ କିମ୍ବା କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ।
ବୃଷ
ବୃଷ
ଭୁଲ୍‌ ବୁଝାମଣା ହେତୁ ସୁସମ୍ପର୍କରେ ବୈରମନୋଭାବ, ଜମିଜମା କାରବାରରେ କଳହର ସମ୍ମୁଖୀନ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ। ବାଧ୍ୟବାଧକତାରେ ସରକାରୀ କାମରେ ବିଶେଷ ଭ୍ରମଣ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ।
ମିଥୁନ
ମିଥୁନ
ପାପକ୍ରାନ୍ତ ବୁଧଙ୍କ ଯୋଗୁ ଅସୁବିଧାରେ ଥିଲେ ମଧ୍ୟ ନିଜ ପରିସରର ଲୋକମାନଙ୍କ ସାହାଯ୍ୟରୁ କୌଣସି କାମ ଅଟକିବ ନାହିଁ। ଗୃହସୀମାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଗବେଷଣା, ସଭାସମିତି, କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
କର୍କଟ
କର୍କଟ
ବିଳାସକାରକ ଗ୍ରହ ଶୁକ୍ର ଏକାଦଶସ୍ଥ ହେତୁ ଭୋଗ ବିଳାସ, କ୍ରୀଡ଼ା, ଚଳଚ୍ଚିତ୍ର ଓ ମଉଜ ମଜଲିସ୍‌ ସକାଶେ ମନ ବଳାଇବେ। ସାଧାରଣ ବ୍ୟତିକ୍ରମଜନିତ ସମସ୍ୟା ଆଲୋଚନା ଦ୍ୱାରା ସମାଧାନ ହୋଇଯିବ। ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି , ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ବ୍ୟବସାୟ, ବାଣିଜ୍ୟରେ ଉନ୍ନତି ଘଟିବ।
ସି˚ହ
ସି˚ହ
ଦୁଃସ୍ଥାନସ୍ଥ ମଙ୍ଗଳଙ୍କ ଯୋଗୁ ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହେବା କାରଣରୁ ମନ ଭଲ ରହିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ସାମାଜିକ ସ୍ତରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ସ୍ବଗୃହୀଶନି ଶତ୍ରୁ ନକ୍ଷତ୍ରସ୍ଥ ଯୋଗୁ ଭୁଲ୍‌ ନିଷ୍ପତ୍ତି ନେଇ ପରେ ଅନୁତାପ କରିପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ଶିକ୍ଷା,ସନ୍ତାନ କ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ। ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବାରେ ଅବହେଳା କରିପାରନ୍ତି।
ତୁଳା
ତୁଳା
କୌଣସି ବିଜାତୀୟ ବ୍ୟକ୍ତିଙ୍କ ସହ ସମ୍ପର୍କ ବୃଦ୍ଧିକୁ ସନ୍ଦେହ କରି ଘରେ ବିଭିନ୍ନ ପ୍ରକାରର କଥା ଶୁଣିବାକୁ ପଡ଼ିପାରେ। ଭାଗ୍ୟଭାବସ୍ଥ ରବି ସହ ବୁଧ ଜନିତ ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହଯୋଗରୁ ଉପକୃତ ହେବ। ଶତ୍ରୁ ଉପଦବ୍ର ସମ୍ପୂର୍ଣ୍ଣ ଭାବେ କମିଯିବାର ଅନୁଭବ କରିପାରନ୍ତି।
ବିଛା
ବିଛା
ଷଡ଼ାଷ୍ଟକ ସ୍ଥିତିରେ ଶନି ଓ ଚନ୍ଦ୍ର ଯୋଗୁ ନିକଟ ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପଛରୁ ଗୋଡ ଟାଣି ପାରନ୍ତି। ପରିବାରରେ ସହମତି ଓ ସହଯୋଗ ଅଭାବରୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡିବ।
ଧନୁ
ଧନୁ
ରବିଙ୍କ ନକ୍ଷତ୍ରରେ ଧନାଧିପ ଶନିଙ୍କ ସ୍ଥିତି କାରଣରୁ ଆଶା କରୁଥିବା ଦିଗରୁ ଅର୍ଥ ଓ ଆବଶ୍ୟକୀୟ ସହଯୋଗ ପାଇବେନି। କେତେକ ବ୍ୟକ୍ତିଗତ କାରଣରୁ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଦୀର୍ଘଦିନର ପୁରୁଣା ରୋଗ ସକାଶେ ବିଶେଷ ଚିନ୍ତିତ ରହିପାରନ୍ତି।
ମକର
ମକର

ଦ୍ୱାଦଶସ୍ଥ ପାପଗ୍ରହ କେତୁଙ୍କ ଯୋଗୁ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ। ଏକ ଗୁରୁତ୍ୱପୂର୍ଣ୍ଣ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପାରନ୍ତି। କେତେକ ମନଗଢା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ।

କୁମ୍ଭ
କୁମ୍ଭ
ମଙ୍ଗଳଗ୍ରହ ଶନିଙ୍କ ତୃତୀୟ ଦୃଷ୍ଟିରେ ଥିବାରୁ ପ୍ରତ୍ୟେକ ଦିଗରୁ ଅସୁବିଧା ଭିତର ଦେଇ କାମ କରିବାକୁ ପଡିପାରେ। ଅପରକୁ ସାହାଯ୍ୟ ପରିପ୍ରେକ୍ଷୀରେ ଅଯଥା କଷ୍ଟ ଅନୁଭବ କରିବାକୁ ପଡିପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ଓ ସାଧାରଣ କଥାକୁ ଅସାଧାରଣ ଭାବେ ଚିନ୍ତା କରିବେ।
ମୀନମୀନ

ବଳବାନ୍‌ ଶନିଙ୍କ କୃପାରୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ରାଶିରେ ମୁଖାଧପ ମଙ୍ଗଳ ଥିବାରୁ ପରିବାରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri