Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍ ୨୬ ତାରିଖ – Daily Horoscope

ମେଷ
ଚନ୍ଦ୍ର ଓ ମଙ୍ଗଳ ଷଡ଼ାଷ୍ଟକ ସ୍ଥିତିରେ ରହୁଥିବାରୁ ଆପଣ ଯାହା ଓ ଯେମିତି ଚାହୁଁଛନ୍ତି ପରିବାର ସଦସ୍ୟମାନେ ତାହା ମାନି ନ ପାରନ୍ତି। କିନ୍ତୁ କର୍ମକ୍ଷେତ୍ରରେ ବନ୍ଧୁ ମାନଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ଅପରାହ୍ନରେ ସମାଧାନ ହୋଇଯିବ। ଶ୍ରମିକ କିମ୍ବା କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ।
ବୃଷ
ବୃଷ
ଭୁଲ୍‌ ବୁଝାମଣା ହେତୁ ସୁସମ୍ପର୍କରେ ବୈରମନୋଭାବ, ଜମିଜମା କାରବାରରେ କଳହର ସମ୍ମୁଖୀନ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ। ବାଧ୍ୟବାଧକତାରେ ସରକାରୀ କାମରେ ବିଶେଷ ଭ୍ରମଣ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ।
ମିଥୁନ
ମିଥୁନ
ପାପକ୍ରାନ୍ତ ବୁଧଙ୍କ ଯୋଗୁ ଅସୁବିଧାରେ ଥିଲେ ମଧ୍ୟ ନିଜ ପରିସରର ଲୋକମାନଙ୍କ ସାହାଯ୍ୟରୁ କୌଣସି କାମ ଅଟକିବ ନାହିଁ। ଗୃହସୀମାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଗବେଷଣା, ସଭାସମିତି, କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
କର୍କଟ
କର୍କଟ
ବିଳାସକାରକ ଗ୍ରହ ଶୁକ୍ର ଏକାଦଶସ୍ଥ ହେତୁ ଭୋଗ ବିଳାସ, କ୍ରୀଡ଼ା, ଚଳଚ୍ଚିତ୍ର ଓ ମଉଜ ମଜଲିସ୍‌ ସକାଶେ ମନ ବଳାଇବେ। ସାଧାରଣ ବ୍ୟତିକ୍ରମଜନିତ ସମସ୍ୟା ଆଲୋଚନା ଦ୍ୱାରା ସମାଧାନ ହୋଇଯିବ। ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି , ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ବ୍ୟବସାୟ, ବାଣିଜ୍ୟରେ ଉନ୍ନତି ଘଟିବ।
ସି˚ହ
ସି˚ହ
ଦୁଃସ୍ଥାନସ୍ଥ ମଙ୍ଗଳଙ୍କ ଯୋଗୁ ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହେବା କାରଣରୁ ମନ ଭଲ ରହିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ସାମାଜିକ ସ୍ତରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ସ୍ବଗୃହୀଶନି ଶତ୍ରୁ ନକ୍ଷତ୍ରସ୍ଥ ଯୋଗୁ ଭୁଲ୍‌ ନିଷ୍ପତ୍ତି ନେଇ ପରେ ଅନୁତାପ କରିପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ଶିକ୍ଷା,ସନ୍ତାନ କ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ। ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବାରେ ଅବହେଳା କରିପାରନ୍ତି।
ତୁଳା
ତୁଳା
କୌଣସି ବିଜାତୀୟ ବ୍ୟକ୍ତିଙ୍କ ସହ ସମ୍ପର୍କ ବୃଦ୍ଧିକୁ ସନ୍ଦେହ କରି ଘରେ ବିଭିନ୍ନ ପ୍ରକାରର କଥା ଶୁଣିବାକୁ ପଡ଼ିପାରେ। ଭାଗ୍ୟଭାବସ୍ଥ ରବି ସହ ବୁଧ ଜନିତ ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହଯୋଗରୁ ଉପକୃତ ହେବ। ଶତ୍ରୁ ଉପଦବ୍ର ସମ୍ପୂର୍ଣ୍ଣ ଭାବେ କମିଯିବାର ଅନୁଭବ କରିପାରନ୍ତି।
ବିଛା
ବିଛା
ଷଡ଼ାଷ୍ଟକ ସ୍ଥିତିରେ ଶନି ଓ ଚନ୍ଦ୍ର ଯୋଗୁ ନିକଟ ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପଛରୁ ଗୋଡ ଟାଣି ପାରନ୍ତି। ପରିବାରରେ ସହମତି ଓ ସହଯୋଗ ଅଭାବରୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡିବ।
ଧନୁ
ଧନୁ
ରବିଙ୍କ ନକ୍ଷତ୍ରରେ ଧନାଧିପ ଶନିଙ୍କ ସ୍ଥିତି କାରଣରୁ ଆଶା କରୁଥିବା ଦିଗରୁ ଅର୍ଥ ଓ ଆବଶ୍ୟକୀୟ ସହଯୋଗ ପାଇବେନି। କେତେକ ବ୍ୟକ୍ତିଗତ କାରଣରୁ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଦୀର୍ଘଦିନର ପୁରୁଣା ରୋଗ ସକାଶେ ବିଶେଷ ଚିନ୍ତିତ ରହିପାରନ୍ତି।
ମକର
ମକର

ଦ୍ୱାଦଶସ୍ଥ ପାପଗ୍ରହ କେତୁଙ୍କ ଯୋଗୁ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ। ଏକ ଗୁରୁତ୍ୱପୂର୍ଣ୍ଣ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପାରନ୍ତି। କେତେକ ମନଗଢା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ।

କୁମ୍ଭ
କୁମ୍ଭ
ମଙ୍ଗଳଗ୍ରହ ଶନିଙ୍କ ତୃତୀୟ ଦୃଷ୍ଟିରେ ଥିବାରୁ ପ୍ରତ୍ୟେକ ଦିଗରୁ ଅସୁବିଧା ଭିତର ଦେଇ କାମ କରିବାକୁ ପଡିପାରେ। ଅପରକୁ ସାହାଯ୍ୟ ପରିପ୍ରେକ୍ଷୀରେ ଅଯଥା କଷ୍ଟ ଅନୁଭବ କରିବାକୁ ପଡିପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ଓ ସାଧାରଣ କଥାକୁ ଅସାଧାରଣ ଭାବେ ଚିନ୍ତା କରିବେ।
ମୀନମୀନ

ବଳବାନ୍‌ ଶନିଙ୍କ କୃପାରୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ରାଶିରେ ମୁଖାଧପ ମଙ୍ଗଳ ଥିବାରୁ ପରିବାରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri