Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୩ ତାରିଖ – Daily Horoscope

ମେଷ
ଆଜିର ଅଷ୍ଟମସ୍ଥ ବଳହୀନ ଚନ୍ଦ୍ର ମାନସିକ ଅସ୍ଥିରତାକୁ ବୃଦ୍ଧି କରିବ। କିନ୍ତୁ ଧନସ୍ଥାନରୁ ଶୁକ୍ର ଦୃଷ୍ଟସ୍ଥ ହେତୁ କୌଣସି ବିବାଦୀୟ ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି। ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟା ଅବଶ୍ୟ ରହିବ,କିନ୍ତୁ କିଛି ଅସୁବିଧା ହେବନାହିଁ, କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ସ୍ବଗୃହସ୍ଥ ରାଶ୍ୟାଧିପତିଙ୍କ ଶୁଭ ପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହେବାରେ ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କାମରେ କିମ୍ବା ରାଜନୈତିକ କ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ମିଥୁନ
ମିଥୁନ
ଧନାଧିପ ଷଷ୍ଠସ୍ଥ ହେତୁ ରୋଗପୀଡା,ଋଣଗ୍ରସ୍ତ ଓ ଶତ୍ରୁତା ହେତୁକ ଚିନ୍ତିତ ରହିପାରନ୍ତି। ଆଜି ପୂର୍ବ ଯୋଜନା ଅନୁଯାୟୀ କର୍ମ କରିବାରେ ସମର୍ଥ ହେବେ ଓ କାମ ମଧ୍ୟ ଅଟକିବ ନାହିଁ। ପାରିବାରିକ ସ୍ତରରେ ପୁରୁଣା କଥାକୁ ଦୋହରାଇଲେ ସମସ୍ୟା ଆସିପାରେ। ବ୍ୟବସାୟିକ ସ୍ଥିତି ପୂର୍ବପରି ରହିବ କିନ୍ତୁ ସମସ୍ୟା ବହୁଳ ରହିବ।
କର୍କଟ
କର୍କଟ
କ୍ରମବର୍ଦ୍ଧିଷ୍ଣୁ ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅଶାନ୍ତିର କାରଣ ହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭ ପାଇବେ, ମାତ୍ର ଆଶାନୁରୂପ ହେବାର କ୍ଷୀଣଆଶା ରହିଛି। ଆଜିର ନୂତନ କର୍ମାରମ୍ଭ ପ୍ରୀତିପଦ ହେବ, ମାତ୍ର ଏଥିପାଇଁ ବହୁତ ଶ୍ରମ ଓ ସମୟ ବିନିଯୋଗ କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ଆଜି ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟବାଧକତାରେ ମାତ୍ରାଧିକ ଭ୍ରମଣ ଯୋଗୁଁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସହ କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଅଂଶ ଗ୍ରହଣ କରିପାରନ୍ତି। ପ୍ରଶାସନିକ ସ୍ତରରେ କିମ୍ବା ସାଂଗଠନିକ କ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବିତ ସମୟରେ କାମ ଗୁଡିକ ସମ୍ପନ୍ନ ହେବାରୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇପାରେ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି କାମ କରିବା ଠିକ୍‌ ହେବନି। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, କୌଣସି କାରଣ ନ ଥାଇ ଅନ୍ୟମାନେ ଆପଣଙ୍କୁ ଦୋଷ ଦେଇପାରନ୍ତି।
ତୁଳା
ତୁଳା
ସକାଳୁ ସକାଳୁ ସରକାରୀ ସ୍ତରରୁ କୌଣସି ଶୁଭ ଖବର ପାଇ ମନ ଏକଦମ୍‌ ଖୁସୀ ହୋଇଯିବ। କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ବିଛା
ବିଛା
ଅସାବଧାନତା କାରଣରୁ କିମ୍ବା ଅନ୍ୟମନସ୍କ ହେତୁ ଦରକାରି କାଗଜପତ୍ର କିମ୍ବା ଟଙ୍କା ପଇସା ହଜି ଯାଇପାରେ। ସ୍ଥଗିତ କାମ ହାସଲ ପାଇଁ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଭୁଲ୍‌ ବୁଝାମଣାଜନିତ ସୃଷ୍ଟି ହୋଇଥିବା ସମସ୍ୟାର ସମାଧାନ କରି ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ସୁନ୍ଦର ବ୍ୟବହାର ପ୍ରଦର୍ଶନ କରି ସମସ୍ତଙ୍କର ପ୍ରିୟପାତ୍ର ହେବେ। ଆତ୍ମୀୟମାନଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି। ଆଇନଜ୍ଞଙ୍କ ପରାମର୍ଶ ପାଇଁ ବାରମ୍ବାର ଦୌଡିବାକୁ ପଡିପାରେ। ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗଦେବାର ନିମନ୍ତ୍ରଣ ପାଇପାରନ୍ତି।
ମକର
ମକର

ସାମାନ୍ୟ ଅସୁସ୍ଥତାଜନିତ କାରଣରୁ ମନଟା ଭଲ ଲାଗିବ ନାହିଁ, ଯାହାକି ଆରମ୍ଭ କରିଥିବା କାମଟିକୁ ନିରୁତ୍ସାହିତ କରିବ। କଳାସାହିତ୍ୟ, ସାମ୍ବାଦିକତାରେ ପରିବାର ଭିତରେ, ପରିବହନରେ ସମସ୍ୟା ସମାଧାନର ଆଶା ରହିଛି। କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ଯୋଗୁଁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।

କୁମ୍ଭ
କୁମ୍ଭ
କାମଗୁଡିକ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାଜନକ ହୋଇପାରୁଛି ଆପଣଙ୍କ ପାଇଁ ତାହା କଷ୍ଟକର ହୋଇପାରେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ନିକଟ ସମ୍ପର୍କୀୟମାନଙ୍କ ସହାୟତା ନେବାକୁ ପଡିବ। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ମୀନମୀନ

କର୍ମକ୍ଷେତ୍ରରେ ଅସୁବିଧା ଦେଖାଦେଲେ ମଧ୍ୟ ସବୁ ଠିକ୍‌ ହୋଇଯିବ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିପାରେ। ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରି କଟୁ କଥା କହିବାକୁ ପଛାଇବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri