Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ
ଆଜି ରାହୁଙ୍କ ସହ ମଙ୍ଗଳ ଓ ଚନ୍ଦ୍ର ଥିବାରୁ କୌଣସି ସିଦ୍ଧାନ୍ତ ନେବାରେ ଅସ୍ଥିରତା ଅନୁଭବ କରିବେ। ସାମାଜିକ ସ୍ତରରେ ନିଜ ଲୋକମାନେ ମଧ୍ୟ ଅନ୍ୟମାନଙ୍କ ସହ ମିଶି ବିରୁଦ୍ଧାଚରଣ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ଆନୁଷ୍ଠାନିକ କାମ, ବିବାଦୀୟ ଘଟଣା, ସଭାସମିତି ତଥା ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।
ବୃଷ
ବୃଷ
ସୁଯୋଗ ଆପଣା ଛାଏଁ ଆସିବ, ସାବଧାନତା ସହକାରେ ତାହାର ଉପଯୋଗ କରି ପାରିଲେ ହେଲା। ମୃଗଶିରା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଭଲ ରୂପେ ଭାବି ଚିନ୍ତି କାମ କରିବା ଭଲ ହେବ। ପ୍ରସ୍ତୁତି ପଥରେ ଥିବା କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। ବନ୍ଧୁମାନଙ୍କ ସହ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
ମିଥୁନ
ମିଥୁନ
ଉପରିସ୍ଥଙ୍କ ଭୁଲ୍‌ ବୁଝାମଣାରୁ କର୍ମ କ୍ଷେତ୍ରରେ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। କଳା, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ। କିନ୍ତୁ ଆଜି ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ କିଛି ଅସୁବିଧା ହେବ ନାହିଁ।
କର୍କଟ
କର୍କଟ
ଆଜି ଭାଇ, ବନ୍ଧୁ, ସହକର୍ମୀ, ଅଂଶୀଦାର ବ୍ୟବସାୟୀମାନଙ୍କ ସହ ସୁସମ୍ପର୍କ ରକ୍ଷାରେ ସମର୍ଥ ହେବେ। ଯାତ୍ରା ସମୟରେ ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇ ଅଶାନ୍ତି ଉପୁଜିପାରେ। ଘରର ବରାଦ ଅନୁଯାୟୀ ମନୋରଞ୍ଜନ ଜିନିଷ କ୍ରୟ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗରୁ ମଧ୍ୟାହ୍ନରେ ଟେନ୍‌ସନ ଦୂର ହେବ।
ସି˚ହ
ସି˚ହ
ଆଜି ଅସାବଧାନତା ବଶତଃ ଧନ ହାନି ଯୋଗ ରହିଛି। କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରିବା ଭଲ। ପ୍ରତ୍ୟେକ କଥାରେ ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ। ନିଜ ଲୋକଙ୍କଠାରୁ ଯାହା ଓ ଯେତିକି ପରିମାଣରେ ପାଇବା କଥା ତାହା ପାଇବା କଷ୍ଟକର ହୋଇପଡ଼ିବ।
କନ୍ୟା
ଦୀର୍ଘ ଦିନରୁ ଲାଗି ରହିଥିବା ଅପୂରଣୀୟ ଆଶା ଓ ଅର୍ଥର ଅଭାବ ହେତୁ ମାନସିକ ସ୍ଥିରତା ରହିବ ନାହିଁ। ହାତକୁ ନେଇଥିବା କାମ ବିଷୟରେ ଯାହା କରିବା କଥା ଶୀଘ୍ର ଶେଷ କରିବା ଭଲ। ଅବଶ୍ୟ କିଛି ଅସୁବିଧା ହେବନି, ଆପଣ ସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ। ସତ୍‌ସଙ୍ଗ କିମ୍ବା ନାମ ସଙ୍କୀର୍ତ୍ତନରେ ନିଜକୁ ହଜାଇ ଦେଇପାରନ୍ତି।
ତୁଳା
ତୁଳା
ଆଜି ମନ ଅନୁଯାୟୀ କାମ କରିବାରେ ଅସୁବିଧା ନାହିଁ। ପ୍ରତ୍ୟେକ କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଅନୁଷ୍ଠାନ, ସଭା ସମିତି, କଚେରି ମାମଲା ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ମୂଲ୍ୟବାନ ଜିନିଷ କିଣିବା, ଗୃହ ନିର୍ମାଣ, ଯାନ ବାହନ ମରାମତି, ପଦସ୍ଥ ବ୍ୟକ୍ତିଙ୍କ ସହ ଆଲୋଚନା ପ୍ରଭୃତିରେ ସମୟ କଟାଇ ପାରନ୍ତି।
ବିଛା
ବିଛା
ବହୁ ବିଚାରବିମର୍ଶ ପରେ ପୂର୍ବ କଳ୍ପିତ କାମ ସାମାନ୍ୟ ବ୍ୟତିକ୍ରମ ଭିତରେ ସମ୍ପନ୍ନ ହେବ। ବନ୍ଧୁଙ୍କ ସାହାଯ୍ୟରୁ ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ଘଟିବ। କିନ୍ତୁ ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜି ହିଁ ଶେଷ କରିବାକୁ ଚାହୁଁଥିଲେ ମଧ୍ୟ ଭାବୁଥିବା କାମଟିକୁ ଶେଷ କରିପାରିବେନି।
ଧନୁ
ଧନୁ
ଆଜି ଦିନ ମଧ୍ୟରେ ଯେତିକି ପାଇବେ, ସେତିକିରେ ସନ୍ତୁଷ୍ଟ ରହିବା ଭଲ ହେବ। ଶିକ୍ଷା, ସନ୍ତାନ, ପରୀକ୍ଷା ଓ ଇଣ୍ଟରଭ୍ୟୁ କ୍ଷେତ୍ରରେ ସଫଳତା ପାଇବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ବିବାଦ ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ମକର
ମକର
ଦୀର୍ଘ ଦିନରୁ ପଡ଼ି ରହିଥିବା କାମ ସକାଶେ ଚିନ୍ତା କରି ପାରନ୍ତି। ପଡ଼ୋଶୀ କିମ୍ବା ସହକର୍ମୀମାନେ ଫାଇଦା ହାସଲ ସକାଶେ ନିଜର ଭଳି ବ୍ୟବହାର କରିପାରନ୍ତି। ଯେତେ କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ଅସମ୍ଭବ ହୋଇପଡ଼ିବ। ବନ୍ଧୁଙ୍କ ସହ ସମ୍ପର୍କହାନି ଯୋଗୁ ସମସ୍ୟା ସମାଧାନର ରାସ୍ତା ବାହାର କରିପାରିବେ ନାହିଁ।
କୁମ୍ଭ
କୁମ୍ଭ
ପୂର୍ବ ଯୋଜନା ଅନୁଯାୟୀ କର୍ମରେ ଆଗୁଁସାର ହୋଇ ସଫଳତା ହାସଲ କରିବେ। ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ଅତି ସହଜରେ ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ। କିନ୍ତୁ ଆତ୍ମୀୟମାନେ ଶତ୍ରୁତା କରିବେ। ପ୍ରତ୍ୟୁଷ ଯାତ୍ରାରେ ସାମାନ୍ୟ ବିଘ୍ନ ଆସିପାରେ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରା ଆପଣଙ୍କ ପାଇଁ ସଫଳତା ଆଣିଦେବ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ଓ ସଭା ସମିତି ପ୍ରତ୍ୟେକ କ୍ଷେତ୍ରରେ ବିଜୟ ଓ ଗୌରବାର୍ଜନ ନିଶ୍ଚିତ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri