Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ
ଆଜି ରାହୁଙ୍କ ସହ ମଙ୍ଗଳ ଓ ଚନ୍ଦ୍ର ଥିବାରୁ କୌଣସି ସିଦ୍ଧାନ୍ତ ନେବାରେ ଅସ୍ଥିରତା ଅନୁଭବ କରିବେ। ସାମାଜିକ ସ୍ତରରେ ନିଜ ଲୋକମାନେ ମଧ୍ୟ ଅନ୍ୟମାନଙ୍କ ସହ ମିଶି ବିରୁଦ୍ଧାଚରଣ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ଆନୁଷ୍ଠାନିକ କାମ, ବିବାଦୀୟ ଘଟଣା, ସଭାସମିତି ତଥା ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।
ବୃଷ
ବୃଷ
ସୁଯୋଗ ଆପଣା ଛାଏଁ ଆସିବ, ସାବଧାନତା ସହକାରେ ତାହାର ଉପଯୋଗ କରି ପାରିଲେ ହେଲା। ମୃଗଶିରା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଭଲ ରୂପେ ଭାବି ଚିନ୍ତି କାମ କରିବା ଭଲ ହେବ। ପ୍ରସ୍ତୁତି ପଥରେ ଥିବା କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। ବନ୍ଧୁମାନଙ୍କ ସହ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
ମିଥୁନ
ମିଥୁନ
ଉପରିସ୍ଥଙ୍କ ଭୁଲ୍‌ ବୁଝାମଣାରୁ କର୍ମ କ୍ଷେତ୍ରରେ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। କଳା, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ। କିନ୍ତୁ ଆଜି ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ କିଛି ଅସୁବିଧା ହେବ ନାହିଁ।
କର୍କଟ
କର୍କଟ
ଆଜି ଭାଇ, ବନ୍ଧୁ, ସହକର୍ମୀ, ଅଂଶୀଦାର ବ୍ୟବସାୟୀମାନଙ୍କ ସହ ସୁସମ୍ପର୍କ ରକ୍ଷାରେ ସମର୍ଥ ହେବେ। ଯାତ୍ରା ସମୟରେ ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇ ଅଶାନ୍ତି ଉପୁଜିପାରେ। ଘରର ବରାଦ ଅନୁଯାୟୀ ମନୋରଞ୍ଜନ ଜିନିଷ କ୍ରୟ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗରୁ ମଧ୍ୟାହ୍ନରେ ଟେନ୍‌ସନ ଦୂର ହେବ।
ସି˚ହ
ସି˚ହ
ଆଜି ଅସାବଧାନତା ବଶତଃ ଧନ ହାନି ଯୋଗ ରହିଛି। କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରିବା ଭଲ। ପ୍ରତ୍ୟେକ କଥାରେ ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ। ନିଜ ଲୋକଙ୍କଠାରୁ ଯାହା ଓ ଯେତିକି ପରିମାଣରେ ପାଇବା କଥା ତାହା ପାଇବା କଷ୍ଟକର ହୋଇପଡ଼ିବ।
କନ୍ୟା
ଦୀର୍ଘ ଦିନରୁ ଲାଗି ରହିଥିବା ଅପୂରଣୀୟ ଆଶା ଓ ଅର୍ଥର ଅଭାବ ହେତୁ ମାନସିକ ସ୍ଥିରତା ରହିବ ନାହିଁ। ହାତକୁ ନେଇଥିବା କାମ ବିଷୟରେ ଯାହା କରିବା କଥା ଶୀଘ୍ର ଶେଷ କରିବା ଭଲ। ଅବଶ୍ୟ କିଛି ଅସୁବିଧା ହେବନି, ଆପଣ ସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ। ସତ୍‌ସଙ୍ଗ କିମ୍ବା ନାମ ସଙ୍କୀର୍ତ୍ତନରେ ନିଜକୁ ହଜାଇ ଦେଇପାରନ୍ତି।
ତୁଳା
ତୁଳା
ଆଜି ମନ ଅନୁଯାୟୀ କାମ କରିବାରେ ଅସୁବିଧା ନାହିଁ। ପ୍ରତ୍ୟେକ କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଅନୁଷ୍ଠାନ, ସଭା ସମିତି, କଚେରି ମାମଲା ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ମୂଲ୍ୟବାନ ଜିନିଷ କିଣିବା, ଗୃହ ନିର୍ମାଣ, ଯାନ ବାହନ ମରାମତି, ପଦସ୍ଥ ବ୍ୟକ୍ତିଙ୍କ ସହ ଆଲୋଚନା ପ୍ରଭୃତିରେ ସମୟ କଟାଇ ପାରନ୍ତି।
ବିଛା
ବିଛା
ବହୁ ବିଚାରବିମର୍ଶ ପରେ ପୂର୍ବ କଳ୍ପିତ କାମ ସାମାନ୍ୟ ବ୍ୟତିକ୍ରମ ଭିତରେ ସମ୍ପନ୍ନ ହେବ। ବନ୍ଧୁଙ୍କ ସାହାଯ୍ୟରୁ ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ଘଟିବ। କିନ୍ତୁ ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜି ହିଁ ଶେଷ କରିବାକୁ ଚାହୁଁଥିଲେ ମଧ୍ୟ ଭାବୁଥିବା କାମଟିକୁ ଶେଷ କରିପାରିବେନି।
ଧନୁ
ଧନୁ
ଆଜି ଦିନ ମଧ୍ୟରେ ଯେତିକି ପାଇବେ, ସେତିକିରେ ସନ୍ତୁଷ୍ଟ ରହିବା ଭଲ ହେବ। ଶିକ୍ଷା, ସନ୍ତାନ, ପରୀକ୍ଷା ଓ ଇଣ୍ଟରଭ୍ୟୁ କ୍ଷେତ୍ରରେ ସଫଳତା ପାଇବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ବିବାଦ ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ମକର
ମକର
ଦୀର୍ଘ ଦିନରୁ ପଡ଼ି ରହିଥିବା କାମ ସକାଶେ ଚିନ୍ତା କରି ପାରନ୍ତି। ପଡ଼ୋଶୀ କିମ୍ବା ସହକର୍ମୀମାନେ ଫାଇଦା ହାସଲ ସକାଶେ ନିଜର ଭଳି ବ୍ୟବହାର କରିପାରନ୍ତି। ଯେତେ କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ଅସମ୍ଭବ ହୋଇପଡ଼ିବ। ବନ୍ଧୁଙ୍କ ସହ ସମ୍ପର୍କହାନି ଯୋଗୁ ସମସ୍ୟା ସମାଧାନର ରାସ୍ତା ବାହାର କରିପାରିବେ ନାହିଁ।
କୁମ୍ଭ
କୁମ୍ଭ
ପୂର୍ବ ଯୋଜନା ଅନୁଯାୟୀ କର୍ମରେ ଆଗୁଁସାର ହୋଇ ସଫଳତା ହାସଲ କରିବେ। ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ଅତି ସହଜରେ ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ। କିନ୍ତୁ ଆତ୍ମୀୟମାନେ ଶତ୍ରୁତା କରିବେ। ପ୍ରତ୍ୟୁଷ ଯାତ୍ରାରେ ସାମାନ୍ୟ ବିଘ୍ନ ଆସିପାରେ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରା ଆପଣଙ୍କ ପାଇଁ ସଫଳତା ଆଣିଦେବ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ଓ ସଭା ସମିତି ପ୍ରତ୍ୟେକ କ୍ଷେତ୍ରରେ ବିଜୟ ଓ ଗୌରବାର୍ଜନ ନିଶ୍ଚିତ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri