


ଦୀର୍ଘଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନେ ପାଇପାରନ୍ତି । ଆର୍ଥିକ ଅନଟନ ଦୂରେଇବା କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ । ଉଚ୍ଚଶିକ୍ଷା, ସନ୍ତାନଙ୍କ ସମସ୍ୟା, ଯାନ୍ତ୍ରିକ ତ୍ରୁଟି, ଜମିଜମା କାରବାର କେତେକାଂଶରେ ଭଲ ରହିବ ।





ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରୁ ଅର୍ଥନୈତିକ ଅଭିବୃଦ୍ଧି ଘଟିବା ସହ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ । ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ସ୍ବାର୍ଥବାଦୀ ହେବାରୁ ମାନସିକ ଆଘାତ ଲାଗିପାରେ । ଶୃଙ୍ଖଳାବିହୀନ କାର୍ଯ୍ୟକଳାପ ପାଇଁ ସମାଲୋଚିତ ହୋଇପାରନ୍ତି । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ ।

ରାଶିରେ କେତୁ ଯୁକ୍ତ ବୃହସ୍ପତି କାରଣରୁ ଶାରୀରିକ ଅସୁ୍ସ୍ଥତା ସହ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ । ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗଁୁ ଅଗ୍ରଗତି ହୋଇପାରିବ ନାହିଁ । ପରକଥାରେ ପ୍ରଭାବିତ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ ।

ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଓ ମଙ୍ଗଳ ଥିବାରୁ ପରିବାର ଭିତରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ସରକାରୀ କ୍ଷେତ୍ରରୁ ଲାଭର ଆଶା କେତେକାଂଶରେ ମନକୁ ହାଲୁକା କରିଦେବ । କେତେକ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି । ସ୍ଥଗିତ କାମକୁ ପୂରାଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ ।

।

ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ପାପଯୁକ୍ତ ରାଶ୍ୟାଧିପତିଜନିତ ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ । ହଠାତ୍ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବାର ଆଶା କରାଯାଇପାରେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହେବ
।

