Posted inRasifala

ରାଶିଫଳ: ସୋମବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ

ଆଜି ଯେମିତି ଚାହୁଁଛନ୍ତି ଠିକ୍‌ ସେମିତି ପାଇବାରେ କୌଣସି ଅସୁବିଧା ହେବ ନାହିଁ । ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ । ଆକସ୍ମିକ ଭାବରେ ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳି ଯିବାର ଆଶଙ୍କା ରହିଛି । କେତେକ ଘଟଣା ମନକୁ ଅଶାନ୍ତ ରଖିପାରେ ।

ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ନିଜର ଲୋକମାନେ ମଧ୍ୟ କ୍ରମଶଃ ଦୂରେଇ ଯାଉଥିବାର ଲକ୍ଷ୍ୟ କରିବେ । ନିକଟ ଅତୀତର ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି । ସଭାସମିତି, ସଂଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ ।
ମିଥୁନ
ମିଥୁନ
କାମ ହାସଲ କରିବା କ୍ଷେତ୍ରରେ ନିଜର ଲୋକ ମାନେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି । ବନ୍ଧୁଙ୍କଠାରୁ ହାତ ଉଧାରି ଟଙ୍କା ଆଣି ଆବଶ୍ୟକତାକୁ ପୂରଣ କରିବାରେ ଯନତ୍ବାନ୍‌ ହେବେ । ପଡୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ସପକ୍ଷରେ ମତ ଦେଇପାରନ୍ତି ।
କର୍କଟ
କର୍କଟ
ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଯାନବାହନ, ଧାତୁ ଅଳଙ୍କାର, ଯାନ୍ତ୍ରିକ ଜିନିଷ, ବ୍ୟବସାୟରେ ଆଶାନୁରୂପ ସଫଳତା ପାଇବେ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ ।
ସି˚ହ
ସି˚ହ
ବାଧ୍ୟବାଧକତାରେ ଅଧିକାଂଶ ସମୟ ବାହାରେ ରହିବା କାରଣରୁ ମନ ଭଲ ରହି ନ ପାରେ । କାମ ଗୁଡିକ ସବୁ ବହୁତ ବିଳମ୍ବରେ ହେଉଥିବାରୁ ଉଦ୍‌ବେଗ ପ୍ରକାଶ କରିବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ । ପରିସ୍ଥିତିବଶତଃ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ ।
କନ୍ୟା
ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିକଟ ସମ୍ପର୍କୀୟମାନଙ୍କର ଭଲ କରିବାକୁ ଯାଇ ନିଜକୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡିପାରେ । ଅସାବଧାନତା ଯୋଗୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି ।
ତୁଳା
ତୁଳା
ମନରେ ବିଭିନ୍ନ ପ୍ରକାରର ଦୁର୍ଭାବନା ବଢି ଚାଲିବା ହେତୁ ମନ ଓ କାମ ଶୃଙ୍ଖଳିତ ରହି ପାରିବ ନାହିଁ । ଆଜିର ଫେରନ୍ତା ବାଟରୁ ଆପଣ କହିଥିବା ଜିନିଷଟି ଧରି ବନ୍ଧୁ ନିଶ୍ଚୟ ଆସିବେ । କରୁଥିବା ବ୍ୟବସାୟରେ ବିଶେଷ ଲାଭ ନ ହେଲେ ସୁଦ୍ଧା କ୍ଷତିର ସମ୍ଭାବନା ପ୍ରାୟତଃ ନାହିଁ କହିଲେ ଚଳେ ।
ବିଛା
ବିଛା
ଆଜି ଯେଉଁ କାମ ହାତକୁ ନେବେ ଅବଶ୍ୟ ନିର୍ବିଘ୍ନରେ ସମାପନ କରିବାରେ କୌଣସି ଅସୁବିଧା ହେବ ନାହିଁ । ସମସ୍ୟାର ଯଥାବିଧି ସମାଧାନ ପାଇଁ ତପତ୍ରତା ପ୍ରକାଶ କରିପାରିଲେ ସଫଳତା ଅବଶ୍ୟ ମିଳିବ । ଆକସ୍ମିକ ଭାବରେ ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ ।
ଧନୁ
ଧନୁ
ପୂର୍ବସ୍ଥିରୀକୃତ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାମ ହାସଲ କରିପାରିବେ । ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି, ଅବଶ୍ୟ ଅସୁବିଧା ହେବନାହିଁ । ଦୀର୍ଘ ପଥ ଭ୍ରମଣ ସ୍ବାସ୍ଥ୍ୟ ସକାଶେ ବାଧକ ସାଜିପାରେ, କିନ୍ତୁ ସତର୍କତା ଅବଲମ୍ବନୀୟ ।
ମକର
ମକର

ଅନ୍ୟର ମନ ଅନୁଯାୟୀ କାମ କରିପାରିଲେ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ବଢାଇବାର ଆଶଙ୍କା ରହିଛି । ଭୁଲ୍‌ ବୁଝାମଣା ବୃଥା ସନ୍ଦେହଜନିତ ପାରିବାରିକ କ୍ଷେତ୍ର ଅସନ୍ତୁଳିତ ରହିବ । ବିଭିନ୍ନ ପ୍ରକାରର କଥାକୁ ନେଇ ଟେନ୍‌ସନ ଭିତରେ ଗତି କରିବେ ।

କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ସହମତି ସ୍ଥଗିତ ଯୋଜନାକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ । ଯାହା ଖୋଜୁଛନ୍ତି ତାହା ପ୍ରତିବେଶୀଙ୍କ ସାହାଯ୍ୟ ଓ ସହଯୋଗରୁ ଉପକୃତ ହେବେ । ଗୋପନୀୟ କଥା ପ୍ରଘଟ ହେବା କାରଣରୁ ବିଶେଷ ଚିନ୍ତାକୂଳ ହୋଇପାରନ୍ତି । ଭ୍ରମଣ ରାଜନୀତି, ପ୍ରଶାସନ ତଥା ବ୍ୟବସାୟ ପାଇଁ ଦିନଟି ବହୁତ ଭଲ ।
ମୀନମୀନ

କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାଜନିତ ଅଟକି ରହିଥିବା କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି । ସାମାଜିକ କ୍ଷେତ୍ର, ବ୍ୟବସାୟିକ ସ୍ଥିତି, ଗବେଷଣା, ଆଲୋଚନା, ସେବାସଂସ୍ଥା, ରାଜନୀତି ଓ କଳା, ସାହିତ୍ୟରୁ ପ୍ରଶଂସିତ ହେବେ । ପ୍ରବାସରେ ରହୁଥିବା ସନ୍ତାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri