Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କ ପ୍ରତ୍ୟେକ କାମରେ କିଛିଟା ଦ୍ୱନ୍ଦ୍ୱ ଓ ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ। ସେହି କାମଟି ବାଧ୍ୟ ହୋଇ କରିବେ, କିନ୍ତୁ ବହୁତ ବିଳମ୍ବ ଓ ସମସ୍ୟା ମଧ୍ୟରେ ହିଁ ସମ୍ପନ୍ନ ହେବ। ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରହିବା ଭଲ।
ବୃଷ
ବୃଷ
କର୍ମକ୍ଷେତ୍ରରେ ପ୍ରଥମରୁ ସବୁ ଠିକ୍‌ଠାକ୍‌ ଥିଲେ ହେଁ ଶେଷ ସମୟରେ ବିଗିଡି ଯିବାର ସମ୍ଭାବନା ରହିଛି। ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ସଭାସମିତି ଏପରି କି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହିସବୁ ପ୍ରତ୍ୟେକ ଦିଗ ଅନୁକୂଳ ରହିବ।
ମିଥୁନ
ମିଥୁନ
ଆଜି କର୍ମକ୍ଷେତ୍ରରେ ଅଧୈର୍ଯ୍ୟ ନ ହୋଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ପାରିବାରିକ ସ୍ତରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇ ପାରନ୍ତି। ଅବଶ୍ୟ ବିଭିନ୍ନ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ବିଷୟରେ ଉନ୍ନତ ମାନର ଫଳ ପାଇବେ।
କର୍କଟ
କର୍କଟ
ମାନସିକ ଦ୍ୱନ୍ଦ୍ୱ କାରଣରୁ ଯେକୌଣସି କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଅବଶ୍ୟ ବହୁ ଦିଗରୁ ସମ୍ପର୍କୀୟଙ୍କ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ସକାଶେ ଆହୁରି ବହୁତ ସମୟ ଲାଗିପାରେ।
ସି˚ହ
ସି˚ହ
ଆପଣ ନିଜ ଲୋକଙ୍କୁ ଯେତିକି ଖୁସିରେ ରଖିବାକୁ ଚାହିଁଲେ ମଧ୍ୟ ଆଜିର ପରିସ୍ଥିତି ତାହା ସହଜରେ କରାଇ ଦେବ ନାହିଁ। କର୍ମ କ୍ଷେତ୍ରରେ ବାଧା ଉପୁଜିବ ତଥାପି ବ୍ୟସ୍ତ ହୁଅନ୍ତୁ ନାହିଁ। ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହି ନ ପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ।
କନ୍ୟା
କୌଣସି ପରିସ୍ଥିତିରେ ମଧ୍ୟ ଯାହା କହିବେ କିମ୍ବା କରିବେ ସବୁ ଭାବିଚିନ୍ତି କରିବା ଭଲ ହେବ। ଅଭାବ ପୂରଣ ସକାଶେ ବହୁ ଚେଷ୍ଟା ପରେ ଋଣ ସୂତ୍ରରେ ଅର୍ଥଲାଭ କରିବେ। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନା ପ୍ରକାର କଥା କହିପାରନ୍ତି।
ତୁଳା
ତୁଳା
ବିଭିନ୍ନ ବିଷୟରେ ତର୍କ ଓ ବିବାଦ ପାରିବାରିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି କରିବ। ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି।
ବିଛା
ବିଛା
ଆଜି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କ୍ରୀଡା, କଳା ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ। ଆଜି ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ଧନୁ
ଧନୁ
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହି ନ ପାରେ। ଅଫିସ ଭିତରେ କିଛି ବିଚାର ନ କରି ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ପିଲାମାନଙ୍କ ବିବାହ ସମ୍ପର୍କିତ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ନିଜ ଲୋକଙ୍କ ଅସହଯୋଗ କାରଣରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ।
କୁମ୍ଭ
କୁମ୍ଭ
କାର୍ଯ୍ୟବ୍ୟସ୍ତତା ଜନିତ ମାନସିକ ଚାପ ବୃଦ୍ଧି ହେତୁ ସ୍ବାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବ। ନିଜର ଲୋକଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନିତ ମଧ୍ୟ ହୋଇପାରନ୍ତି।
ମୀନମୀନ
ବ୍ୟସ୍ତ ନ ହୋଇ ସମୟକୁ ଅପେକ୍ଷା କରନ୍ତୁ, ଚେଷ୍ଟା କରୁଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହେବ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଖୁସି ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?