Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ ।  ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ ।  ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କିଛି କରିବାର ନାହିଁ ।  ପ୍ରତୀକ୍ଷିତ ସ୍ଥାନରୁ ଶୁଭଖବର ପାଇ ଉଲ୍ଲସିତ ହେବେ ।  ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ ।
ବୃଷ
ବୃଷ

ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବାର ସମ୍ଭାବନା ରହିଛି ।  ଶୁକ୍ରଙ୍କ ତୃତୀୟସ୍ଥ ରବିଙ୍କ ଯୋଗୁ ଏହି ସମୟରେ ସରକାରୀ ସ୍ତରରେ ହାରିଗୁହାରି କିଏ ବୁଝିବେ ନାହିଁ ।  ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।  ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି ।

ମିଥୁନ
ମିଥୁନ
ଆଜି ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ତାହା ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ ।  ଏକ ଭିନ୍ନ ପରିସ୍ଥିତିରେ ଜଣେ ଜଣାଶୁଣା ବ୍ୟକ୍ତିଙ୍କ ସାହାଯ୍ୟ ଲାଭରୁ ଉପକୃତ ହେବେ ।  ସରକାରୀ ଆଦେଶପ୍ରାପ୍ତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ ।  ସାମାନ୍ୟ ବିଳମ୍ବରେ ଅଭିଳଷିତ ଅର୍ଥ ପାଇବେ ।
କର୍କଟ
କର୍କଟ
ଅଧିକାଂଶ ସମୟ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି ।  କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ ।  କରଜଦାତାଙ୍କ ଚାପ ବୃଦ୍ଧି ପାଇବା ହେତୁ ବିବ୍ରତବୋଧ କରିପାରନ୍ତି ।  କୋର୍ଟକଚେରି ମାମଲାର ଆଶୁ ଶୁଣାଣି ହେବ ।  ମଜା କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ ।
ସି˚ହ
ସି˚ହ
ଗୃହରେ ଉନ୍ନତ ଚିନ୍ତା ମାନସିକ ସ୍ଥିରତା ପ୍ରଦାନରେ ସହାୟକ ହେବ ।  ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ ।  ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।  ପରିବାରର ଖର୍ଚ୍ଚ ପରିମାଣ ଦି’ଗୁଣା ହୋଇପାରେ ।  କାଶ ଓ କଫଜନିତ ପୀଡାରୁ କଷ୍ଟ ଅନୁଭବ କରିପାରନ୍ତି ।
କନ୍ୟା
ଦୃଷ୍ଟିକୋଣର ଭିନ୍ନତା ଓ ଅସଂଗତ ବିଚାରଧାରା କାରଣରୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ ।
କଠିନ ପରିଶ୍ରମ ଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ।  ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ ।  ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ ।
ତୁଳା
ତୁଳା
ଆଜିର ଯାତ୍ରାରେ ସଫଳତା ପାଇବେ ।  କର୍ମକ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ ।  ଚାକିରି କ୍ଷେତ୍ରରେ ପଦୋନ୍ନତି ଘଟିବାର ସମ୍ଭାବନା ରହିଛି ।  ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି ।  ସାମାଜିକ ସ୍ତରରେ ଶତ୍ରୁତା କାରଣରୁ ମାନସିକ ଅସ୍ଥିରତା ଲାଗିରହିବ ।
ବିଛା
ବିଛା
ପରିସ୍ଥିତିକୁ ଆଖି ଆଗରେ ରଖି ମନ ବୁଝିଲାଭଳି କଥା କହିପାରିଲେ ସହଜରେ କାମ ହାସଲ କରିପାରିବେ ।  ସାହାଯ୍ୟ ଲାଭ କରି ଆଜି ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାର ଆଶା ରହିଛି ।  ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ କଳହର ସାମନା କରିବାକୁ ପଡିବ ।  ସ୍ବାସ୍ଥ୍ୟ ପୂର୍ବପରି ରହିବ ।
ଧନୁ
ଧନୁ
କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ ।  କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।  ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ ।  ରାଜନୀତି ତଥା ପ୍ରଶାସନିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ।
ମକର
ମକର

ଦିନର ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ ।  ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ, ଯାହା କି କାମ ପାଇଁ ମନୋବଳ ସୃଷ୍ଟି କରିବ ।  ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି ।  ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ।  ଯାତ୍ରାରେ ଲକ୍ଷ୍ୟ ହାସଲ କରିବେ ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ ।  ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।  ଅନିଚ୍ଛା ସତ୍ତ୍ୱେ କେତେକ କାମ କରିବାକୁ ବାଧ୍ୟ ହେବେ ।  ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବ ।  ଭୁଲ୍‌ ବୁଝାମଣାରୁ ବିଚଳିତବୋଧ କରିପାରନ୍ତି ।
ମୀନମୀନ

ଅର୍ଥଲାଭ ସଙ୍ଗକୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।  ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ମଧ୍ୟ ଭଲ ରହିବ ନାହିଁ ।  ଅସଫଳ କାମଗୁଡିକର ସମୀକ୍ଷା କରିବେ ଓ ଅସଂଗତି ଦୂର କରିବାର ପ୍ରଯନତ୍ କରିବେ ।  ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri