Posted inRasifala

ରାଶିଫଳ: ସୋମବାର, ଜୁନ୍ ୨୯ ତାରିଖ – Daily Horoscope

ମେଷ
ବ୍ୟୟଭାବସ୍ଥ ମଙ୍ଗଳ ଆପଣଙ୍କ ଶାରୀରିକ ଅସୁସ୍ଥତା,ବ୍ୟୟବୃଦ୍ଧି ଓ ଆକସ୍ମିକ ଅନିଚ୍ଛାକୃତ ଯାତ୍ରା ଜନିତ ଚିନ୍ତିତ କରାଇବ । ଅବଶ୍ୟ ଚନ୍ଦ୍ର ଓ ମଙ୍ଗଳଙ୍କ ସ୍ଥିତି ହେତୁ ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ପ୍ରଶଂସିତ ହେବେ । ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ ।
ବୃଷ
ବୃଷ
ବକ୍ରୀ ଶନିଙ୍କ ପ୍ରଭାବରୁ ଆନୁଷ୍ଠାନିକ କ୍ଷେତ୍ରରେ, ବନ୍ଧୁତ୍ୱ ସ୍ଥାପନରେ, ଲେଖାପଢ଼ାରେ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ । ଶେଷପର୍ଯ୍ୟାୟରେ ବିବାଦୀୟ ଘଟଣା ଅମୀମାଂସିତ ରହିଯାଇପାରେ । ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ସମସ୍ୟା ମୁକ୍ତ ରହିପାରନ୍ତି ।
ମିଥୁନ
ମିଥୁନ
ପାପାକ୍ରାନ୍ତ ରହିଲେ ମଧ୍ୟ ସ୍ବଗୃହୀ ବୁଧ ହେତୁ ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ନିୟନ୍ତ୍ରିତ ରହିବ । ଘରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ । ଅଫିସ୍‌ରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି ।
ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବାରେ ଜଣେ ଅଜଣା ବନ୍ଧୁଙ୍କ ଅବଦାନ ରହିପାରେ ।
କର୍କଟ
କର୍କଟ
ସପ୍ତମଭାବ ପ୍ରତିଦ୍ୱନ୍ଦ୍ୱିତାର ପ୍ରତିନିଧିତ୍ୱ କରୁଥିବାରୁ ବିବାଦୀୟ ମନ୍ତବ୍ୟ ଦେଲେ ସମାଲୋଚିତ ହେବାକୁ ପଡିପାରେ । ତଥାପି ନିଜର ପ୍ରତ୍ୟୁପତ୍ନ୍ନମତିତା କାରଣରୁ ପ୍ରତ୍ୟେକ ଅସଜଡା ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡିପାରନ୍ତି ।
ସି˚ହ
ସି˚ହ
ଭାଗ୍ୟସ୍ଥାନରେ ସ୍ବଗୃହୀ ଶୁକ୍ରଥିବାରୁ କୌଣସି ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ଅତୀତର ବିବାଦୀୟ ଘଟଣାରେ ଆଶଙ୍କା ସୃଷ୍ଟି ହେଲେ ମଧ୍ୟ ସେମିତି କିଛି ହେବ ନାହିଁ । କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।
କନ୍ୟା
କର୍ମଭାବସ୍ଥ ପାପଗ୍ରହଜନିତ ଯେତେ ଭଲକାମ କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରାଇ ପାରିବେ ନାହିଁ । ସାହିତ୍ୟ, କଳା, କ୍ରୀଡା,ଚଳଚ୍ଚିତ୍ର ଓ ଗବେଷଣା, ଅନୁସନ୍ଧାନକ୍ଷେତ୍ରରୁ ସଫଳତା ମିଳିବ । ଭାବପ୍ରବଣତାବଶତଃ ବନ୍ଧୁଙ୍କ ସହ ରୁଚିହୀନ ବାର୍ତ୍ତାଳାପ କରି ଅପଦସ୍ଥ ହୋଇପାରନ୍ତି ।
ତୁଳା
ତୁଳା
ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ସ୍ଥିତିରୁ ଚାପର ବଶବର୍ତ୍ତୀ ହୋଇ ଇଚ୍ଛାବିରୁଦ୍ଧ କାର୍ଯ୍ୟ ଅନୁତାପର କାରଣ ହୋଇପାରେ । ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ଭିନ୍ନାର୍ଥରେ ଗ୍ରହଣ କରିପାରନ୍ତି । ଅଭାବ ନ ଥିଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ନ ପାଇବା କାରଣରୁ ମାନସିକ ଅବସାଦ ଲାଗି ରହିବ ।
ବିଛା
ବିଛା
ଆଜିର ଦୈନିକ ଚର୍ଯ୍ୟାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟ, ପ୍ରକାଶନ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ । ଯେତେ ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି । ମାଲିମକଦ୍ଦମା ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ ।
ଧନୁ
ଧନୁ
ଗୁରୁକ୍ଷେତ୍ରସ୍ଥ ମଙ୍ଗଳଗ୍ରହ ପ୍ରଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ରାଜନୀତି, ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଅର୍ଥ ସମ୍ପର୍କକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି ।
ମକର
ମକର

ରାଶ୍ୟାଧିପଙ୍କ ସବଳତା କାରଣରୁ ଅନ୍ୟମାନେ ଶତ୍ରୁତା କଲେ ମଧ୍ୟ ଅନିଷ୍ଟ କରିପାରିବେନାହିଁ । ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ, ରାଜନୀତିରେ, ସାଂସ୍କୃତିକ କାମରେ ପ୍ରଶଂସିତ ହେବେ । କିନ୍ତୁ ଅଫିସରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି ।

କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଆଦୌ ଭଲ ସମ୍ପର୍କ ନ ଥିବା କୌଣସି ବ୍ୟକ୍ତି ବିଶେଷଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ମୁଖଭାବସ୍ଥ ମଙ୍ଗଳ ଯୋଗୁ ନିକଟ ସମ୍ପର୍କୀୟ କିମ୍ବା ଆତ୍ମୀୟ ସ୍ବଜନମାନଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି ।
ମୀନମୀନ

ବହୁ ଆକାଂକ୍ଷିତ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିପାରନ୍ତି । ଆନୁଷ୍ଠାନିକ କାମରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି ଖୁସୀ ହେବେ । ନିଜ ଚତୁଃପାର୍ଶ୍ୱରେ ରହୁଥିବା ବ୍ୟକ୍ତିବିଶେଷଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri