Posted inRasifala

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ
ହଠାତ୍‌ ପରିସ୍ଥିତି ବିଗିଡି ଯାଇଥିବା କାରଣରୁ ଭୁଲ୍‌ ବୁଝାମଣାଜନିତ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ସମସ୍ୟା ସମାଧାନ କରିବାରେ ସଫଳତା ପାଇବେ।
ବୃଷ
ବୃଷ
ନିକଟ ସମ୍ପର୍କୀୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ରୋହିଣୀର ଅଫିସରେ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ।
ମିଥୁନ
ମିଥୁନ
ବନ୍ଧୁମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ଦୀର୍ଘ ଦିନର ଶତ୍ରୁତା ବିବାଦୀୟ ପରିସ୍ଥିତି ସୃଷ୍ଟି କରିବାର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ର କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ବ୍ୟବସାୟ, ପରିବହନ, ଦୋକାନ ତଥା ଜୀବିକା କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବାରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ଅଶ୍ଳେଷା ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ। ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ବିଭିନ୍ନ ପ୍ରକାରର ଅସ୍ବାଭାବିକ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡିପାରେ।
ସି˚ହ
ସି˚ହ
ଆଜି ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ହାସଲ କରିବେ। କିନ୍ତୁ ମଘା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ। ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ। ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିବ।
କନ୍ୟା
ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ। ଚିତ୍ରା ନକ୍ଷତ୍ର ଫେରନ୍ତା ବାଟରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ନୂତନ କିଛି ଯୋଡିବା ସକାଶେ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ଆଜି ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ବ୍ୟବସାୟରେ ଝଗଡା ଲାଗିପାରେ କିନ୍ତୁ ପ୍ରଶାସନିକ ସଫଳତା ହାସଲ କରିବେ। ଭଲ କାମ କରି ମଧ୍ୟ ପ୍ରଶଂସା ବଦଳରେ ନିନ୍ଦା ଶୁଣିବେ।
ବିଛା
ବିଛା
ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁଁ କ୍ଷୋଭ ପ୍ରକାଶ କରିପାରନ୍ତି। ଅନୁରାଧା ନକ୍ଷତ୍ରର ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ମାନସିକ ଅବସାଦ ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ଆଜି ସ୍ଥଗିତ କାମ, ଯାତ୍ରା ଏବଂ ବନ୍ଧୁଙ୍କ ଆଲୋଚନା ଫଳପ୍ରଦ ରହିବ।
ଧନୁ
ଧନୁ
କୌଣସି ନୂତନ ଯୋଜନାରମ୍ଭ କରିବା ସକାଶେ ମନ ବଳାଇବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବା ଦୁଶ୍ଚିନ୍ତାର କାରଣ ହୋଇପାରେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ,ଏଣୁ ସତର୍କରେ ଚଳିବା ଭଲ ହେବ। ମୂଳା ନକ୍ଷତ୍ର ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି।
ମକର
ମକର

ଶ୍ରବଣା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ କିନ୍ତୁ ସମ୍ପର୍କୀୟଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ। ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ।

କୁମ୍ଭ
କୁମ୍ଭ
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି ତାହା ପ୍ରଥମେ ପ୍ରଥମେ କଷ୍ଟକର ମନେହୋଇପାରେ। ସଭାସମିତି, ପରିବହନ,ପ୍ରଶାସନିକ କ୍ଷେତ୍ର ପ୍ରତ୍ୟେକଥିରେ ସୁଫଳ ପାଇବେ। ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ଶତଭିଷା ନକ୍ଷତ୍ରର ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ

ବୃଥା ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁ ସମ୍ପର୍କରେ ଅବନ୍ନତି ଘଟିପାରେ। ନିର୍ମାଣ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେବାର ଆଶଙ୍କା ଦେଖାଦେବ। ବରାଦ ଅନୁଯାୟୀ ଇଚ୍ଛା ନ ଥିଲେ ମଧ୍ୟ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅପେକ୍ଷା କରନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri