Posted inRasifala

ରାଶିଫଳ: ଶନିବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କ୍ଷେତ୍ରରେ ଆପଣ ଅଯଥା ବ୍ୟସ୍ତତା ପ୍ରକାଶ କରି ବିଶେଷ ଛାନିଆ ହେବା ଠିକ୍‌ ହେବନି। ଆନୁଷ୍ଠାନିକ କାମରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କାମ ହାସଲ କରିବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ସତ, କିନ୍ତୁ ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ବୃଷ
ବୃଷ
କର୍ମକ୍ଷେତ୍ରର ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ ସମାଧାନ କରିବାରେ ଯତ୍ନବାନ୍‌ ହେବେ। ସାମାଜିକ ସ୍ତରରେ,ଶୁଭକାର୍ଯ୍ୟରେ କିମ୍ବା ଆନୁଷ୍ଠାନିକ କାମରେ ଯୋଗଦେଇ ପ୍ରଶଂସିତ ହୋଇପାରନ୍ତି। ନିଜ ମତକୁ ସାବ୍ୟସ୍ତ କରିବାକୁ ଯାଇ ପାରିବାରିକ କ୍ଷେତ୍ରରେ ସମାଲୋଚିତ ହେବାକୁ ପଡିପାରେ।
ମିଥୁନ
ମିଥୁନ
ଆଲୋଚନା ପରିସରରେ ସାଧାରଣ କଥାରେ ପ୍ରତିଦ୍ୱନ୍ଦ୍ୱୀ,ଦୋଷାରୋପ କରି ସମସ୍ୟାକୁ ବଢାଇ ଦେବେ ା ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେଲେ ସଫଳତା ମଧ୍ୟ ପାଇପାରନ୍ତି। ପରିବାରରେ ଅଯଥା ତର୍କ ନ କରି ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।
କର୍କଟ
କର୍କଟ
ଆଜି ସକାଳୁ ସକାଳୁ ନୂତନ କର୍ମାରମ୍ଭ ପ୍ରୀତିପଦ ହେବ ଓ ମନୋବଳ ବୃଦ୍ଧି ପାଇ ଉତ୍ସୁକତା ଦେଖାଦେବ। ସାମାଜିକ ସ୍ତରରେ ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରୁ ଫେରନ୍ତା ବାଟରେ ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି। ଦିନ ମଧ୍ୟରେ ମାତ୍ରାଧିକ ଭ୍ରମଣ ଯୋଗୁଁ କ୍ଲାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ବନ୍ଧୁଙ୍କୁ ସାହାଯ୍ୟ କରିବାକୁ ଯାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି।
କନ୍ୟା
ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ପୂରାଇଲେ ଟେନ୍ସନ ଭିତରେ ମାନସିକ ସ୍ଥିରତା ହରାଇବେ। ବାରମ୍ବାର କାନକୁହା କଥା ଶୁଣି ଅତି ପ୍ରିୟଲୋକଟିର ମନୋଭାବ ବଦଳିଯାଇପାରେ। ବ୍ୟବସାୟରେ ସମସ୍ୟା ଗୁରୁତର ଆକାର ଧାରଣ କରିବ ଓ କ୍ଷତିରେ ପଡିପାରନ୍ତି।
ତୁଳା
ତୁଳା
ବିଗତ ଦିନମାନଙ୍କରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍‌ ସମାଧାନ ହେବ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ, କିନ୍ତୁ କିଛି ଅସୁବିଧା ହେବନାହିଁ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ବିଛା
ବିଛା
ଆଜିର କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ସଂଗୀତ, ଆଲୋଚନା, ଧର୍ମଚର୍ଚ୍ଚାରେ ସୁନାମ ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସ୍ଥଗିତ କାମକୁ କରିବା ପାଇଁ ନିଷ୍ପତ୍ତି ନେବେ ଏବଂ ଆନୁଷଙ୍ଗିକ ସହଯୋଗ ମଧ୍ୟ ମିଳିବ।
ଧନୁ
ଧନୁ
ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପାଖ, ପଡୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି। କଚେରି ମାମଲାରେ ବନ୍ଧୁମାନଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି।
ମକର
ମକର

ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କଳା, ସାହିତ୍ୟ, ସାମ୍ବାଦିକତାରେ ସୁନାମ ଅର୍ଜନ କରିବେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।

କୁମ୍ଭ
କୁମ୍ଭ
ପରିସ୍ଥିତିବଶତଃ କେତେକ କ୍ଷେତ୍ରରେ ନିଜର ମତ ବଦଳାଇ ସମାଲୋଚିତ ହେବାକୁ ପଡିପାରେ। ଉଦାରତା, ସେବା ମନୋଭାବ ଓ ସହନଶୀଳତା ଗୁଣରୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କିନ୍ତୁ ପ୍ରଶାସନିକ ସ୍ତରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ମୀନମୀନ

ଅତୀତ କଥାକୁ ନେଇ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଆକସ୍ମିକ ଭାବରେ ବନ୍ଧୁଙ୍କ ନିକଟରୁ ଜନନାଶୌଚ ଖବର ପାଇପାରନ୍ତି। ଯିବା ବେଳର ଆନନ୍ଦ ଫେରିବା ବେଳକୁ ହରାଇ ଓ ତିକ୍ତ ଅନୁଭୂତି ନେଇ ଫେରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri