Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୧ ତାରିଖ – Daily Horoscope

ମେଷ
ଗୁରୁକ୍ଷେତ୍ରସ୍ଥ ମଙ୍ଗଳ ଓ ରାଶି ଗୁରୁଦୃଷ୍ଟ ଯୋଗୁଁ ସ୍ବାସ୍ଥ୍ୟରେ ଉନ୍ନତି, ନୂତନ କର୍ମାରମ୍ଭରେ କାର୍ଯ୍ୟସିଦ୍ଧି ହେବ। ଆଦୌ ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ମନରେ ଅସ୍ଥିରତା ସୃଷ୍ଟି ହେଲେ ସୁଦ୍ଧା କାମକୁ ପୂରାଦମରେ କରିବା ପାଇଁ ନିଷ୍ପତ୍ତି ନେବେ।
ବୃଷ
ବୃଷ
ଶନି ଦୃଷ୍ଟିରେ ରବି ପାରିବାରିକ ଅଶାନ୍ତି, ଯାନବାହନରେ ସମସ୍ୟା ଓ ଆକସ୍ମିକ କଳହର କାରଣ ହୋଇପାରେ। ଆପଣଙ୍କ ପ୍ରତି ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁଁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିବ।
ମିଥୁନ
ମିଥୁନ
ବୁଧ ଯୁକ୍ତ ଶୁକ୍ର ହେତୁ ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମକଲେ ଉପକୃତ ହୋଇପାରନ୍ତି। ସାମାଜିକ ସ୍ତରରେ ତଥା କଚେରୀ ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ବାଣିଜ୍ୟ, ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ। ଘରର ଅଭାବ ଅସୁବିଧା ନେଇ ଦୁଃଖିତ ରହିପାରନ୍ତି।
କର୍କଟ
କର୍କଟ
ମୂଳା ନକ୍ଷତ୍ରସ୍ଥ ଚନ୍ଦ୍ର ଷଷ୍ଠଭାବରେ ସ୍ବାସ୍ଥ୍ୟହାନି,ଅଶାନ୍ତି ଓ କାମରେ ବିରୋଧାଭାସ ସୃଷ୍ଟିକରିବ। ଅଫିସ୍‌ରେ ବାକି ରହିଥିବା କାମକୁ ଶେଷ କରିବା ପରେ ମଧ୍ୟ ଫରୁସୁତ୍‌ ମିଳିବନାହିଁ। ପାରିବାରିକ ଦୃଷ୍ଟିକୋଣରୁ ଦିନଟି ମନ୍ଦ ନ ହେଲେ ମଧ୍ୟ ଉତ୍ସାହଜନକ ନ ହୋଇପାରେ। ଘର ସମସ୍ୟାନେଇ ପରିବାର ସହ ଆଲୋଚନା କରିପାରନ୍ତି।
ସି˚ହ
ସି˚ହ
ପ୍ରତ୍ୟେକ କ୍ଷେତ୍ରରେ ନକାରାମତ୍କ ଚିନ୍ତାଧାରା ମନକୁ ବିବ୍ରତ କରିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତ ମନ ଦିନ ଗୋଟାଏ ପରେ ଶାନ୍ତ ହେବ। ସ୍ବଗୃହୀ ଶନିଯୋଗୁଁ ଶତ୍ରୁ ଉପଦବ୍ର କ୍ରମଶଃ ହ୍ରାସ ପାଇବ।
କନ୍ୟା
କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ମଙ୍ଗଳ ଧନସ୍ଥାନକୁ ଦେଖୁଥିବାରୁ ଅର୍ଥ ସମ୍ପର୍କ, ଜମିଜମା ସୀମକୁ କେନ୍ଦ୍ରକରି ବିବାଦ ଲାଗିପାରେ। ଭଲ ସମ୍ପର୍କ ନଥିବା ପାଖ, ପଡୋଶୀ ମାନେ ସମାଲୋଚନା କରିବେ। କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ପାପଯୁକ୍ତ ବୁଧ ହେତୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆଜି ଦିନ ଭିତରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। ଗୁରୁଜନଙ୍କ ପରାମର୍ଶରେ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ଆନୁଷ୍ଠାନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଇଚ୍ଛା ନ ଥିଲେ ହେଁ ଟଙ୍କା ଖର୍ଚ୍ଚକରିବାକୁ ପଡିପାରେ। ଅସାବଧାନତା କାରଣରୁ ହାତ କିମ୍ବା ଗୋଡରେ ଆଘାତ ଲାଗିପାରେ। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧିପାଇବ।
ଧନୁ
ଧନୁ
ଶନିଙ୍କ ଶୁଭପ୍ରଭାବରୁ ବନ୍ଧୁମାନଙ୍କ ସାହାଯ୍ୟରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ବ୍ୟବସାୟିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ମିତ୍ରବନ୍ଧୁଙ୍କ ସାହାଯ୍ୟରେ ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଆଶା ପୂରଣ ହେବାରେ ଜଣେ ସହକର୍ମୀଙ୍କ ଅବଦାନ ରହିବ।
ମକର
ମକର

ବାଧକାଧିପ ମଙ୍ଗଳଜନିତ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ସୃଷ୍ଟିହେବ। ବନ୍ଧୁସମ୍ପର୍କହାନି କାରଣରୁ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।

କୁମ୍ଭ
କୁମ୍ଭ
ପୂର୍ବାଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଦ୍ୱାଦଶସ୍ଥ ରାଶ୍ୟାଧିପତି କାରଣରୁ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ନିଜ ଲୋକମାନଙ୍କଠାରୁ ସ୍ନେହ, ଶ୍ରଦ୍ଧା ହରାଇବେ।
ମୀନମୀନ

ଚତୁର୍ଥସ୍ଥ ପାପଗ୍ରହ ଯୋଗୁଁ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଲାଗି ରହିବ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମ ଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ହଠାତ୍‌ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri