Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ
ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ଅକ୍ଷୁଣ୍ଣ ରହିବ। ଗ୍ରହସ୍ଥିତିର ଶୁଭତ୍ୱ କାରଣରୁ ଯାହାକରନ୍ତୁନା କାହିଁକି ସବୁକାମରେ ସିଦ୍ଧିଲାଭ ଅବଶ୍ୟମ୍ଭାବୀ। ବନ୍ଧୁମାନଙ୍କର ମନୋଭାବକୁ ଠିକ୍‌ ଭାବେ ବୁଝିପାରିବେନି। ବାଣିଜ୍ୟ,ବ୍ୟବସାୟ, କ୍ରୀଡା, ଚଳଚ୍ଚିତ୍ର କ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ।
ବୃଷ
ବୃଷ

ଶନିଙ୍କ ଦୃଷ୍ଟିର କୁପ୍ରଭାବରେ ଭାଇ, ବନ୍ଧୁ କିମ୍ବା ପଡୋଶୀ, ସହକର୍ମୀଙ୍କ ସହ ସୁସମ୍ପର୍କ ରହି ନ ପାରେ। ମାନସିକ ସ୍ଥିତି ଠିକ୍‌ ରହିଲେ ମଧ୍ୟ ସମସ୍ୟା ସମାଧାନରେ ପ୍ରତାରିତ ହୋଇପାରନ୍ତି। କୌଣସି ମୂଲ୍ୟବାନ ଜିନିଷ କିଣିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ଅନୁଭବ କରିବେ।

ମିଥୁନ
ମିଥୁନ
ରାହୁ ଯୁକ୍ତ ଶୁକ୍ର ଓ ଅଷ୍ଟମ ଶନିଙ୍କ ହେତୁ ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର ନ କରି କାମ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ନିଜର ଫାଇଦା ହାସଲ ପାଇଁ ଆତ୍ମୀୟସ୍ବଜନମାନେ ଫନ୍ଦିଫିକର କରିପାରନ୍ତି। ଆର୍ଥିକ ସ୍ଥିତି ଓ ପାରିବାରିକ ପରିସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ।
କର୍କଟ
କର୍କଟ
ରାଶ୍ୟାଧିପ ତୃତୀୟସ୍ଥ ଯୋଗୁ ଦୃଢପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ମନରେ ସାହସ ଭରି ରହିଥିଲେ ମଧ୍ୟ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆର୍ଥିକ ଅନଟନ ଲାଗି ରହିଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
ସ୍ବଗୃହୀ ରବି ଧନ ଏକାଦଶାଧିପତି ଯୁକ୍ତ କାରଣରୁ ପଦସ୍ଥବ୍ୟକ୍ତିଙ୍କ ସାହାଯ୍ୟରୁ ଅର୍ଥ ଓ ସମ୍ମାନ ଲାଭ କରିବେ। ଉଚ୍ଚ ପଦାଧିକାରୀଙ୍କ ନିର୍ଦ୍ଦେଶରେ ଦୂରଯାତ୍ରା କରିବାକୁ ପଡିପାରେ। ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି। ମାନସିକ ଅବସାଦ ଯୋଗଁୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।
କନ୍ୟା
ଧନାଧିପତିଙ୍କ ପାପସଂଯୁକ୍ତ ହେତୁ ଆର୍ଥିକ ପରିସ୍ଥିତି କ୍ରମଶଃ ନିମ୍ନାଭିମୁଖୀ ହୋଇପାରେ। ଭଲ ସମ୍ପର୍କ ଥିବା ସମ୍ପର୍କୀୟମାନେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ଧାରଣାର ବଶବର୍ତ୍ତୀ ହେବେ। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପାରନ୍ତି। ଅବଶ୍ୟ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ତୁଳା
ତୁଳା
ଶନିଙ୍କ ସୁପ୍ରଭାବରେ ଆନୁଷ୍ଠାନିକ କାମରେ ଅଗ୍ରଣୀ ହେବା ସହ ପାରିବାରିକ ସ୍ତରରେ ବନ୍ଧୁବର୍ଗଙ୍କ ସହାନୁଭୂତି ଲାଭକରିବେ। କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତାରୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ।
ବିଛା
ବିଛା
ରାଶିପ୍ରତି ରାଶ୍ୟାଧିପତିଙ୍କ ଦୃଷ୍ଟିରୁ ଦୈହିକ ସୁସ୍ଥତା ଫେରି ଆସିବ। ହଜିଯାଇଥିବା ଧନ ଭାଙ୍ଗିଯାଇଥିବା ସମ୍ପର୍କ ପୁନଶ୍ଚ ଫେରି ଆସିବାର ଅନୁଭବ କରିବେ। କିନ୍ତୁ ନିଜେ ସାମିଲ୍‌ ହୋଇଥିବା ଗଠନମୂଳକ କାଯର୍‌ୟରେ ଗତି ମନ୍ଥର ହୋଇପାରେ। ଆଶା କରୁଥିବା କାମ ହାସଲ ଜନିତ ମାନସିକ ଅବସାଦ ଦୂର ହେବ।
ଧନୁ
ଧନୁ
ମୁଖଭାବରେ ଶନି ଆପଣଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ନୀରବ ରହିବାକୁ ଅନୁପ୍ରେରିତ କରିବ। ଅଭାବ ରହିବନି ଏବଂ ଯାହା ଚାହୁଁଛନ୍ତି ତାହା ଅବଶ୍ୟ କାର୍ଯ୍ୟରେ ପରିଣତ କରିପାରିବେ। ସାଧାରଣ କଥାରେ ଭାବପ୍ରବଣତାର ବଶବର୍ତ୍ତୀ ନ ହୋଇ ପରିସ୍ଥିତିର ମୁକାବିଲା କରିବା ଭଲ ହେବ।
ମକର
ମକର

ଚତୁର୍ଥ ଓ ସପ୍ତମାଧିପ ଶୁଭ ଭାବରେ ଥିବାରୁ ମନ ଅନୁଯାୟୀ କାମ କରିବେ ଏବଂ ତଦନୁସାରେ ସୁଫଳ ମଧ୍ୟ ପାଇବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। କାର୍ଯ୍ୟ ହାସଲ ସକାଶେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ତଥାପି କେତେକ କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ।

କୁମ୍ଭ
କୁମ୍ଭ
ତୃତୀୟଭାବରେ ସ୍ବଗୃହୀ ମଙ୍ଗଳ ଆପଣଙ୍କ ଭ୍ରାତୃସୈାଖ୍ୟ ଓ ଜମିଜମା କିଣାବିକା କ୍ଷେତ୍ରରେ ସୁଫଳ ପ୍ରଦାନ କରିବ। କିନ୍ତୁ ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। କର୍ମକ୍ଷେତ୍ରରେ ବାରମ୍ବାର ବିଫଳତା କାରଣରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
ମୀନମୀନ

କଥାରେ କଠୋରତା କାମରେ ବିଫଳତା ମାନସିକ ଅଶାନ୍ତିର କାରଣ ହେବ। ଅସଫଳତାରେ ଅଂଶୀଦାର ବ୍ୟବସାୟୀଙ୍କ ସହ ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ମାନମନାନ୍ତର ଦେଖା ଦେବ। ପରିବାରର ଆବଶ୍ୟକତାକୁ ନେଇ ଆଜି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri