Posted inRasifala

ରାଶିଫଳ: ଶନିବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ
ଦାମିନୀ ଯୋଗ ପ୍ରଭାବରୁ ଦୀର୍ଘଦିନରୁ ଆଶା କରିଥିବା ମୂଲ୍ୟବାନ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ବ୍ୟବସାୟିକ, ସାମାଜିକ ଓ ଆନୁଷ୍ଠାନିକ ସ୍ଥିତି ଠିକ୍‌ ରହିବ। ପାରିବାରିକ ସମସ୍ୟା ସଜାଡିବାରେ ବ୍ୟସ୍ତ ରହିପାରନ୍ତି।
ବୃଷ
ବୃଷ
କ୍ଷେତ୍ରସିଂହାସନ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବୃଦ୍ଧି ପାଇବ। ନିଜ ସମ୍ପର୍କୀୟ ବନ୍ଧୁ ମାନଙ୍କ ସହାୟତା ଲାଭ କରି କାର୍ଯ୍ୟ ହାସଲ କରିବେ। ବରାଦ ଅନୁସାରେ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ମିଥୁନ
ମିଥୁନ
ମୁଖଭାବରେ ସୂର୍ଯ୍ୟଙ୍କ ସ୍ଥିତି ପ୍ରତିଦ୍ୱନ୍ଦ୍ୱିତାକୁ ପ୍ରତିହତ କରିବାରେ ସମର୍ଥ ହେବ। ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ପାରିବାରିିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ରହିବ। ପାଖ, ପଡୋଶୀମାନେ ଆପଣଙ୍କ କାର୍ଯ୍ୟାବଳୀର ଭୁରିଭୁରି ପ୍ରଶଂସା କରିପାରନ୍ତି। ପ୍ରକାଶନ ଓ ପ୍ରଶାସନ,ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
କର୍କଟ
କର୍କଟ
ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା କାରଣରୁ ବିଶୃଙ୍ଖଳା ଘଟିପାରେ। ସଭାସମିତି କିମ୍ବା ଅଫିସ୍‌ କାମରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ବହୁ ଦିନ ଧରି ଲାଗି ରହିଥିବା ରୋଗପୀଡ଼ାରେ କଷ୍ଟ ଅନୁଭବ କରିବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରିବା କାରଣରୁ ସେ ଅଭିମାନ କରିପାରନ୍ତି।
ସି˚ହ
ସି˚ହ
ସେପରି କିଛି ବଡ ଧରଣର ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ। କେତେକ କ୍ଷେତ୍ରରେ ପୂର୍ବାଫାଲଗୁନୀ ପାଇଁ ଆତ୍ମୀୟମାନେ ଆବଶ୍ୟକୀୟ ସହଯୋଗ କରିବେ। ଆଜିର ସକାଳୁଆ ଯାତ୍ରା ଫଳପ୍ରଦ ହେବ କିନ୍ତୁ ସାମୟିକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ଦୀର୍ଘଦିନର ଅପୂରଣୀୟ ଆଶା ମନକୁ ବାରମ୍ବାର ଆଲୋଡନ କରି ଅଶାନ୍ତି ସୃଷ୍ଟି କରିପାରେ। କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ପ୍ରଭାବରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଯାନବାହନ, ବିବାଦୀୟ ସ୍ଥାନ,ଏକାକୀ ଯାତ୍ରାରୁ ଦୂରେଇ ରହିବା ଭଲ ହେବ।
ତୁଳା
ତୁଳା
ବୁଧ ନକ୍ଷତ୍ରସ୍ଥ ମଙ୍ଗଳ ଯୋଗୁ ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଉପରିସ୍ଥଙ୍କ ନିର୍ଦ୍ଦେଶାନୁସାରେ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଅଭାବରୁ ମନ ଭଲ ଲାଗି ନ ପାରେ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ବିଛା
ବିଛା
ଆଜି ଭାଗ୍ୟାଧିପ କେନ୍ଦ୍ରସ୍ଥ ଯୋଗୁ ଯେଉଁ କାମରେ ହାତଦେଲେ ମଧ୍ୟ ସଫଳତା ଅବଶ୍ୟମ୍ଭାବୀ। ଆଲୋଚନା କାଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେଇପାରନ୍ତି। ବିଗତ ଦିନର କୌଣସି ଘଟଣା ସକାଶେ ଅପରାହ୍ନରେ ଟେନସନ୍‌ ବଢିପାରେ। ଭ୍ରମଣ କିମ୍ବା କାମର ଚାପ ହେତୁକ କ୍ଳାନ୍ତି ଅନୁଭବ କରିବେ।
ଧନୁ
ଧନୁ
ଶନିଙ୍କ ପ୍ରଭାବରୁ ପ୍ରତ୍ୟେକ କଥାକୁ ଜାଣିଶୁଣି ନୀରବତା ଅବଲମ୍ବନରୁ ଭତ୍ସିତ ହୋଇପାରନ୍ତି। ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇଯିବ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ।
ମକର
ମକର

କର୍ମାଧିପ କୋଣଭାବସ୍ଥ ସ୍ବଗୃହୀ ଯୋଗୁଁ ଆଜି କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଆତ୍ମୀୟମାନଙ୍କ ହୀନମନ୍ୟତା କାରଣରୁ ମନଟା ଭଲ ଲାଗିବ ନାହିଁ। ସଭାସମିତି, ଆଲୋଚନା ଚକ୍ର, ନିର୍ମାଣ, ପରିବହନ, ପ୍ରକାଶନ କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

କୁମ୍ଭ
କୁମ୍ଭ
ବଳବାନ୍‌ ଚତୁର୍ଥାଧିପତଙ୍କ ଯୋଗୁ ପାରିବାରିକ ଓ କର୍ମକ୍ଷେତ୍ରରେ ସହଜରେ କାମ ହାସଲ କରିବେ। ସଭାସମିତିର ଆଲୋଚନା ପରିସରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ମୀନମୀନ

ପାପଗ୍ରହଯୁକ୍ତ ବୁଧଙ୍କ ଯୋଗୁ ପାରିବାରିକ ସମସ୍ୟା ସମାଧାନର ଚିନ୍ତାକରି ଦୁର୍ଭାବନା ବଢିଚାଲିବ। ଶତ୍ରୁତା ଓ ସ୍ବାସ୍ଥ୍ୟହାନି ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ବାତାବରଣ ସୃଷ୍ଟି କରିପୋରେ। ବାଣିଜ୍ୟ, ବ୍ୟବସାୟ ମନ୍ଦ ହେବେନି। ଆଲୋଚନା, ପାଇବାକୁଥିବା ଅର୍ଥ ସମ୍ପର୍କୀୟ କାର୍ଯ୍ୟପାଇଁ ଅସୁବିଧା ହେବନି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri