Posted inRasifala

ରାଶିଫଳ: ଶନିବାର, ଜୁନ୍ ୨୭ ତାରିଖ – Daily Horoscope

ମେଷ
ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ବିଭିନ୍ନ କାରଣକୁ ନେଇ ମାନସିକ ଅସ୍ଥିରତା ଲାଗି ରହିବ। ଅବଶ୍ୟ ଅଟକି ରହିଥିବା କାମଗୁଡିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଜଳ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ଆଜି ଅଫିସ୍‌ରୁ ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସୀ ହେବେ।
ବୃଷ
ବୃଷ
ଶୁକ୍ରଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ନିଜର ସମ୍ପର୍କୀୟ ମାନଙ୍କ ଅସହଯୋଗରୁ କେତେକ ନୂତନ ସମସ୍ୟା ସୃଷ୍ଟି ହେବ। ଆଦୌ ଭଲ ସମ୍ପର୍କ ନ ଥିବା ଲୋକ ମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ। ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ, ବିଶେଷତଃ ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
ମିଥୁନ
ମିଥୁନ
ସାହାଯ୍ୟ ଓ ସହାନୁଭୂତି ମାଧ୍ୟମରେ ଅନ୍ୟମାନଙ୍କୁ ନିଜ ସପକ୍ଷରେ ନେଇ କାମ ହାସଲ କରିବେ। କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝମେଲା ଅଧିକ ବଢି ଯାଇପାରେ। ଅଷ୍ଟମସ୍ଥ ଶନି ଓ ବୃହସ୍ପତିଙ୍କ କାରଣରୁ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ଧନାଧିପ ଶୁଭଭାବରେ ଥିବାରୁ ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ,ସମୃଦ୍ଧି ମନକୁ ଖୁସୀ କରିବାରେ ସାହାଯ୍ୟ କରିବ। ପୁରୁଣା ରାଗକୁ ଶୁଝାଇବା ସକାଶେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ ଓ କଳା, ସାହିତ୍ୟରେ ଉନ୍ନତି କରିବେ।
ସି˚ହ
ସି˚ହ
ମଙ୍ଗଳ ଦୁଃସ୍ଥାନଗତ ହେବା କାରଣରୁ ପାରିବାରିକ ଖର୍ଚ୍ଚ ବିଶେଷ ବୃଦ୍ଧି ପାଇବା ହେତୁ ଚିନ୍ତିତ ରହିବେ। କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପିଲାମାନଙ୍କ ସକାଶେ ମନ ଅସ୍ଥିର ରହିବ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ରହିବ।
କନ୍ୟା
ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗ ବ୍ୟତୀତ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ। ଉପରିସ୍ଥଙ୍କ ଆଲୋଚନା ବିଷୟରେ ତାହାଠାରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ।
ତୁଳା
ତୁଳା
ସ୍ଥଗିତ କାମଗୁଡିକୁ ସମ୍ପନ୍ନ କରିବାରେ ଆନୁଷଙ୍ଗିକ ସୁବିଧା ସୁଯୋଗ ଅବଶ୍ୟ ପାଇବେ। ବିଶାଖା ନକ୍ଷତ୍ରର ଅବହେଳାଜନିତ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି।
ବିଛା
ବିଛା
ଯେତେ ସତର୍କରେ ଚଳିଲେ ମଧ୍ୟ କିଛିନା କିଛି ସମସ୍ୟା ମନକୁ ଅସ୍ଥିରତା ଭିତରକୁ ଠେଲିଦେବ। ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତାନ୍ତର କିମ୍ବା ବନ୍ଧୁଙ୍କ ସହ ବିତର୍କ ଘଟିବାର ଆଶଙ୍କା ରହିଛି। ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହୋଇପାରନ୍ତି।
ଧନୁ
ଧନୁ
ସନ୍ଦେହ ଓ ଭୁଲ୍‌ ବୁଝାମଣାଜନିତ ନିଜର ଲୋକ ମାନଙ୍କ ଉପରେ ଲଘୁ କ୍ରୋଧ ଓ ଅଭିମାନ କରି ପରିବେଶକୁ ସରଗରମ କରିପାରନ୍ତି। କୌଣସି ଅଭାବ ନ ଥିଲେ ମଧ୍ୟ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରି ରଖିପାରେ। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡିବା ସକାଶେ ପ୍ରଯନତ୍ କରିବେ।
ମକର
ମକର

ବିଶିଷ୍ଟ ବ୍ୟକ୍ତିମାନଙ୍କ ଅନୁକମ୍ପା ଅପୂରଣୀୟ କାମନାକୁ କର୍ମକ୍ଷମ କରାଇବାରେ ସାହାଯ୍ୟ କରିବ। ଆନୁଷଙ୍ଗିକ ସାହାଯ୍ୟ,ସହଯୋଗ ଲାଭପୂର୍ବକ ଶିଳ୍ପ, ବାଣିଜ୍ୟ,ବ୍ୟବସାୟ,ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ କିନ୍ତୁ ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିବେ।

କୁମ୍ଭ
କୁମ୍ଭ
ଆଜି ଯାହା କରନ୍ତୁ କିମ୍ବା ଯୁଆଡେ ଯାଆନ୍ତୁନା କାହିଁକି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅବଶ୍ୟ ପାଇବେ। କୃତୀ ଓ କୃତିତ୍ୱ କାରଣରୁ କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ରହିବ।
ମୀନମୀନ

ମାନସିକ ଅସ୍ଥିରତାବଶତଃ ଅପରାହ୍ନରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଆଲୋଚନା ଅନୁଯାୟୀ ଆଜିର କାମ ଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ପରିସ୍ଥିତି ଅନୁସାରେ ଆକସ୍ମିକ ଭାବରେ ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri