Posted inRasifala

ରାଶିଫଳ: ଶନିବାର, ଜୁଲାଇ ୪ ତାରିଖ – Daily Horoscope

ମେଷ
ଶନି ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ବନ୍ଧୁମାନଙ୍କ କାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ବୃଷ
ବୃଷ
ଦୀର୍ଘଦିନର ସୁଚିନ୍ତିତ ନୂତନ ଗୃହ, ଅନୁଷ୍ଠାନ,ବାଣିଜ୍ୟାରମ୍ଭ କରିପାରନ୍ତି। ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡନ ସୃଷ୍ଟି କରିବ। ହଠାତ୍‌ ବାହାରକୁ ଯିବା ସମୟକୁ କୌଣସି ଦରକାରି କାଗଜପତ୍ର ନ ପାଇ ବ୍ୟସ୍ତ ହେବେ। ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତା ଓ ଅଶାନ୍ତି ସକାଶରୁ ମନ ଭଲ ରହିବ ନାହିଁ। ଅବଶ୍ୟ ବ୍ୟବସାୟିକ କ୍ଷେତ୍ରରେ ନିଜର ବୁଦ୍ଧି ବଳ ଖଟାଇ ଅର୍ଥଲାଭ କରିବେ। ପରିସ୍ଥିତିବଶତଃ ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କଳା, ସାହିତ୍ୟ,ସାମ୍ବାଦିକତା କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ହେତୁ ମନ ଅସ୍ଥିର ରହିବ।
କର୍କଟ
କର୍କଟ
ସାମାଜିକ ସ୍ତରରେ ଯାହା ପାଇଁ କିଛି କରିବେ, ତାହାଠାରୁ ପ୍ରତିବଦଳରେ କିଛି ପାଇବେ ନାହିଁ। ଆଜିର ଯାତ୍ରା ସମୟରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ। ଈର୍ଷାପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତି ବିଶେଷ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ।
କନ୍ୟା
ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବ ା। ନିଜର ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବାରେ ସମର୍ଥ ହୋଇପାରନ୍ତି।
ତୁଳା
ତୁଳା
ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରୁ ଆଜିର ଫେରନ୍ତା ରାସ୍ଥାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ମନର ବଳ ଖୁବ୍‌ ଟାଣ ରହିବା ଯୋଗୁଁ ନିର୍ବିଘ୍ନରେ କାର୍ଯ୍ୟ ସମାପ୍ତ କରିପାରିବେ। ବିବାଦୀୟ ପରିସ୍ଥିତି କିମ୍ବା କଚେରି ମାମଲା ସକାଶେ ଚିନ୍ତା ବଢିପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପଡିବ। ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣ ହେତୁ ଚିନ୍ତା ପ୍ରକଟ କରିପାରନ୍ତି।
ଧନୁ
ଧନୁ
ଦୀର୍ଘଦିନରୁ ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟ ସ୍ବଜନମାନଙ୍କ ଉପସ୍ଥିତି ଯୋଗୁଁ ଖୁସୀ ହେବେ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିପାରେ।
ମକର
ମକର

ଉତ୍ତମ ବ୍ୟବହାର ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିପାରନ୍ତି। ସାମାନ୍ୟ ବ୍ୟତିକ୍ରମ ଓ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ ବ୍ୟବସାୟ,ବାଣିଜ୍ୟରେ ଉନ୍ନତି ଘଟିବ। ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ। ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି ହୋଇପାରେ।

କୁମ୍ଭ
କୁମ୍ଭ
ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇ ପାରନ୍ତି। ନୂତନକର୍ମାରମ୍ଭ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାମ ହାସଲ କରିବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ଥି ଲାଭ କରିପାରନ୍ତି। ସାମୟିକ ଭାବପ୍ରବଣତାରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ଚେଷ୍ଟା କଲେ ଉପକାର ମିଳିବ।
ମୀନମୀନ

ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ନତୁବା କିଛି ଜିନିଷ ହରାଇବାକୁ ପଡିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ ଓ ସମସ୍ୟା ସମାଧାନ ବଦଳରେ ବଢେଇଦେବେ। ଅତି ଭଲ ସମ୍ପର୍କ ରହିଥିବା ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?