Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ପରୋକ୍ଷ ଶତ୍ରୁତା କାରଣରୁ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ମନକୁ ବୁଝାଇ ଟେନ୍‌ସନ କମିଯିବା ସକାଶେ ଚେଷ୍ଟା କରିବେ।
ବୃଷ
ବୃଷ

ଆଜି ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡା ହୋଇପାରେ। ଅତୀତଘଟଣାକୁ ନେଇ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।

ମିଥୁନ
ମିଥୁନ
କାର୍ଯ୍ୟସିଦ୍ଧି ହେତୁ ସାମୟିକ ଆନନ୍ଦ ଅନୁଭବ କରିବେ। ପରିବାର ସକାଶେ ଧାରକରଜ କରି ଆବଶ୍ୟକତାକୁ ପୂରଣ କରିବେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ବନ୍ଧୁ ସାହାଯ୍ୟ କରିବାର ପ୍ରତିଶ୍ରୁତି ଦେଇ ଶେଷ ମୁହୂର୍ତ୍ତରେ ନାସ୍ତିବାଣୀ ଶୁଣାଇପାରନ୍ତି।
କର୍କଟ
କର୍କଟ
ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ। କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ସ୍ଥଗିତ ରହିଯାଇଥିବା କାର୍ଯ୍ୟ ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ସି˚ହ
ସି˚ହ
ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ନିଜର ଫାଇଦା ହାସଲ ପାଇଁ ପଡୋଶୀ କିମ୍ବା ସହକର୍ମୀ ପ୍ରରୋଚିତ କରିପାରନ୍ତି। ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ଆଶଙ୍କା କରୁଥିବା ଅତୀତରେ ଘଟିଯାଇଥିବା ଘଟଣାରେ ସେମିତି କିଛି ହେବ ନାହିଁ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇଯିବେ ।
ତୁଳା
ତୁଳା
ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ମାନସିକ ଅସ୍ଥିରତା କାରଣରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ସହକର୍ମୀଙ୍କ ସହାନୁଭୂତି ଯୋଗୁଁ କାମଗୁଡିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ଆଜିର ଯାତ୍ରା ପ୍ରୀତିପ୍ରଦ ରହିବ।
ବିଛା
ବିଛା
ଆକସ୍ମିକ ଭାବରେ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ। ଦରକାର ସମୟରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ କିନ୍ତୁ ବନ୍ଧୁଙ୍କ ଆଶ୍ୱାସନାରୁ ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ପଡୋଶୀ ଈର୍ଷାନ୍ବିତ ହୋଇ ସମାଲୋଚନାମୂଳକ କଥା କହିବେ।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣାଧୀନ ରହିବ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଠିକଣା ସମୟରେ ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ପାରିବାରିକ,ପ୍ରଶାସନ, ଯାନବାହନ,ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ମକର
ମକର

କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାଖ,ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା କରାଯାଇପାରେ। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସଭାସମିତିରେ ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ

ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରର କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଆଜିର ଯାତ୍ରା, ବାଣିଜ୍ୟ ବ୍ୟବସାୟ ଓ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri