Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ପରୋକ୍ଷ ଶତ୍ରୁତା କାରଣରୁ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ମନକୁ ବୁଝାଇ ଟେନ୍‌ସନ କମିଯିବା ସକାଶେ ଚେଷ୍ଟା କରିବେ।
ବୃଷ
ବୃଷ

ଆଜି ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡା ହୋଇପାରେ। ଅତୀତଘଟଣାକୁ ନେଇ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।

ମିଥୁନ
ମିଥୁନ
କାର୍ଯ୍ୟସିଦ୍ଧି ହେତୁ ସାମୟିକ ଆନନ୍ଦ ଅନୁଭବ କରିବେ। ପରିବାର ସକାଶେ ଧାରକରଜ କରି ଆବଶ୍ୟକତାକୁ ପୂରଣ କରିବେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ବନ୍ଧୁ ସାହାଯ୍ୟ କରିବାର ପ୍ରତିଶ୍ରୁତି ଦେଇ ଶେଷ ମୁହୂର୍ତ୍ତରେ ନାସ୍ତିବାଣୀ ଶୁଣାଇପାରନ୍ତି।
କର୍କଟ
କର୍କଟ
ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ। କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ସ୍ଥଗିତ ରହିଯାଇଥିବା କାର୍ଯ୍ୟ ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ସି˚ହ
ସି˚ହ
ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ନିଜର ଫାଇଦା ହାସଲ ପାଇଁ ପଡୋଶୀ କିମ୍ବା ସହକର୍ମୀ ପ୍ରରୋଚିତ କରିପାରନ୍ତି। ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ଆଶଙ୍କା କରୁଥିବା ଅତୀତରେ ଘଟିଯାଇଥିବା ଘଟଣାରେ ସେମିତି କିଛି ହେବ ନାହିଁ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇଯିବେ ।
ତୁଳା
ତୁଳା
ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ମାନସିକ ଅସ୍ଥିରତା କାରଣରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ସହକର୍ମୀଙ୍କ ସହାନୁଭୂତି ଯୋଗୁଁ କାମଗୁଡିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ଆଜିର ଯାତ୍ରା ପ୍ରୀତିପ୍ରଦ ରହିବ।
ବିଛା
ବିଛା
ଆକସ୍ମିକ ଭାବରେ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ। ଦରକାର ସମୟରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ କିନ୍ତୁ ବନ୍ଧୁଙ୍କ ଆଶ୍ୱାସନାରୁ ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ପଡୋଶୀ ଈର୍ଷାନ୍ବିତ ହୋଇ ସମାଲୋଚନାମୂଳକ କଥା କହିବେ।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣାଧୀନ ରହିବ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଠିକଣା ସମୟରେ ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ପାରିବାରିକ,ପ୍ରଶାସନ, ଯାନବାହନ,ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ମକର
ମକର

କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାଖ,ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା କରାଯାଇପାରେ। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସଭାସମିତିରେ ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ

ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରର କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଆଜିର ଯାତ୍ରା, ବାଣିଜ୍ୟ ବ୍ୟବସାୟ ଓ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri