

ଆଜି ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡା ହୋଇପାରେ। ଅତୀତଘଟଣାକୁ ନେଇ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।








କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାଖ,ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା କରାଯାଇପାରେ। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।


ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରର କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଆଜିର ଯାତ୍ରା, ବାଣିଜ୍ୟ ବ୍ୟବସାୟ ଓ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ।

