Posted inRasifala

ରାଶିଫଳ: ଶନିବାର , ଅକ୍ଟୋବେର ୧୭ ତାରିଖ – Daily Horoscope

ମେଷ
ଆଜି ଭାଗ୍ୟସ୍ଥାନରେ ଚନ୍ଦ୍ର ରହିଥିବାରୁ ଯାତ୍ରା, ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସଭାସମିତି, ମାଲିମକଦ୍ଦମା କିମ୍ବା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ପ୍ରତିଶ୍ରୁତିରୁ ଓହରିବାରୁ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇପାରନ୍ତି ା
ବୃଷ
ବୃଷ
ପରିସ୍ଥିତିର ତାଡନାରେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହେବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ସତର୍କତାର ଆବଶ୍ୟକତା ପଡ଼ିବ ନାହିଁ। ସାହାଯ୍ୟର ପ୍ରତିଦାନ ସ୍ବରୂପ ବନ୍ଧୁଙ୍କ ଆଦରବୋଳା ସମ୍ମାନଜନକ କଥା ଶୁଣି ମନ ଖୁସି ହୋଇଯାଇପାରେ।
ମିଥୁନ
ମିଥୁନ
କୋଣଭାବସ୍ଥ ରାଶ୍ୟାଧିପ ଶୁକ୍ର ସଂଯୋଗରୁ ଭଲ ପଡୁ ନ ଥିବା ବ୍ୟକ୍ତି ମିତ୍ରତାର ହାତ ବଢ଼ାଇବେ। ଜଣେ ବନ୍ଧୁଙ୍କ ଆକସ୍ମିକ ଉପସ୍ଥିତିକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ। ଉନ୍ନୟନମୂଳକ କାମ ପବ୍ଲିକେଶନ, ପ୍ରେସ୍‍, ସାହିତ୍ୟଚର୍ଚ୍ଚା ବାଧାପ୍ରାପ୍ତ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବାରୁ ଆଶ୍ୱସ୍ତି ଲାଭ କରିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସାମାନ୍ୟ ଟିକିଏ ମାନସିକ ଦ୍ୱନ୍ଦ୍ୱ ବ୍ୟତୀତ ଅନ୍ୟ କୌଣସି ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଅତୀତ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିପାରନ୍ତି। ରାଶିରେ ମଙ୍ଗଳ ଯୋଗୁ ଜମିଜମା କାରବାର ସମ୍ପର୍କୀୟ କାମଟି ହଠାତ୍‍ ହୋଇଯିବାର ପୂର୍ଣ୍ଣ ସମ୍ଭାବନା ରହିଛି।
ସି˚ହ
ସି˚ହ
ବନ୍ଧୁଙ୍କ ପ୍ରରୋଚନାରେ ବାରମ୍ବାର ସ୍ଥଗିତ ରହିଯାଉଥିବା କାର୍ଯ୍ୟ କୌଶଳ ଖଟାଇ ହାସଲ ପାଇଁ ଚେଷ୍ଟିତ ହେବେ। କର୍ମକ୍ଷେତ୍ରରୁ ଫେରିବା ବାଟରେ କଳହର ସମ୍ମୁଖୀନ ହେବେ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହେବ। ପାରିବାରିକ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିବାରୁ ଆନନ୍ଦ ଅନୁଭବ କରିବେ।
କନ୍ୟା
ଦୁଃସ୍ଥାନାଧିପ ମଙ୍ଗଳଙ୍କ ପ୍ରଭାବରେ ପ୍ରତାରିତ ହୋଇ ଅଭିଳଷିତ ଜିନିଷ ପାଇପାରିବେ ନାହିଁ। ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ। ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ଆବଶ୍ୟକତା ପୂରଣ ସକାଶେ ଧାରକରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ ।
ତୁଳା
ତୁଳା
ରାଶିରେ ଶୁକ୍ର ରହିଥିବାରୁ ଶାରୀରିକ ସୁସ୍ଥତା ରହିବା ସହ କର୍ମକ୍ଷେତ୍ରର ପରିସ୍ଥିତି ସ୍ବାଭାବିକ ରହିବ। ଯେ କୌଣସି ପରିସ୍ଥିତି ଆସୁନା କାହିଁକି ସମସ୍ୟାକୁ ସୁଧାରି ନେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ଫଳରେ ଧୈର୍ଯ୍ୟଚ୍ୟୁତି ଘଟିପାରେ। ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବା ପାଇଁ ଲବି କରିପାରନ୍ତି।
ବିଛା
ବିଛା
ଦେବଗୁରୁଙ୍କ ସୁପ୍ରଭାବରେ ନିଜେ ଚାହୁଁଥବା କାମ ଅତି ସହଜରେ ସମ୍ପନ୍ନ ହୋଇଯିବ। ପରିବାରରେ ପାରଷ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। କ୍ରୀଡା, ଚଳଚ୍ଚିତ୍ର ଓ ସାହିତ୍ୟରେ ସମସ୍ୟା ସମାଧାନ ଯୋଗୁ ଆଶ୍ୱସ୍ତି ଅନୁଭବ କରିବେ । ଫାଇଲ୍‍ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ।
ଧନୁ
ଧନୁ
ଶନିଙ୍କ କୁପ୍ରଭାବରୁ ପାରିବାରିକ କ୍ଷେତ୍ରରେ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ଭୁଲ୍‍ ବୁଝାମଣାରୁ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। କଠୋର ଶ୍ରମ ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ତଥାପି କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ।
ମକର
ମକର
ବନ୍ଧୁଙ୍କ ସହ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ହୋଇଯିବ। ଅଷ୍ଟମାଧିପତି ରବିଙ୍କ ଦୁର୍ବଳତାଜନିତ ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇବା ବିଳମ୍ବ ହେବ। ପୂର୍ବ ଶତ୍ରୁତାରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବୃଦ୍ଧିପାଇବ। ସମ୍ପର୍କୀୟ କୌଣସି ବୟସ୍କବ୍ୟକ୍ତି କିମ୍ବା ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ନିଜର ମନେ ହେଉଥିବା ଲୋକ ସ୍ବାର୍ଥକୁ ଅଗ୍ରାଧିକାର ଦେଇ ଆପଣଙ୍କୁ ଅବହେଳା କରିପାରେ। ଭାବୁଥିବା କାମଟି ସମ୍ପନ୍ନ କରିବା ସକାଶେ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଗୃହ, ଭୂମି, ଗାଡ଼ିମୋଟର, ପ୍ରେସ୍‍, ପବ୍ଲ୍ଳିକେଶନ ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ।
ମୀନମୀନ
ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଖଳ ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବେ ଏକ ଭିନ୍ନ ପରିବେଶରେ ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ। ପାରିବାରିକ ସମସ୍ୟା କ୍ଷେତ୍ରରେ ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?