Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ବ୍ୟବସାୟ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ ଚିନ୍ତା କରିପାରନ୍ତି।
ବୃଷ
ବୃଷ
ବାକ୍‌ଭାବାଧିପତିଙ୍କୁ ଶନିଦୃଷ୍ଟିଜନିତ କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ସମସ୍ୟା ସୃଷ୍ଟି କରିପାରେ। ସାଂଗଠନିକ କାର୍ଯ୍ୟ ସକାଶେ ତପତ୍ରତା ବୃଦ୍ଧି ପାଇବ। ଲାଭଭାବସ୍ଥ ଜନଙ୍କ ଯୋଗୁ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସାହିତ୍ୟଚର୍ଚ୍ଚା, ଆଧ୍ୟାତ୍ମିକତା, ସତ୍‌ସଙ୍ଗ ଓ ସାମ୍ବାଦିକତା କ୍ଷେତ୍ରରୁ ସୁନାମ ଅର୍ଜନ କରିପାରିବେ।
ମିଥୁନ
ମିଥୁନ
କେନ୍ଦ୍ରସ୍ଥ ରାଶ୍ୟାଧିପ ଯୋଗୁ ଦୀର୍ଘଦିନରୁ ଆପଣ ଚେଷ୍ଟା କରୁଥିବା କାମଗୁଡ଼ିକ ଆଜି ବାସ୍ତବରେ ଫଳପ୍ରଦ ହୋଇପାରିବ। ବନ୍ଧୁମାନଙ୍କ ଗହଣରେ ଆଜିର ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରୀତିପ୍ରଦ ରହିବ। କଳା,ସାହିତ୍ୟ ଓ ରଚନାତ୍ମକ, ଅଫିସ୍‌ କାମର କେତେକ ଘଟଣାର ବିବରଣୀ ସମୂହ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆବଶ୍ୟକତା ପୂରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥ ଆଣିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ଲାଗି ରହିବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି। ସାହିତ୍ୟ, କ୍ରୀଡା, ସଙ୍ଗୀତ, ନୃତ୍ୟ ପ୍ରଭୃତି ସହ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ଲାଗି ରହିଥିବା କାରଣରୁ କୌଣସି ନିଶ୍ଚିତ କାର୍ଯ୍ୟପନ୍ଥା ଗ୍ରହଣ କରିପାରିବେ ନାହିଁ। ବାଣିଜ୍ୟ, ବ୍ୟବସାୟ ଓ ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅର୍ଥ ଅଭାବ ଥିଲେ ମଧ୍ୟ ତାହାକୁ ବନ୍ଧୁଙ୍କ ସାହାଯ୍ୟକ୍ରମେ ସୁଧାରି ନେଇପାରିବେ।
କନ୍ୟା
ବାରମ୍ବାର ଧୋକା ଖାଇ ଓ ସମସ୍ୟା ମଧ୍ୟରେ ଚଳିବା ସହ କାର୍ଯ୍ୟ ଠିକ୍‌ ସମୟରେ ସମ୍ପନ୍ନ କଷ୍ଟକର ହେବ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସି ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ। ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡ଼ି ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
ଯେତେ ପ୍ରକାରର ଉପାୟ ଅବଲମ୍ବନ କଲେ ମଧ୍ୟ କାର୍ଯ୍ୟ ହାସଲ କରିବା ଦୁରୂହ ହୋଇପଡିବ। ଅପରାହ୍ନେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ। ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ଦେଖାଯିବା ଫଳରେ ଟେନସନ୍‌ କିିଛି ମାତ୍ରାରେ କମି ଯାଇପାରେ।
ବିଛା
ବିଛା
ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶାଜନକ ଖବର ପାଇ ସାମୟିକ ଖୁସୀ ହୋଇଯିବେ। ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟିବ। ସଂଗଠନ, ରାଜନୀତି,ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ। ଅନୁରାଧା ନକ୍ଷତ୍ରର ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ।
ଧନୁ
ଧନୁ
ବିଶିଷ୍ଟବ୍ୟକ୍ତିଙ୍କ ପୃଷ୍ଠପୋଷକତା ଲାଭକରି କାର୍ଯ୍ୟହାସଲ କରିବେ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଆଶା କରିଥିବା ଦିଗରୁ ଅର୍ଥଲାଭ ଘଟିବ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ହିଁ ମାନସିକ ଅଶାନ୍ତିର କାରଣ ହୋଇପାରେ ।
ମକର
ମକର
ବହୁତ ଦିନରୁ ଚେଷ୍ଟା ଚଳାଇଥିବା କାମଟି ହାସଲ ହେବା କାରଣରୁ ମାନସିକ ସ୍ଥିତି ଏକ ପ୍ରକାର ଭଲ ରହିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳ ବଦଳ ହୋଇଯାଇପାରେ। ବନ୍ଧୁଙ୍କ ଫେରିବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ଆର୍ଥିକ ଦୁଃସ୍ଥିତି ଚିନ୍ତା ଜନକ ପରିଣାମ ସୃଷ୍ଟି କରିବାର ଆଶଙ୍କା ରହିଛି। ଆତ୍ମୀୟସ୍ବଜନଙ୍କ ପରୋକ୍ଷ ଶତ୍ରୁତା ମନୋଭାବକୁ ଲକ୍ଷ୍ୟକରି ମାନସିକ ସ୍ତରରେ ଯନ୍ତ୍ରଣା ଅନୁଭବ କରବେ।
ମୀନମୀନ
ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?