Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜିର ଚତୁର୍ଥାଧିପ ଭାଗ୍ୟସ୍ଥାନକୁ ଅବଲୋକନ କରୁଥିବାରୁ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରିବାକୁ ମନସ୍ଥ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସଙ୍ଗେ ସହମତିରେ କାର୍ଯ୍ୟକରିବା ଭଲ। ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି।
ବୃଷ
ବୃଷ
ଧନ ସ୍ଥାନରେ ଚନ୍ଦ୍ରଙ୍କ ସ୍ଥିତି ଭାଇ, ବନ୍ଧୁ ତଥା ଆମତ୍ୀୟସ୍ବଜନଙ୍କ ମାଧ୍ୟମରେ କାର୍ଯ୍ୟ ସମ୍ପନ୍ନ କରାଇବ। ବନ୍ଧଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅସ୍ଥିରତାର କାରଣ ହୋଇପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି। କୌଣସି ଆମତ୍ୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହେବେ।
ମିଥୁନ
ମିଥୁନ
ଧନାଧିପତି ରାଶିରେ ଅବସ୍ଥାନକରି ମହତ କାମରେ ବ୍ୟୟ ବରାଦ କରାଇବେ। ବନ୍ଧୁଙ୍କ ସାହାଯ୍ୟ ଲାଭକରି ନୂତନ କାମ ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ପୂର୍ବ ନିର୍ଦ୍ଧାରିତ ଯୋଜନାନୁଯାୟୀ ସାଙ୍ଗମାନଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାର ସୁବିଧା ହାସଲକରି କାର୍ଯ୍ୟ ସାଧନ କରିବେ। ଲାଭଭାବସ୍ଥ ଗୁରୁ କୃପାରୁ ବାଣିଜ୍ୟ, ଶିଳ୍ପ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ପଡ଼ୋଶୀଙ୍କ ଅବଦାନ ରହିବ। ନିଜର ଜିଦ୍‌କୁ ପ୍ରାଧାନ୍ୟ ଦେଇ ପରିବାରରେ ଅଯଥା କଳହଜନିତ ବିତର୍କ ଲାଗିପାରେ।
ସି˚ହ
ସି˚ହ
ଯେତେ ସୁବିଧା ସୁଯୋଗ ସୃଷ୍ଟିକଲେ ମଧ୍ୟ ଅନ୍ୟମାନଙ୍କ ଭୁଲ୍‌ ଧାରଣା ହଠାତ୍‌ ବଦଳି ନ ପାରେ। ଯାତ୍ରା କାଳରେ ସତର୍କରେ ନ ଚଳିଲେ ବିବାଦରେ ପଡ଼ିପାରନ୍ତି। ସଭାସମିତିରେ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଅତୀତରେ ସ୍ଥାନାନ୍ତରିତ ପ୍ରବାସରେ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତତା ହ୍ରାସ ପାଇବ।
କନ୍ୟା
ଆଜି ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ପଡ଼ୋଶୀଙ୍କ ସହ ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଅଂଶୀଦାରଙ୍କ ସାହଚର୍ଯ୍ୟରେ ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ଚିନ୍ତିତ ହେବେ।
ତୁଳା
ତୁଳା
ଆଜିର ଚନ୍ଦ୍ରଙ୍କ ସ୍ଥିତିଜନିତ ଅବସାଦଗ୍ରସ୍ତ ହୋଇପାରନ୍ତି। ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ନ ହେଲେ ସମସ୍ୟା ଭୋଗିପାରନ୍ତି। ପରିବାରରେ ସୁଖ ଶାନ୍ତି ରାଜୁତିକରିବ, କିନ୍ତୁ ଏଥିପାଇଁ କିଛିଟା ସ୍ବାର୍ଥତ୍ୟାଗ ଜରୁରୀ ହୋଇପାରେ। ବ୍ୟବସାୟ ଓ ପରିବହନରେ, କଳା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ।
ବିଛା
ବିଛା
ଶାଳୀନତାପୂର୍ଣ୍ଣ ବ୍ୟବହାରରେ ବନ୍ଧୁଙ୍କୁ ଆପଣେଇ ନେବେ। ଆଜିର ଯାତ୍ରା ସମୟରେ, ବନ୍ଧୁମିଳନରେ, ଆଲୋଚନା ଅଥବା ସଭା ସମିତିରେ ଆଗ୍ରହୀ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନ୍‌ସନ ବଢ଼ିପାରେ। ଦୀର୍ଘଦିନରୁ ଚାଲିଥିବା ମାଲିମକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯାଇପାରେ।
ଧନୁ
ଧନୁ
ବିରକ୍ତିବୋଧଜନିତ ଆପଣଙ୍କ ରୁକ୍ଷ ଭାଷାର କଠୋରତା ଓ ଜିଦ୍‌ ସମସ୍ୟା ସୃଷ୍ଟି କରିପାରେ। କୌଶଳପୂର୍ଣ୍ଣ କଥା ମାଧ୍ୟମରେ ବନ୍ଧୁଙ୍କୁ ମନାଇ କାମ ହାସଲ କରିିବେ। ଆଜି ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବା ସମ୍ଭାବନା ରହିଛି। ଅର୍ଥସଙ୍କଟ ଲାଗି ରହିବା ହେତୁ ପରିବାରର ଖର୍ଚ୍ଚକାଟର ବ୍ୟବସ୍ଥା କରିପାରନ୍ତି।
ମକର
ମକର
ଯେତେ ସହି ସମ୍ଭାଳି କାମ କଲେ ମଧ୍ୟ ଅନ୍ୟମାନଙ୍କ ବେଖାତିର ଓ ଶ୍ରୁତିକଟୁ ବ୍ୟବହାରରୁ ଅସନ୍ତୁଷ୍ଟ ରହିବେ। ଈର୍ଷାପରାୟଣ ହୋଇ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ବାଣିଜ୍ୟ, ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାତ୍ରାକାଳୀନ ଯାନବାହନରେ ସତର୍କ ରହିବା ଭଲ, ଅନ୍ୟଥା ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ଆପଣଙ୍କ କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସାମାନ୍ୟ ସହାୟକ ହୋଇପାରେ। ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ। ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହିବା ଭଲ ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ।
ମୀନମୀନ

ସାମାଜିକ ସ୍ତରରେ ନିଜ ଲୋକମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରି ପାରନ୍ତି। ଦୀର୍ଘଦିନରୁ ପାଉ ନ ଥିବା ଅର୍ଥକୁ କୌଶଳ ପ୍ରୟୋଗକରି ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟରେ ଲାଭ ମିଳିବ, ମାତ୍ର ଋଣ ପରିଶୋଧ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri