Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ
ଆଜି ଦିନଟି ବନ୍ଧୁଙ୍କ ସହ ଯାତ୍ରାକାଳୀନ ସୁମଧୁର ଅନୁଭୂତିକୁ ନେଇ ବିତିବ। ଜମିଜମା, ଗାଡ଼ିମୋଟର, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଆଶଙ୍କା ରହିଛି। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ସ୍ବାର୍ଥହାନି ଆଶଙ୍କାରେ ନିଜ ଲୋକମାନେ ଆପଣଙ୍କ ନିକଟରୁ ଦୂରେଇ ଯାଇପାରନ୍ତି।
ବୃଷ
ବୃଷ
ସ୍ବାସ୍ଥ୍ୟରେ ଉନ୍ନତି ସହିତ ସମ୍ପର୍କୀୟଙ୍କ ସହାନୁଭୂତିରୁ ଆଶ୍ୱସ୍ତି ଅନୁଭବ କରିବେ। ହିତୈଷୀଙ୍କ ସହଯୋଗରେ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି। ଅସାବଧାନତା ବଶତଃ କୈାଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ହଠାତ୍‌ ବାହାରକୁ ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣାରୁ ପାରିବାରିକ ଅଶାନ୍ତି ମନକୁ ବିଷାଦିତ କରିବ। ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ। ଆଜି କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧିହେତୁ ମନ ଅସ୍ଥିର ରହିବ। ସାମୟିକ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ମାନସିକ ଶିଥିଳତାଜନିତ କାର୍ଯ୍ୟରେ ବିଳମ୍ବ ଘଟିଲେ ମଧ୍ୟ ଆର୍ଥିକ ସ୍ଥିତି ମଜ୍‌ଭୁତ ରହିବ। ଆଜି ଯେଉଁ ଆଶା ନେଇ କାହା ପାଇଁ କିଛି କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ। ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ, ସଭାସମିତି, ଅଦାଲତ କ୍ଷେତ୍ରରୁ ସୁଫଳ ପାଇପାରନ୍ତି।
ସି˚ହ
ସି˚ହ
ଭଲ ସମ୍ପର୍କ ନ ଥିବା ସହକର୍ମୀଟି ଆପଣଙ୍କୁ ଅପଦସ୍ଥ କରାଇପାରେ। ଈର୍ଷାପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ଆଘାତ ଲାଗିପାରେ। ରଚନାମତ୍କ କାମ, ଗବେଷଣା, ଅନୁସନ୍ଧାନ ଓ ଅଧ୍ୟାପନାରେ ଉନ୍ନତି ହେବ।
କନ୍ୟା
ସେବା ଓ ପରୋପକାର ମନୋବୃତ୍ତିଜନିତ ସାମାଜିକ ସମ୍ମାନ ଓ ପ୍ରତିଷ୍ଠା ଲାଭକରିବେ। କେତେକ କ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ନିଶ୍ଚୟ ପାଇବେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି।
ତୁଳା
ତୁଳା
ଆଶା ଓ ଅଭିଳାଷକୁ ପୂରଣ କରିବାରେ ଆଜି କୌଣସି ଅସୁବିଧା ରହିବ ନାହିଁ। ଅଫିସ ଭିତରେ କିମ୍ବା ଆଜିର ଫେରନ୍ତା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ପାରିବାରିକ ବିବାଦଜନିତ କଚେରି ମାମଲା ସକାଶେ ଚିନ୍ତା ବଢିପାରେ। ଆନୁଷ୍ଠାନିକ କାମରେ ନିଜକୁ ସାମିଲ କରି ମାନସିକ ଶାନ୍ତି ଲାଭ କରିପାରନ୍ତି।
ବିଛା
ବିଛା
ବନ୍ଧୁ ଓ ପ୍ରିୟ ପରିଜନଙ୍କ ସହିତ ଆଜି ସକାଳୁ ଦୂରଯାତ୍ରା କରିବାକୁ ପଡିପାରେ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡ଼ିବ।
ଧନୁ
ଧନୁ
ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ ଆଜିର କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବ। ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆମତ୍ୀୟ ସ୍ବଜନଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ। ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ। ବନ୍ଧୁଙ୍କଠାରୁ ଖବର ଶୁଣିବା ପରେ ମନରେ ଦୁର୍ଭାବନା ସୃଷ୍ଟି ହୋଇପାରେ। କିଛିଟା ସ୍ବାର୍ଥତ୍ୟାଗ କରିବା ଦ୍ୱାରା ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ।
କୁମ୍ଭ
କୁମ୍ଭ
କର୍ମାରମ୍ଭ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ।
ମୀନମୀନ

ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଭଲ ସମ୍ପର୍କ ରଖୁ ନ ଥିବା ବନ୍ଧୁମାନେ ସମସ୍ୟା ସମାଧାନ ବଦଳରେ ସମସ୍ୟାକୁ ବଢ଼ାଇଦେଇପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

ରାଶିଫଳ: ସୋମବାର , ଜୁଲାଇ ୬ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରରେ ବୁଧ ଓ ବୃହସ୍ପତିଙ୍କ ଯୋଗୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ…

ରାଶିଫଳ: ରବିବାର, ଜୁଲାଇ ୫ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁମାନଙ୍କ ପରାମର୍ଶକ୍ରମେ ଦୂରଯାତ୍ରା କରିବାକୁ ମନ ବଳାଇବେ। ଗୃହ ମରାମତି, ଭୂମିକ୍ରୟ, ଗାଡ଼ିମୋଟର, ଯାନ୍ତ୍ରିକ ଜିନିଷ କ୍ରୟ କରିପାରନ୍ତି। ଟଙ୍କା ପଇସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri