Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ
ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ବନ୍ଧୁଙ୍କ ଜରିଆରେ ପାଇବେ। ଦ୍ୱିଜା ନକ୍ଷତ୍ର ସକାଶେ ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟାର ସମାପ୍ତି ଘଟିବ।
ବୃଷ
ବୃଷ
ପଡ଼ୋଶୀ ସହଯୋଗର ହାତ ବଢ଼ାଇବେ ଓ କାମଟି ସୁବିଧାରେ ହେବ । ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ମୃଗଶିରା ନକ୍ଷତ୍ରର ସନ୍ତାନ ହେତୁକ ପୀଡ଼ା କିମ୍ବା ଅନୁପସ୍ଥିତିର ଅଭାବ ଅନୁଭବ କରିବେ।
ମିଥୁନ
ମିଥୁନ
କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପ୍ରଶାସନ, ପ୍ରକାଶନ, ରାଜନୀତି , ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ। ଉତ୍ତମ ବୁଝାମଣା ଯୋଗୁ ପାରିବାରିକ ଜୀବନ ଖୁସିରେ କଟିବ। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହେବେ।
କର୍କଟ
କର୍କଟ
ସମ୍ପର୍କୀୟମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। ପୁଷ୍ୟା ନକ୍ଷତ୍ରର ମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇବ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି। କ୍ରୀଡ଼ା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟାଗୁଡିକର ସରଳ ସମାଧାନ କରିବାରେ ସଫଳ ହେବେ। ପୂର୍ବାଫାଲଗୁନୀ ନକ୍ଷତ୍ର ସକାଶେ କଚେରି ମାମଲାର ଶୁଣାଣିରୁ ମନ ଖୁସି ରହିବ। ବାଣିଜ୍ୟ ଓ ପରିବହନରେ ଲାଭବାନ ହେବେ।
କନ୍ୟା
ଦୀର୍ଘ ଦିନରୁ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। ହସ୍ତା ନକ୍ଷତ୍ର ସକାଶେ ଆଜିର ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ। ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି।
ତୁଳା
ତୁଳା
ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବ, ଫଳରେ ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯିବ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିଯିବ। ଚିତ୍ରା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।
ବିଛା
ବିଛା
ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ପାଇବାକୁ ବ୍ୟାକୁଳ ହେବେ। ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ। ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଅନୁରାଧା ନକ୍ଷତ୍ର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ସମସ୍ୟାକୁ ଡାକିପାରନ୍ତି।
ଧନୁ
ଧନୁ
ଆର୍ଥିକ ଦିଗରୁ ସମସ୍ୟା ଲାଗିରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ସହକର୍ମୀଙ୍କ ସହ ମିଷ୍ଟାଳାପରେ ମାତିରହିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ଏଣୁ ଗାଡିକୁ ପରଖି ନେବା ଭଲ ହେବ। ପୂର୍ବଷାଢ଼ା ନକ୍ଷତ୍ର ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ମକର
ମକର
ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନି ଘଟିପାରେ। ବନ୍ଧୁଙ୍କ ପ୍ରତାରଣାପୂର୍ଣ୍ଣ କଥାରେ ମନ ଅସ୍ଥିର ରହିପାରେ।
କୁମ୍ଭ
କୁମ୍ଭ
ତର୍କବିତର୍କ କାରଣରୁ ସାଧାରଣ କଥାରେ ହଠାତ୍‌ କଳହ ସୃଷ୍ଟି ହୋଇପାରେ। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। କ୍ରୀଡ଼ା, ସଙ୍ଗୀତ, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଶତଭିଷା ନକ୍ଷତ୍ର ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ଉତ୍ତରଭାଦ୍ରପଦ ନକ୍ଷତ୍ର ଧାରକରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ । ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। କୌଣସି ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡି ପାରନ୍ତି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଲାଭଭାବସ୍ଥ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଶୁଭକାର୍ଯ୍ୟର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ ଟଙ୍କାକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?