ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଶିଥିଳତା ଦେଖାଦେବାର ସୂଚନା ରହିଛି। ନୂତନ ଯାନ୍ତ୍ରିକ ଜିନିଷ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି।
କର୍ମକ୍ଷେତ୍ରରେ ଅପୂରଣୀୟ ଆଶା ଓ ଅଭିଳାଷ ମନରେ ଲଘୁ କ୍ରୋଧ ସୃଷ୍ଟି କରିପାରେ। ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ହେବାର ଆଶଙ୍କା ରହିଛି। ପୁରୁଣା ସମ୍ପର୍କ, ଜମିଜମା, ଗାଡିମୋଟରରୁ ଭଲ ଲାଭ ପାଇବେ। ନିର୍ମାଣାଧୀନ କାର୍ଯ୍ୟ ସମସ୍ୟା ବହୁଳ ରହିବ, ତଥାପି ସହଜରେ ସମାଧାନ ହୋଇଯିବ।
ସାଧାରଣ ଘଟଣାରେ ଝଗଡା ଲାଗିଥିବା ଘଟଣାବଳୀ ମନକୁ ବିବ୍ରତ କରିପାରେ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳପ୍ରାପ୍ତି ହୋଇପାରେ। ପାରିବାରିକ କ୍ଷେତ୍ରରେ ଖଳ ଲୋକଙ୍କ ଅନୁପ୍ରବେଶ କଳହକୁ ବଢାଇଦେଇପାରେ। କର୍ମକ୍ଷେତ୍ରରେ କୌଣସି ନିଷ୍ପତ୍ତି ପାଇଁ ତର୍କ ଓ ବିବାଦ ବଢ଼ିବାର ସମ୍ଭାବନା ରହିଛି।
ପରିଜନ ସହିତ ଦୂରଯାତ୍ରା ଓ ବନ୍ଧୁ ମିଳନରୁ ଆନନ୍ଦ ଅନୁଭବ କରିବେ। ଦୀର୍ଘଦିନର ଆଶା ଫଳବତୀ ହେବ କିନ୍ତୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାର ସମ୍ଭାବନା ରହିଛି। ବିଭିନ୍ନ ଦୁଶ୍ଚିନ୍ତାରେ ବିବ୍ରତ ହେଉଥିବାରୁ ଅଭାବ ନ ଥିଲେ ମଧ୍ୟ ମନ ଭଲ ଲାଗି ନ ପାରେ।
ସୁଚିନ୍ତିତ ଯୋଜନାକୁ ବାସ୍ତବରୂପ ଦେବା ଦିଗରେ ଚେଷ୍ଟା କରି ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଓ କାମରେ ଆଗୁଆ ରହିବେ। ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଲେ ମଧ୍ୟ ଚେଷ୍ଟାରୁ ବିରତ ହେବେ ନାହିଁ। ଆଲୋଚନା ପରିସରରେ ବନ୍ଧୁଙ୍କୁ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ସାଂସ୍କୃତିକ କାର୍ଯ୍ୟକ୍ରମରେ ସଙ୍ଗୀତ, କ୍ରୀଡା, ଚଳଚ୍ଚିତ୍ର ଓ ସାହିତ୍ୟ ଆସରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇପାରେ। ପଡୋଶୀଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ, କିନ୍ତୁ କଠୋର ବାକ୍ୟାଳାପ ଦ୍ୱାରା ସମ୍ପର୍କ ହାନି ଘଟିପାରେ। ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ବିବ୍ରତ ହେବେ। ପରିସ୍ଥିତିର ଗୁରୁତ୍ୱ ଦୃଷ୍ଟିକୋଣରୁ ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରିବାରର ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ସହିତ ଆଲୋଚନା କରିପାରନ୍ତି।
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ନିଜ ସକାଶେ ସମସ୍ୟାକୁ ବଢାଇ ଦେଇପାରେ। ତରବରିଆ ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି। ଖାଦ୍ୟପେୟର ଅନିୟମିତତା ଫଳରେ ସ୍ବାସ୍ଥ୍ୟ ସାମାନ୍ୟ ଗଡ଼ବଡ଼ ହେବାର ଆଶଙ୍କା ରହିଛି।
କର୍ମଜଞ୍ଜାଳ ବୃଦ୍ଧିଜନିତ ଆଜି ପ୍ରତ୍ୟେକ ପରିସ୍ଥିତି ଅନୁକୂଳ ନ ହୋଇପାରେ। ମନୋରଞ୍ଜନ କାର୍ଯ୍ୟରେ ସାମିଲ ହୋଇପାରନ୍ତି, କିନ୍ତୁ ପୂର୍ଣ୍ଣ ଉପଭୋଗ୍ୟ ହେବ ନାହିଁ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ। ପରିବହନରେ ସାଧାରଣ ଘଟଣାକୁ କେନ୍ଦ୍ରକରି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ଯେତେ ସତର୍କରେ ଚଳିଲେ ମଧ୍ୟ ଅନ୍ୟମାନଙ୍କ ଶ୍ରଦ୍ଧାଭାଜନ ହୋଇପାରିବେ ନାହିଁ। ଘରେ ବସି ରହିଥିଲେ ମଧ୍ୟ ବିଭିନ୍ନ ମିଥ୍ୟା ଅଭିଯୋଗ ଆପଣଙ୍କ ଉପରକୁ ଆସିପାରେ। ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସୂଚନା ରହିଛି। ବନ୍ଧୁଙ୍କ ଗହଣରେ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି ।
କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ, ଯଦ୍ଦ୍ବାରା କି କଟୁକ୍ତି ଶୁଣିବାକୁ ପଡିପାରେ। ଅଭାବ ସୁଧାରିବାକୁ ଯାଇ ଧାର ଉଧାର କରିବାକୁ ପଡିବାର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ନୀଚ୍ଚ ମନୋଭାବସମ୍ପନ୍ନ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ବନ୍ଧୁଙ୍କ ଅନୁରୋଧକ୍ରମେ ପରିବାର ସହିତ ଭ୍ରମଣ ସୁଯୋଗ ଜୁଟିବ।
ବନ୍ଧୁଙ୍କ ପରାମର୍ଶ ଅନୁସାରେ ସମସ୍ୟା ସମାଧାନ ଲାଗି ଚେଷ୍ଟା କରିପାରନ୍ତି। ନିଜ ଲୋକଙ୍କ ଈର୍ଷାପରାୟଣତା କାରଣରୁ ହଠାତ୍ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାର ସୂଚନା ରହିଛି। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆପଣଙ୍କ ସମ୍ମୁଖରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ।
📲 Follow Dharitri – Odisha’s No. 1 Odia Daily 📰✨
Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.
Subscribe to updates
Unsubscribe from updates