Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ
ଅଟକିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକଙ୍କୁ ଦାୟୀ କରିବେ। ଦ୍ୱିଜା ନକ୍ଷତ୍ରର ଆପୋସ ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସମାଧାନ କରିବେ।
ବୃଷ
ବୃଷ
ପରୋକ୍ଷ ଶତ୍ରୁତା କାରଣରୁ କୌଣସି ଭୁଲ୍‌ ନ କରି ମଧ୍ୟ ଦୋଷୀ ରୂପେ ପରିଗଣିତ ହେବେ। କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଏହା ଘଟିବାର ସମ୍ଭାବନା ଅଧିକ ରହିଛି। ଅର୍ଥ କିମ୍ବା ଆବଶ୍ୟକତା ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ମୃଗଶିରା ନକ୍ଷତ୍ରର ସାଧାରଣ ସ୍ଥିତିରେ ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ।
ମିଥୁନ
ମିଥୁନ
ଆଜି ସ୍ବାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ। ମାଲି ମକଦ୍ଦମା, ଗବେଷଣା, ପ୍ରେସ୍‌ ପବ୍ଲିକେଶନ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। ସାହିତ୍ୟ, ରାଜନୀତି, ଶିଳ୍ପ, ବାଣିଜ୍ୟରେ ଚାପର ସମ୍ମୁଖୀନ ହେବେ। ଆରଦ୍ରା ନକ୍ଷତ୍ର ସହମତି ଭିତ୍ତିରେ କାମ କଲେ ସଫଳତା ପାଇବେ।
କର୍କଟ
କର୍କଟ
ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଭ୍ରମଣ ସୁଯୋଗ, ସତ୍‌ସଙ୍ଗ, ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା ଓ ବନ୍ଧୁମିଳନରୁ ଖୁସି ରହିବେ। ପୁଷ୍ୟା ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ। ତରବରିଆ ପଦକ୍ଷେପ ନେଲେ ଅସୁବିଧା ଭୋଗିବେ। ବ୍ୟବସାୟ, ଯୋଗାଣ କାରବାରରେ ଉନ୍ନତି କରିପାରନ୍ତି।
ସି˚ହ
ସି˚ହ
ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ। ଉତ୍ତରା ଫାଲଗୁନୀ ନକ୍ଷତ୍ରର ହାତଖାଲି ହେବାରୁ ମନରେ ସରସତା ରହିବ ନାହିଁ। ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିୟୋଜିତ ହେବେ। ଅବହେଳାଜନିତ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ।
କନ୍ୟା
ଆଜି ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇପାରେ। ଚିତ୍ରା ନକ୍ଷତ୍ରର ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ ଓ ଏଥିପାଇଁ ବନ୍ଧୁଙ୍କୁ ନେହୁରା ହେବାକୁ ପଡିବ। ସ୍ତ୍ରୀ, ପ୍ରତିଦ୍ୱନ୍ଦ୍ୱୀ, ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ। ସାମାଜିକ ସ୍ତରରେ ଲୋକସମ୍ପର୍କ ବଢିବ ଏବଂ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ତୁଳା
ତୁଳା
ନିଜ ଲୋକ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ଆଜି ବିଶାଖା ନକ୍ଷତ୍ରର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁମିଳନର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ପ୍ରିୟବନ୍ଧୁଠାରୁ ପାଇବାକୁଥିବା ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିପାରେ।
ବିଛା
ବିଛା
ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି। ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପ୍ରିୟଜନମାନଙ୍କ ସାହାଯ୍ୟରୁ ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। ଅନୁରାଧା ନକ୍ଷତ୍ରର କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
ଧନୁ
ଧନୁ
ଆପଣଙ୍କ ପ୍ରୟୋଗାତ୍ମକ କୌଶଳ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସମଧାନ କରିବାରେ ସାହାଯ୍ୟ କରିବ। ଆଜି ଅର୍ଥଲାଭ, ସମ୍ମାନ ପ୍ରାପ୍ତି, କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲ ରହିବ। କାହାକୁ ସହଜରେ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଉତ୍ତରାଷାଢା ନକ୍ଷତ୍ର ଶାରୀରିକ ସୁସ୍ଥତା ଫେରିପାଇବେ ସତ, ବହୁ ହଇରାଣ ହେବାକୁ ପଡ଼ିବ।
ମକର
ମକର
ଆଜିର ଯାତ୍ରା, ବାଣିଜ୍ୟ, ବିବାଦୀୟ ଘଟଣା, ନିର୍ମାଣ ଓ ପରିବହନରେ ସମସ୍ୟା ଆସିପାରେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବେ। ଧନିଷ୍ଠା ନକ୍ଷତ୍ରର ଭୁଲ୍‌ବୁଝାମଣାରୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେବ। ପରିବାର ଭିତରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଆଜି ଗୃହ, ଯାନ, ଯାନ୍ତ୍ରିକ ଜିନିଷ, ଅଳଙ୍କାର ପ୍ରଭୃତି କ୍ରୟ ପାଇଁ ମନ ବଳାଇବେ। ଶତଭିଷା ନକ୍ଷତ୍ରର ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ଜମିଜମା, ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ମନ ଉଦବିଗ୍ନ ରହିବ। ବନ୍ଧୁଙ୍କ ସହାୟତାରେ ଅଭିଳଷିତ କାମ ହାସଲ କରି ଖୁସି ଅନୁଭବ କରିବେ।
ମୀନମୀନ

ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ନିଶ୍ଚିତ ସଫଳତା ହାସଲ କରିବେ। ବିଳମ୍ବରେ ହେଲେ ମଧ୍ୟ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ରେବତୀ ନକ୍ଷତ୍ର ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri