Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା ବାଣିଜ୍ୟ, ସଭାସମିତି, ବନ୍ଧୁ ମିଳନ, ନୂତନ କର୍ମାରମ୍ଭ, ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। କୃତ୍ତିକା ନକ୍ଷତ୍ର ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହେବ। ବ୍ୟବସାୟୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବୃଷ
ବୃଷ
ସଭାସମିତିର ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟାର ସମାଧାନ କରିବେ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଓ ଫେରନ୍ତା ବାଟରେ ନୂତନବନ୍ଧୁତ୍ୱ ସୃଷ୍ଟି ହେବ। ବ୍ୟବସାୟିକ କ୍ଷେତ୍ର ସମସ୍ୟାବହୁଳ ହୋଇପାରେ। କୃତ୍ତିକା ଘର ସାଜସଜ୍ଜାରେ କିମ୍ବା ନିର୍ମାଣରେ ସମୟ ଅତିବାହିତ କରିପାରନ୍ତି।
ମିଥୁନ
ମିଥୁନ
ସବୁ ସୁବିଧା ଥାଇ ମଧ୍ୟ କେତେକ କାମ ନ ହେବା କାରଣରୁ ମନ ଭଲ ରହିବ ନାହିଁ। ପୁନର୍ବସୁ ନକ୍ଷତ୍ରର ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଦୈହିକ ଅସୁସ୍ଥତା ଦେଖାଦେଇପାରେ। ବନ୍ଧୁଙ୍କ ସହାୟତାରେ ଆର୍ଥିକ ପରିସ୍ଥିତିରେ ଉନ୍ନତି ଘଟିବ। ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ସମସ୍ୟା ଆସିବ ।
କର୍କଟ
କର୍କଟ
ଦୀର୍ଘଦିନର ଆଶା ମଉଳିବାକୁ ଯାଉଥିବା ଅନୁଭବ କରି କୌଣସି କାମରେ ଉତ୍ସାହ ଲାଗିବ ନାହିଁ। ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ଅଶ୍ଳେଷା ନକ୍ଷତ୍ରର ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯିବ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରିବା ଭଲ ହେବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଆସିପାରେ କିନ୍ତୁ ଉପରିସ୍ଥଙ୍କ ସାହାଯ୍ୟରୁ ଅସୁବିଧା ହେବନି। ଅକୁହା କଥାକୁ ବନ୍ଧୁଙ୍କ ଆଗରେ ବଖାଣି ଘରଲୋକମାନଙ୍କ ବିରାଗଭାଜନ ହେବେ। ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ ଚେଷ୍ଟା କରିପାରନ୍ତି। ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
କନ୍ୟା
ବିଭିନ୍ନ ପ୍ରକାରର ପାରିବାରିକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଅଚାନକ ଭାବରେ ଅଶୌଚ ଖବର ଶୁଣି ବିସ୍ମିତ ହୋଇପାରନ୍ତି। ବିଭିନ୍ନ ପ୍ରକାରର ସମସ୍ୟା ହେତୁ କର୍ମକ୍ଷେତ୍ରରେ ଅନିଶ୍ଚିତତା ମଧ୍ୟରେ ଗତି କରିବେ। ଚିତ୍ରା ନକ୍ଷତ୍ର ସକାଶେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଆଜିର ଯାତ୍ରା ବିଳମ୍ବିତ ହେବ।
ତୁଳା
ତୁଳା
କାର୍ଯ୍ୟଦକ୍ଷତା ଓ ନିର୍ଭୀକତା ହେତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସିତ ହେବେ। କିନ୍ତୁ ଖଳ ଲୋକ ମାନଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡି ପାରନ୍ତି। ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଚିତ୍ରା ନକ୍ଷତ୍ର ବ୍ୟବସାୟ ଓ ବାଣିଜ୍ୟରୁ ଅର୍ଥ ଲାଭ ହେତୁ ଖୁସି ରହିବେ।
ବିଛା
ବିଛା
ଆଜି ପ୍ରଶାସନିକ କାମରେ, ଯାତ୍ରା ଓ ଆନୁଷ୍ଠାନିକ କ୍ଷେତ୍ରରେ ତଥା ସଭା ସମିତିରେ ଆଶାଜନକ ଫଳ ପାଇବେ। ଜ୍ୟେଷ୍ଠା ନକ୍ଷତ୍ର ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ସତର୍କ ରୁହନ୍ତୁ। ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଅର୍ଥସାହାଯ୍ୟ ଓ ସହଯୋଗର ପ୍ରତିଶ୍ରୁତି ବନ୍ଧୁଙ୍କଠାରୁ ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ଧନୁ
ଧନୁ
ପରିବାରର ସଦସ୍ୟମାନେ ଆପଣଙ୍କୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଅତି ନିଜର ପ୍ରିୟ ବ୍ୟକ୍ତିଟି ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଆପଣଙ୍କ ବିରୋଧରେ କଥା କହିବ। କାମଗୁଡିକ ଠିକ୍‌ ଭାବେ ହେବାରେ ପ୍ରତିବନ୍ଧକ ସୃଷ୍ଟି ହେବ। ଉତ୍ତରାଷାଢା ନକ୍ଷତ୍ର ଘରର ମରମକଥା ଅନ୍ୟମାନଙ୍କୁ କହି ସମାଲୋଚିତ ହେବେ।
ମକର
ମକର

ଆଜିର ଯାତ୍ରାରେ ଅର୍ଥ ପ୍ରାପ୍ତିର ଆଶା ପୂରାମାତ୍ରାରେ ରହିଛି। ଯୋଗ, ବ୍ୟାୟାମ ଓ ଶୃଙ୍ଖଳିତ ଜୀବନଯାତ୍ରାଜନିତ ଦୁର୍ବଳ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ଭିତରେ ଅଯଥା କଳହରୁ ଦୂରେଇ ରୁହନ୍ତୁ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ସହ ବୁଝାମଣା ଠିକ୍‌ ରହି ନ ପାରେ।

କୁମ୍ଭ
କୁମ୍ଭ
ନିଜର ସମ୍ପର୍କୀୟମାନେ ବିନା କାରଣରେ କଳହ କରିପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହୁଥିଲେ ମଧ୍ୟ କାମଟିକୁ ଛାଡିପାରିବେ ନାହିଁ। ହଠାତ୍‌ଯାତ୍ରା କରିବାକୁ ମନସ୍ଥ କରି ବାଟରୁ ଫେରି ଆସିବାକୁ ପଡିପାରେ। ଧନିଷ୍ଠା ନକ୍ଷତ୍ର ପିଲାମାନଙ୍କ କୌଣସି ସମସ୍ୟାକୁ ନେଇ ବିଚଳିତବୋଧ କରିବେ।
ମୀନମୀନ

କର୍ମକ୍ଷେତ୍ରରେ ଆଶା କରୁଥିବା ସବୁ ପ୍ରକାରର ସୁବିଧା ସୁଯୋଗ ପାଇ ଖୁସୀ ହେବେ। ପରିସ୍ଥିତିବଶତଃ ଅଧସ୍ତନ କର୍ମଚାରୀ କିମ୍ବା ସହକର୍ମୀଙ୍କୁ କଟୁକଥା ପ୍ରୟୋଗ କରି ସୁସମ୍ପର୍କ ହରାଇପାରନ୍ତି। ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ଚିନ୍ତିତ ରହିପାରନ୍ତି ା ପରିବାରର ଋଣଭାର ବଢିଯାଉଥିବା କାରଣରୁ ଚିନ୍ତିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri