Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୧୬ ତାରିଖ – Daily Horoscope

ମେଷ

ରାହୁଗ୍ରସ୍ତ ଚନ୍ଦ୍ରଙ୍କ ଯୋଗୁ ମାନସିକ ଦ୍ୱନ୍ଦ୍ୱ ସହ ଆଶା,ନିରାଶା ମଧ୍ୟରେ ଦିନଟି କଟାଇବାକୁ ପଡ଼ିପାରେ। ଘରକଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ ରହିବ। ଅବଶ୍ୟ ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ।
ବୃଷ
ବୃଷ

ନିଜ ଲୋକମାନେ ବିରୋଧ କଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। କର୍ମାଧିପ ଭାଗ୍ୟସ୍ଥ ଯୋଗୁ ପ୍ରଶାସନ, ଆଇନ ଅଦାଲତ, କଳା,କ୍ରୀଡ଼ା,ଚଳଚ୍ଚିତ୍ର ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ ,ସେମାନେ କହିବେ ବହୁତ କିନ୍ତୁ କିଛି ବି ସାହାଯ୍ୟ କରିବେନି।

ମିଥୁନ
ମିଥୁନ
ପରିବାରରେ ଭୁଲ୍‌ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଧନାଧିପଙ୍କ ଦୁର୍ବଳତାରୁ ଟଙ୍କା ପଇସା ସମ୍ପର୍କିତ ଝମେଲାର ସମ୍ମୁଖୀନ ହେବା ସମ୍ଭାବନା ରହିଛି। ପରିବହନ,ବ୍ୟବସାୟ, ସଭାସମିତି,ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ମିଳିବ।
କର୍କଟ
କର୍କଟ
କେତେକ କ୍ଷେତ୍ରରେ ଆପଣ ଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ। ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ସଭାସମିତି କିମ୍ବା ସାଙ୍ଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହେବେ। ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ସି˚ହ
ସି˚ହ
କନ୍ୟା ଆରୋଗ୍ୟଲାଭ କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଦୀର୍ଘଦିନର ଚେଷ୍ଟା ପରେ ଋଣ ସୂତ୍ରରେ ଆଜି ହିଁ ଅର୍ଥଲାଭର ସମ୍ଭାବନାର ସମସ୍ୟା ଜନିତ ଅଶାନ୍ତ ରହିବେ। ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
କନ୍ୟା
କର୍ମସ୍ଥ ପାପଗ୍ରହଜନିତ ସମସ୍ତ କାମ ବହୁ ଝିନ୍‌ଝଟ ମଧ୍ୟରେ ହିଁ ସମ୍ପନ୍ନ ହେବ। ଚିତ୍ରା ନକ୍ଷତ୍ରର ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ତୁଳା
ତୁଳା
ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଆର୍ଥିକ ଅଭିବୃଦ୍ଧି ନିମିତ୍ତ ତପତ୍ରତା ପ୍ରକାଶ କରି କେତେକାଂଶରେ ସଫଳତା ପାଇପାରନ୍ତି। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ରାଜନୈତିକ ଓ ସାମାଜିକ ସ୍ଥିତି ପ୍ରାୟତଃ ଭଲ ରହିବ।
ବିଛା
ବିଛା
ସମୟର ପ୍ରତିକୂଳତା କାରଣରୁ ବିନା କାରଣରେ ଝଗଡ଼ା ସାଙ୍ଗକୁ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି କରାଇପାରେ। ଏଣୁ ତରବରିଆ ଭାବେ କିଛି ନ କରି କର୍ମକ୍ଷେତ୍ରରେ ଧୀରେ ସୁସ୍ଥେ କାମ କରିବା ଭଲ ହେବ। ତଥାପି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ଆପଣ ବିଜୟୀ ହେବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବା ସମ୍ଭାବନା ରହଛି। ସ୍ବାସ୍ଥ୍ୟ ସଚେତନତା ସାଙ୍ଗକୁ ବନ୍ଧୁଙ୍କ ସହଯୋଗରୁ ଶାରୀରିକ ସୁସ୍ଥତା ଫେରିପାଇବେ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧିପାଇବ। ପାରିବାରିକ ,ପରିବହନ,ଛୋଟ ଦୋକାନ,ହୋଟେଲ ପ୍ରଭୃତିରୁ ସୁଫଳ ମିଳିବ।
ମକର
ମକର

ପରିବାରରେ ଭୁଲ୍‌ ବୁଝାମଣା ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀ ମାନଙ୍କ ସହ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।

କୁମ୍ଭ
କୁମ୍ଭ
ଶତ୍ରୁତା ଜନିତ ଆକ୍ଷେପୋକ୍ତି ସହ ନିଜର ଲୋକ ମାନଙ୍କ କାର୍ଯ୍ୟକଳାପ ଦୁଶ୍ଚିନ୍ତା ବୃଦ୍ଧି କରିବ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ପ୍ରକାଶ କରିବେ।
ମୀନମୀନ

ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri