Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୧୬ ତାରିଖ – Daily Horoscope

ମେଷ

ରାହୁଗ୍ରସ୍ତ ଚନ୍ଦ୍ରଙ୍କ ଯୋଗୁ ମାନସିକ ଦ୍ୱନ୍ଦ୍ୱ ସହ ଆଶା,ନିରାଶା ମଧ୍ୟରେ ଦିନଟି କଟାଇବାକୁ ପଡ଼ିପାରେ। ଘରକଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ ରହିବ। ଅବଶ୍ୟ ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ।
ବୃଷ
ବୃଷ

ନିଜ ଲୋକମାନେ ବିରୋଧ କଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। କର୍ମାଧିପ ଭାଗ୍ୟସ୍ଥ ଯୋଗୁ ପ୍ରଶାସନ, ଆଇନ ଅଦାଲତ, କଳା,କ୍ରୀଡ଼ା,ଚଳଚ୍ଚିତ୍ର ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ ,ସେମାନେ କହିବେ ବହୁତ କିନ୍ତୁ କିଛି ବି ସାହାଯ୍ୟ କରିବେନି।

ମିଥୁନ
ମିଥୁନ
ପରିବାରରେ ଭୁଲ୍‌ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଧନାଧିପଙ୍କ ଦୁର୍ବଳତାରୁ ଟଙ୍କା ପଇସା ସମ୍ପର୍କିତ ଝମେଲାର ସମ୍ମୁଖୀନ ହେବା ସମ୍ଭାବନା ରହିଛି। ପରିବହନ,ବ୍ୟବସାୟ, ସଭାସମିତି,ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ମିଳିବ।
କର୍କଟ
କର୍କଟ
କେତେକ କ୍ଷେତ୍ରରେ ଆପଣ ଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ। ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ସଭାସମିତି କିମ୍ବା ସାଙ୍ଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହେବେ। ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ସି˚ହ
ସି˚ହ
କନ୍ୟା ଆରୋଗ୍ୟଲାଭ କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଦୀର୍ଘଦିନର ଚେଷ୍ଟା ପରେ ଋଣ ସୂତ୍ରରେ ଆଜି ହିଁ ଅର୍ଥଲାଭର ସମ୍ଭାବନାର ସମସ୍ୟା ଜନିତ ଅଶାନ୍ତ ରହିବେ। ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
କନ୍ୟା
କର୍ମସ୍ଥ ପାପଗ୍ରହଜନିତ ସମସ୍ତ କାମ ବହୁ ଝିନ୍‌ଝଟ ମଧ୍ୟରେ ହିଁ ସମ୍ପନ୍ନ ହେବ। ଚିତ୍ରା ନକ୍ଷତ୍ରର ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ତୁଳା
ତୁଳା
ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଆର୍ଥିକ ଅଭିବୃଦ୍ଧି ନିମିତ୍ତ ତପତ୍ରତା ପ୍ରକାଶ କରି କେତେକାଂଶରେ ସଫଳତା ପାଇପାରନ୍ତି। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ରାଜନୈତିକ ଓ ସାମାଜିକ ସ୍ଥିତି ପ୍ରାୟତଃ ଭଲ ରହିବ।
ବିଛା
ବିଛା
ସମୟର ପ୍ରତିକୂଳତା କାରଣରୁ ବିନା କାରଣରେ ଝଗଡ଼ା ସାଙ୍ଗକୁ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି କରାଇପାରେ। ଏଣୁ ତରବରିଆ ଭାବେ କିଛି ନ କରି କର୍ମକ୍ଷେତ୍ରରେ ଧୀରେ ସୁସ୍ଥେ କାମ କରିବା ଭଲ ହେବ। ତଥାପି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ଆପଣ ବିଜୟୀ ହେବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବା ସମ୍ଭାବନା ରହଛି। ସ୍ବାସ୍ଥ୍ୟ ସଚେତନତା ସାଙ୍ଗକୁ ବନ୍ଧୁଙ୍କ ସହଯୋଗରୁ ଶାରୀରିକ ସୁସ୍ଥତା ଫେରିପାଇବେ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧିପାଇବ। ପାରିବାରିକ ,ପରିବହନ,ଛୋଟ ଦୋକାନ,ହୋଟେଲ ପ୍ରଭୃତିରୁ ସୁଫଳ ମିଳିବ।
ମକର
ମକର

ପରିବାରରେ ଭୁଲ୍‌ ବୁଝାମଣା ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀ ମାନଙ୍କ ସହ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।

କୁମ୍ଭ
କୁମ୍ଭ
ଶତ୍ରୁତା ଜନିତ ଆକ୍ଷେପୋକ୍ତି ସହ ନିଜର ଲୋକ ମାନଙ୍କ କାର୍ଯ୍ୟକଳାପ ଦୁଶ୍ଚିନ୍ତା ବୃଦ୍ଧି କରିବ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ପ୍ରକାଶ କରିବେ।
ମୀନମୀନ

ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?