Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ
ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିପାରନ୍ତି। ଅବଶ୍ୟ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଲାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି।
ବୃଷ
ବୃଷ
ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ
ଭାବେ ଧାଁ ଦଉଡ କରିବାକୁ ପଡିପାରେ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା କାରଣରୁ ସହକର୍ମୀ କିମ୍ବା ପାଖ ପଡୋଶୀଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହି ନ ପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତଜନିତ ଆଶା ଅପୂରଣ ରହିଯାଇପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରସ୍ଥ ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।
ସି˚ହ
ସି˚ହ
ପରିବାରର ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ଗଣ ଯୋଗ ଯୋଗ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ।
କନ୍ୟା
ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ।
ତୁଳା
ତୁଳା
ପରିବାରରେ କାହା ମନ କାହା ସଙ୍ଗରେ ନ ମିଶିବା କାରଣରୁ ମନ ଭଲ ରହିବ ନାହିଁ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇପାରେ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ଅନୁଭବ କରିବେ।
ବିଛା
ବିଛା
କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେବା ଠିକ୍‌ ହେବନାହିଁ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ମକର
ମକର

ସ୍ଥଗିତ ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ କିନ୍ତୁ ବହୁତ ଖର୍ଚ୍ଚାନ୍ତ ହେବାକୁ ପଡିବ। ଆଜି ଦିନଟିରେ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ
ହୋଇପଡିବେ।

କୁମ୍ଭ
କୁମ୍ଭ
ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ

ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା କି ବ୍ୟସ୍ତତାର କାରଣ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri