Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ
ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିପାରନ୍ତି। ଅବଶ୍ୟ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଲାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି।
ବୃଷ
ବୃଷ
ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ
ଭାବେ ଧାଁ ଦଉଡ କରିବାକୁ ପଡିପାରେ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା କାରଣରୁ ସହକର୍ମୀ କିମ୍ବା ପାଖ ପଡୋଶୀଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହି ନ ପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତଜନିତ ଆଶା ଅପୂରଣ ରହିଯାଇପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରସ୍ଥ ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।
ସି˚ହ
ସି˚ହ
ପରିବାରର ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ଗଣ ଯୋଗ ଯୋଗ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ।
କନ୍ୟା
ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ।
ତୁଳା
ତୁଳା
ପରିବାରରେ କାହା ମନ କାହା ସଙ୍ଗରେ ନ ମିଶିବା କାରଣରୁ ମନ ଭଲ ରହିବ ନାହିଁ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇପାରେ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ଅନୁଭବ କରିବେ।
ବିଛା
ବିଛା
କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେବା ଠିକ୍‌ ହେବନାହିଁ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ମକର
ମକର

ସ୍ଥଗିତ ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ କିନ୍ତୁ ବହୁତ ଖର୍ଚ୍ଚାନ୍ତ ହେବାକୁ ପଡିବ। ଆଜି ଦିନଟିରେ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ
ହୋଇପଡିବେ।

କୁମ୍ଭ
କୁମ୍ଭ
ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ

ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା କି ବ୍ୟସ୍ତତାର କାରଣ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri