Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ
ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିପାରନ୍ତି। ଅବଶ୍ୟ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଲାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି।
ବୃଷ
ବୃଷ
ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ
ଭାବେ ଧାଁ ଦଉଡ କରିବାକୁ ପଡିପାରେ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା କାରଣରୁ ସହକର୍ମୀ କିମ୍ବା ପାଖ ପଡୋଶୀଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହି ନ ପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତଜନିତ ଆଶା ଅପୂରଣ ରହିଯାଇପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରସ୍ଥ ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।
ସି˚ହ
ସି˚ହ
ପରିବାରର ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ଗଣ ଯୋଗ ଯୋଗ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ।
କନ୍ୟା
ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ।
ତୁଳା
ତୁଳା
ପରିବାରରେ କାହା ମନ କାହା ସଙ୍ଗରେ ନ ମିଶିବା କାରଣରୁ ମନ ଭଲ ରହିବ ନାହିଁ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇପାରେ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ଅନୁଭବ କରିବେ।
ବିଛା
ବିଛା
କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେବା ଠିକ୍‌ ହେବନାହିଁ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ମକର
ମକର

ସ୍ଥଗିତ ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ କିନ୍ତୁ ବହୁତ ଖର୍ଚ୍ଚାନ୍ତ ହେବାକୁ ପଡିବ। ଆଜି ଦିନଟିରେ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ
ହୋଇପଡିବେ।

କୁମ୍ଭ
କୁମ୍ଭ
ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ

ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା କି ବ୍ୟସ୍ତତାର କାରଣ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ସ୍ବରାଶିରେ ରବିଥିବାରୁ ପୂର୍ବାହ୍ନରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବନ୍ଧୁମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି। ରାଜନୈତିକ,ଆନୁଷ୍ଠାନିକ ତଥା ସାଂଗଠନିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ରୋହିଣୀ ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ପାରିବାରିକ ସମସ୍ୟା କିମ୍ବା ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ଏହା ସଙ୍ଗକୁ ଆକସ୍ମିକ...

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା...

ରାଶିଫଳ: ଶୁକ୍ରବାର, ଜୁନ୍ ୧୯ ତାରିଖ – Daily Horoscope

ମେଷ ଆଜି ଶୁକ୍ର ଯୁକ୍ତ ଚନ୍ଦ୍ର ପ୍ରଭାବରେ ଆପଣଙ୍କ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ବୃଦ୍ଧି କରିବ। ଯେ କୌଣସି ପରିସ୍ଥିତି ଓ ପରିବେଶରେ...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୦୫ ତାରିଖ – Daily Horoscope

ମେଷ କର୍ମ ସ୍ଥାନରେ ରବି ଓ ଶନିଙ୍କ ସ୍ଥିତି ଆପଣଙ୍କୁ ଅଯଥା ବଦ୍‌ନାମଜନିତ ନିନ୍ଦିତ କରାଇପାରେ । ଉପରିସ୍ଥଙ୍କ ତାଗିଦା କାରଣରୁ ସ୍ଥଗିତ କାମକୁ ପୂରାଦମ୍‌ରେ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ଅନୁରାଧା ନକ୍ଷତ୍ରରେ ଚନ୍ଦ୍ର ଥିବାରୁ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବା...

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ଏବଂ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତି ନେବେ। ଅ-ନାମାକ୍ଷର ବ୍ୟକ୍ତି ଅବହେଳା କାରଣରୁ ସ୍ବାସ୍ଥ୍ୟରେ...

ରାଶିଫଳ: ବୁଧବାର, ଫେବ୍ରୁଆରି ୧୨ ତାରିଖ – Daily Horoscope

ମେଷ ରାଶିଚକ୍ରର ଉତ୍ତରାର୍ଦ୍ଧରେ ଅଧିକାଂଶ ଗ୍ରହ ଥିବାରୁ ମଧ୍ୟାହ୍ନ ପରେ ପ୍ରତ୍ୟେକ କାମରେ ଶୁଭଫଳ ମିଳିବ। କାର୍ଯ୍ୟସିଦ୍ଧି, ଅର୍ଥଲାଭ ସକାଶେ ଆଲୋଚନା ମଧ୍ୟ କରିବେ। ଅଶ୍ୱିନୀ...

Coronavirus Update


Archives

Model This Week

Why Dharitri