Posted inRasifala

ରାଶିଫଳ: ରବିବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ରାଶ୍ୟାଧିପଙ୍କ ଦୃଷ୍ଟିରେ ରହିଥିବାରୁ ମନସ୍ଥ କାର୍ଯ୍ୟଟି ହାସଲ ପାଇଁ ଚେଷ୍ଟିତ ହେବେ। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡ଼ିଲେ ଅପଦସ୍ଥ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ମତାନ୍ତରଜନିତ ବିତର୍କ ଘଟିବାର ଆଶଙ୍କା ରହିଛି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ।
ବୃଷ
ବୃଷ
ଶତ୍ରୁଦୃଷ୍ଟିରେ ରବି ରହିଥିବାରୁ କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା ଟେନ୍ସନର କାରଣ ହେବ। ସ୍ବତନ୍ତ୍ର ନିମନ୍ତ୍ରିତ ହୋଇ କୌଣସି ଆନୁଷ୍ଠାନିକ କ୍ଷେତ୍ରରୁ ଅର୍ଥ ଓ ସମ୍ମାନ ପାଇବେ। ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁଁ ପାରିବାରିକ ସମସ୍ୟା ସମାଧାନ ହୋଇଯିବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇପାରନ୍ତି।
ମିଥୁନ
ମିଥୁନ
ପାପଦୃଷ୍ଟ ତୃତୀୟାଧିପତି ହେତୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ବନ୍ଧୁ ବିରକ୍ତି ପ୍ରକାଶ କରିପାରନ୍ତି। ମାନସିକ ଦ୍ୱନ୍ଦ୍ୱ ଠିକ୍‌ ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ। ମୃଗଶିରା ଯେମିତି ଭାବୁଛନ୍ତି ସେପରି କରନ୍ତୁ, କିଛି ଅସୁବିଧା ହେବ ନାହିଁ।
କର୍କଟ
କର୍କଟ
ଚନ୍ଦ୍ର ଭାଗ୍ୟସ୍ଥାନକୁ ଅବଲୋକନ କରୁଥିବାରୁ ଆଶା ଅପୂରଣ, ବ୍ୟବସାୟ,ବାଣିଜ୍ୟ, କଳା, ସାହିତ୍ୟରେ ସମ୍ମାନ ମିଳିବ। ଅଫିସ୍‌ କାମରେ ଆପଣଙ୍କର ସହକର୍ମୀମାନେ ସହଯୋଗର ହାତ ବଢାଇବେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।
ସି˚ହ
ସି˚ହ
ଧନାଧିପ କର୍ମସ୍ଥ ଯୋଗୁ ରାହୁ ପ୍ରଭାବରୁ ଆର୍ଥିକ ସମସ୍ୟାକୁ ସୁଧାରି ନେବେ। ସକାଳୁ ସକାଳୁ କୌଣସି ଶୁଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲାଭ କରିବେ, ଯଦ୍ଦ୍ବାରା କି ଆର୍ଥିକ ଦିଗଟି ଭଲ ରହିବ। ପାଖ,ପଡୋଶୀ ମାନଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।
କନ୍ୟା
ଚନ୍ଦ୍ରଙ୍କ ସୁପ୍ରଭାବରୁ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। ସମ୍ପର୍କ କ୍ଷୁଣ୍ଣ ହେବା କାରଣରୁ ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢିପାରେ। କଚେରି ମାମଲା ତଥା ଆଇନ ଅଦାଲତରୁ ସୁଫଳ ପାଇବେ।
ତୁଳା
ତୁଳା
କର୍ମସ୍ଥ ଲାଭାଧିପ ହେତୁ ଉଦ୍ଦେଶ୍ୟ ସାଧିତ ହେବ ଏବଂ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ଅବସର ସମୟରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ। ବିଶାଖା ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
ଅନୁକୂଳ ଗ୍ରହସ୍ଥିତିରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ସନ୍ତାନଙ୍କ ବୈବାହିକ କର୍ମ ସମ୍ପାଦନ କ୍ଷେତ୍ରରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ବନ୍ଧୁଙ୍କ ଦ୍ୱାରା ଆହୂତ ହୋଇ ଭ୍ରମଣ ସୁଯୋଗ ପାଇପାରନ୍ତି।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ପଛକଥା ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। କର୍ମ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହା କି ମାନସିକ ସ୍ଥିତିକୁ ବିଗାଡିଦେବ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। କାର୍ଯ୍ୟ ହାସଲ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ।
ମକର
ମକର

ପ୍ରତିବନ୍ଧକ ମଧ୍ୟରେ ପ୍ରତ୍ୟେକ କାମ ସମ୍ପନ୍ନ କରିବେ। ପାରିବାରିକ କ୍ଷେତ୍ରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ପଡୋଶୀ କେହି ପ୍ରତିବାଦ କରିପାରନ୍ତି, ଯାହା କି ଆପଣଙ୍କ କାମ ପାଇଁ ତାହା ବାଧକ ସାଜିପାରେ। ଆକସ୍ମିକ ସମସ୍ୟା କାରଣରୁ ଶ୍ରବଣା ନକ୍ଷତ୍ରର ଦୂରଯାତ୍ରା ସ୍ଥଗିତ ରହିବ।

କୁମ୍ଭ
କୁମ୍ଭ
ଷଷ୍ଠସ୍ଥ ରବି ହେତୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ଅବଶ୍ୟ ପାଇବେ କିନ୍ତୁ ସାଧାରଣ ସମସ୍ୟା ମଧ୍ୟ ରହିବ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ।
ମୀନମୀନ

ପାପଗ୍ରହ ପ୍ରଭାବରୁ କର୍ମକ୍ଷେତ୍ରରେ ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ, ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟିର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ରାଶିରେ ଚନ୍ଦ୍ର ଥିବାରୁ ପ୍ରାଥମିକ ଅବସ୍ଥାରେ ସମସ୍ୟା ଓ ପ୍ରତିବନ୍ଧକ ଦେଖା ଦେଲେ ମଧ୍ୟ ପରେ ସବୁ ଠିକ୍‌ ହୋଇଯିବ। ଭୁଲ୍‌ ବୁଝାମଣା ଯୋଗୁ...

ରାଶିଫଳ: ବୁଧବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଗୁରୁଚାନ୍ଦ୍ରୀ ଯୋଗ ହେତୁ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri