Posted inRasifala

ରାଶିଫଳ: ରବିବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ରାଶ୍ୟାଧିପଙ୍କ ଦୃଷ୍ଟିରେ ରହିଥିବାରୁ ମନସ୍ଥ କାର୍ଯ୍ୟଟି ହାସଲ ପାଇଁ ଚେଷ୍ଟିତ ହେବେ। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡ଼ିଲେ ଅପଦସ୍ଥ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ମତାନ୍ତରଜନିତ ବିତର୍କ ଘଟିବାର ଆଶଙ୍କା ରହିଛି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ।
ବୃଷ
ବୃଷ
ଶତ୍ରୁଦୃଷ୍ଟିରେ ରବି ରହିଥିବାରୁ କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା ଟେନ୍ସନର କାରଣ ହେବ। ସ୍ବତନ୍ତ୍ର ନିମନ୍ତ୍ରିତ ହୋଇ କୌଣସି ଆନୁଷ୍ଠାନିକ କ୍ଷେତ୍ରରୁ ଅର୍ଥ ଓ ସମ୍ମାନ ପାଇବେ। ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁଁ ପାରିବାରିକ ସମସ୍ୟା ସମାଧାନ ହୋଇଯିବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇପାରନ୍ତି।
ମିଥୁନ
ମିଥୁନ
ପାପଦୃଷ୍ଟ ତୃତୀୟାଧିପତି ହେତୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ବନ୍ଧୁ ବିରକ୍ତି ପ୍ରକାଶ କରିପାରନ୍ତି। ମାନସିକ ଦ୍ୱନ୍ଦ୍ୱ ଠିକ୍‌ ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ। ମୃଗଶିରା ଯେମିତି ଭାବୁଛନ୍ତି ସେପରି କରନ୍ତୁ, କିଛି ଅସୁବିଧା ହେବ ନାହିଁ।
କର୍କଟ
କର୍କଟ
ଚନ୍ଦ୍ର ଭାଗ୍ୟସ୍ଥାନକୁ ଅବଲୋକନ କରୁଥିବାରୁ ଆଶା ଅପୂରଣ, ବ୍ୟବସାୟ,ବାଣିଜ୍ୟ, କଳା, ସାହିତ୍ୟରେ ସମ୍ମାନ ମିଳିବ। ଅଫିସ୍‌ କାମରେ ଆପଣଙ୍କର ସହକର୍ମୀମାନେ ସହଯୋଗର ହାତ ବଢାଇବେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।
ସି˚ହ
ସି˚ହ
ଧନାଧିପ କର୍ମସ୍ଥ ଯୋଗୁ ରାହୁ ପ୍ରଭାବରୁ ଆର୍ଥିକ ସମସ୍ୟାକୁ ସୁଧାରି ନେବେ। ସକାଳୁ ସକାଳୁ କୌଣସି ଶୁଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲାଭ କରିବେ, ଯଦ୍ଦ୍ବାରା କି ଆର୍ଥିକ ଦିଗଟି ଭଲ ରହିବ। ପାଖ,ପଡୋଶୀ ମାନଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।
କନ୍ୟା
ଚନ୍ଦ୍ରଙ୍କ ସୁପ୍ରଭାବରୁ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। ସମ୍ପର୍କ କ୍ଷୁଣ୍ଣ ହେବା କାରଣରୁ ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢିପାରେ। କଚେରି ମାମଲା ତଥା ଆଇନ ଅଦାଲତରୁ ସୁଫଳ ପାଇବେ।
ତୁଳା
ତୁଳା
କର୍ମସ୍ଥ ଲାଭାଧିପ ହେତୁ ଉଦ୍ଦେଶ୍ୟ ସାଧିତ ହେବ ଏବଂ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ଅବସର ସମୟରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ। ବିଶାଖା ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
ଅନୁକୂଳ ଗ୍ରହସ୍ଥିତିରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ସନ୍ତାନଙ୍କ ବୈବାହିକ କର୍ମ ସମ୍ପାଦନ କ୍ଷେତ୍ରରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ବନ୍ଧୁଙ୍କ ଦ୍ୱାରା ଆହୂତ ହୋଇ ଭ୍ରମଣ ସୁଯୋଗ ପାଇପାରନ୍ତି।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ପଛକଥା ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। କର୍ମ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହା କି ମାନସିକ ସ୍ଥିତିକୁ ବିଗାଡିଦେବ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। କାର୍ଯ୍ୟ ହାସଲ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ।
ମକର
ମକର

ପ୍ରତିବନ୍ଧକ ମଧ୍ୟରେ ପ୍ରତ୍ୟେକ କାମ ସମ୍ପନ୍ନ କରିବେ। ପାରିବାରିକ କ୍ଷେତ୍ରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ପଡୋଶୀ କେହି ପ୍ରତିବାଦ କରିପାରନ୍ତି, ଯାହା କି ଆପଣଙ୍କ କାମ ପାଇଁ ତାହା ବାଧକ ସାଜିପାରେ। ଆକସ୍ମିକ ସମସ୍ୟା କାରଣରୁ ଶ୍ରବଣା ନକ୍ଷତ୍ରର ଦୂରଯାତ୍ରା ସ୍ଥଗିତ ରହିବ।

କୁମ୍ଭ
କୁମ୍ଭ
ଷଷ୍ଠସ୍ଥ ରବି ହେତୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ଅବଶ୍ୟ ପାଇବେ କିନ୍ତୁ ସାଧାରଣ ସମସ୍ୟା ମଧ୍ୟ ରହିବ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ।
ମୀନମୀନ

ପାପଗ୍ରହ ପ୍ରଭାବରୁ କର୍ମକ୍ଷେତ୍ରରେ ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ, ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟିର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?