Posted inRasifala

ରାଶିଫଳ: ରବିବାର, ଜୁନ୍ ୨୮ ତାରିଖ – Daily Horoscope

ମେଷ
ଆଜି ପାପଗ୍ରହ ଯୁକ୍ତ ରବିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଅର୍ଥ ସମ୍ଭନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ। ପ୍ରତ୍ୟେକ ଦିଗକୁ ଲକ୍ଷ୍ୟରଖି ଗୋପନୀୟ ଆଲୋଚନା ବ୍ୟତିରେକ ସମସ୍ୟାରେ ଛନ୍ଦି ହୋଇଯିବେ।
ବୃଷ
ବୃଷ
ଧନସ୍ଥାନରେ ରାହୁଙ୍କ ସହ ବୁଧ ପ୍ରଭାବରେ ଅର୍ଥଲାଭ ସଙ୍ଗକୁ ସନ୍ତାନମାନଙ୍କ ଗୌରବରେ ଗୌରବାନ୍ବିତ ହେବେ। ମାତ୍ର ପଡୋଶିନୀ କିମ୍ବା ସହକର୍ମୀଙ୍କ ସହ ମତାନ୍ତରଜନିତ ସମସ୍ୟା ବୃଦ୍ଧିର ସମ୍ଭାବନା ରହିଛି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଦୀର୍ଘଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି।
ମିଥୁନ
ମିଥୁନ
କର୍ମସ୍ଥାନରେ ମଙ୍ଗଳଙ୍କ ସକାଶେ କାମଗୁଡିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବନି। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ଆଶା କରୁଥିବା ଶିଳ୍ପ, ବାଣିଜ୍ୟ, କଳକାରଖାନା, ହୋଟେଲ, ବ୍ୟବସାୟରୁ ସୁଫଳ ପାଇବେ। ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ।
କର୍କଟ
କର୍କଟ
ଲାଭସ୍ଥାନରେ ଶୁକ୍ର ରହିଥିବା କାରଣରୁ ନିଜର ଉଦାରତା ଓ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ସ୍ନାୟବିକ ଦୁର୍ବଳତା କିମ୍ବା ଆଣ୍ଠୁ ଗଣ୍ଠିରେ ଦରଜଜନିତ ପୀଡା ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ରାଶ୍ୟାଧିପ ରବି ଏକାଦଶସ୍ଥ ଯୋଗୁ ଯାହା ଆଶା କରୁଛନ୍ତି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ। ପ୍ରତ୍ୟେକ କାମକୁ ଦକ୍ଷତାର ସହ ସମ୍ପାଦନ କରିବାରେ ବନ୍ଧୁଙ୍କ ପ୍ରେରଣାରୁ ଉପକୃତ ହେବେ। ତଥାପି ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ।
କନ୍ୟା
ତୃତୀୟ ଅଷ୍ଟମାଧିପ ମଙ୍ଗଳ ସପ୍ତମସ୍ଥ ଯୋଗୁ ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିବାଦ କ୍ଷେତ୍ରରେ ସଫଳତା ମିଳି ନ ପାରେ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି କେବଳ ଅଶାନ୍ତି ସୃଷ୍ଟିର କାରଣ ହେବ। ଅନ୍ୟମାନଙ୍କୁ ଖୁସୀରେ ରଖିବା ସକାଶେ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ବିଫଳ ହୋଇପାରନ୍ତି।
ତୁଳା
ତୁଳା
କର୍ମାଧିପତିଙ୍କୁ ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି କାରଣରୁ କାର୍ଯ୍ୟବ୍ୟସ୍ତତା ଓ ମାନସିକଚାପ ବୃଦ୍ଧିଜନିତ ମନ ଅଶାନ୍ତ ରହିବ। ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ନିଜ ଲୋକ ମାନଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ।
ବିଛା
ବିଛା
ଚତୁର୍ଥସ୍ଥ ବକ୍ରୀ ଗୁରୁ ଓ ଶନି ହେତୁକ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ଠିକ୍‌ ନିଷ୍ପତ୍ତି ନେବା ସହଜସାଧ୍ୟ ନ ହୋଇପାରେ। ଯଦିଓ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ କିନ୍ତୁ ସହଜ ଓ ସୁବିଧାରେ ନୁହେଁ। ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ।
ଧନୁ
ଧନୁ
ସାମଗ୍ରିକ ଦୃଷ୍ଟିକୋଣରୁ ଆଜିର ଜୀବନଯାତ୍ରା ସରଳ ଓ ସାବଲୀଳ ରହିବ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡିବେ। ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହୋଇପାରନ୍ତି। ଅଫିସ୍‌ରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।
ମକର
ମକର

ସ୍ବାସ୍ଥ୍ୟସମସ୍ୟା ନିରାକରଣ ଦିଗରେ ବନ୍ଧୁଙ୍କ ମାର୍ଗଦର୍ଶନ ହିତକାରୀ ହୋଇପାରେ। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ଏବଂ ମାନସିକ ସ୍ଥିତିରେ ଆଶାବାଦୀ ହୋଇପାରନ୍ତି। ପ୍ରକାଶନ, ସଂଗଠନ, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱଦୂର ହେବ।

କୁମ୍ଭ
କୁମ୍ଭ
ସ୍ବଗୃହୀ ସୁଖକାରକ ଶୁକ୍ର ଆପଣଙ୍କୁ ବିଳାସବ୍ୟସନ, ମନୋରଞ୍ଜନ ମାଧ୍ୟମରେ ଉତ୍ସାହିତ କରିପାରନ୍ତି। ପରିବାର ସଦସ୍ୟଙ୍କ କାର୍ଯ୍ୟ ପସନ୍ଦ ନ ହେଲେ ମଧ୍ୟ କିଛି କରିବାର ଉପାୟ ପାଇବେ ନାହିଁ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ପରିବହନ ପାଇଁ ଦିନଟି ମନ୍ଦ ନୁହେଁ।
ମୀନମୀନ

ବୃହସ୍ପତି ଲାଭ ଓ ବ୍ୟୟାଧିପ ଶନିଙ୍କ ସାନ୍ନିଧ୍ୟରେ ଥିବାରୁ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଜନିତ ବ୍ୟସ୍ତତା ବୃଦ୍ଧି ପାଇବ। ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ଅପରିଣାମଦର୍ଶିତା କାରଣରୁ ସାଧାରଣ କଥାକୁ ଅସାଧାରଣ ସ୍ଥିତି ଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri