Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୨ ତାରିଖ – Daily Horoscope

ମେଷ
ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଆନୁଷ୍ଠାନିକ କାମ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ବୃଷ
ବୃଷ
କୌଣସି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ। ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଭାସମିତି ଓ ସାହିତ୍ୟ, ସାମ୍ବାଦିକତା, ଏଜେନ୍ସିପ୍‌ରୁ ପ୍ରଶଂସିତ ହେବେ। ସାଂଗଠନିକ କ୍ଷେତ୍ରରେ ଖୋଲା ମନ ନେଇ କାମ କରି ସମ୍ମାନିତ ହେବେ।
ମିଥୁନ
ମିଥୁନ
ଆର୍ଥିକ ଅନଟନ ଆଜିର ମୁଖ୍ୟ ସମସ୍ୟା ହେବାର ସୂଚନା ରହିଛି। କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଏକପ୍ରକାର ଭଲ ରହିବ। ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା ମଧ୍ୟରେ ରହି ନିଜର ଖାଇବା ପିଇବା ମଧ୍ୟ ଭୁଲିଯିବେ। ଘରଲୋକଙ୍କୁ ଅବିଶ୍ୱାସ କରିବା ସଙ୍ଗକୁ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କଚେରୀ ମାମଲାରେ ଟେନସନ୍‌ ଦୂର ହେବ।
ସି˚ହ
ସି˚ହ
କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡିପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ଅଫିସ୍‌ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ଜଣେ ବନ୍ଧୁ ଆର୍ଥିକ ସହାୟତାରେ କାମ ହାସଲ କରିପାରିବେ।
କନ୍ୟା
ଅର୍ଥଲାଭ କାରଣରୁ ଅଟକି ରହିଥିବା ଆପଣଙ୍କ କାମ ସୁବିଧାରେ ହୋଇଯିବ। ବିଦେଶଯାତ୍ରାର ସୁଯୋଗ ପାଇଲେ ମଧ୍ୟ ପରିସ୍ଥିତିବଶତଃ ଯିବା କାଠିକର ପାଠ ହେବ। ପରିବାରରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବାରୁ ଖୁସୀ ହେବେ। କିନ୍ତୁ କର୍ମକ୍ଷେତ୍ରରେ କିଛିନା କିଛି କାରଣକୁ ନେଇ ଟେନ୍ସନ ଲାଗିରହିବ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। କଳା, ସାହିତ୍ୟ, ରାଜନୀତି, ସାମ୍ବାଦିକତାରେ ଶୁଭଫଳ ପାଇବେ।
ବିଛା
ବିଛା
ସାଧାରଣ କଥାରେ ବିରକ୍ତି ପ୍ରକାଶ କରିବା ଦ୍ୱାରା ତାହା ନିଜ ପାଇଁ ଅନିଷ୍ଟକର ପରିସ୍ଥିତି ସୃଷ୍ଟି କରିପାରେ। କୌଣସି କାମରେ ବନ୍ଧୁମାନଙ୍କୁ ସାହାଯ୍ୟ କରି ମଧ୍ୟ ପରକ୍ଷଣରେ ନିନ୍ଦିତ ହୋଇପାରନ୍ତି। ସଂଗଠନ, ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ।
ଧନୁ
ଧନୁ
ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମକୁ ଅଣହେଳା କରିପାରିବେ ନାହିଁ। ମନ ଭଲ ନ ରହିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାହାଙ୍କ ସଙ୍ଗରେ ଯିବାକୁ ବାଧ୍ୟ ହେବେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ।
ମକର
ମକର

ବହୁତ ଦିନରୁ ରହିଯାଇଥିବା ବକେୟା ଟଙ୍କା ଆଜି ଅପରାହ୍ନରେ ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି। ସ୍ବାର୍ଥସାଧନ ସକାଶେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।

କୁମ୍ଭ
କୁମ୍ଭ
ପାରସ୍ପରିକ ସହମତି ମଧ୍ୟରେ ପରିବାରରେ ସୁଖ ଶାନ୍ତି ଫେରି ଆସିବ। ଭଲ ସମ୍ପର୍କ ରଖୁ ନ ଥିବା ବ୍ୟକ୍ତିମାନଙ୍କ ନିକଟରୁ ଯଥାସମ୍ଭବ ଦୂରେଇ ରହିବା ଭଲ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ମୁଣ୍ଡବ୍ୟଥାର କାରଣ ହୋଇପାରେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ।
ମୀନମୀନ

କର୍ମକ୍ଷେତ୍ରର କୌଣସି ନିକଟତମ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri