Posted inRasifala

ରାଶିଫଳ: ରବିବାର, ଜୁଲାଇ ୫ ତାରିଖ – Daily Horoscope

ମେଷ
ଆଜି ଭାଗ୍ୟସ୍ଥାନରେ ଗୁରୁଚାନ୍ଦ୍ରୀ ଯୋଗ ସୃଷ୍ଟି ହୋଇଥିବାରୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଶାରୀରିକ ସୁସ୍ଥତା ସଙ୍ଗକୁ ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁଁ ମନ ଖୁସି ରହିବ। ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ।
ବୃଷ
ବୃଷ
ଆଶା କରୁଥିବା ଦିଗରୁ ଅର୍ଥ ପାଇ ଖୁସି ହେବେ ଓ କାମଗୁଡିକ ସହଜରେ ସମ୍ପନ୍ନ ହୋଇଯିବ। ନୂତନ କର୍ମାରମ୍ଭରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ପ୍ରଶାସନିକ ସ୍ତରରେ, ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବାରେ ଅସୁବିଧା ହେବନାହିଁ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ,ଏଣୁ ସାବଧାନତା ଆବଶ୍ୟକ। ଲେଖା ପଢାରେ, ଆଲୋଚନା ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳତା ହାସଲ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା ଓ ମାଙ୍ଗଳିକ କାମରେ ସହଯୋଗ କରି ଖୁସି ରହିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ। ଈର୍ଷାପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତି ବିଶେଷ ମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ।
କନ୍ୟା
ଆର୍ଥିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମରେ ଉତ୍ସାହିତ ହୋଇପାରିବେ ନାହିଁ। ପାରିବାରିିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଯୋଗୁଁ ମାନସିକ ସନ୍ତୁଳନ ହରାଇପାରନ୍ତି। ଅନୁଭବ କରିବେ। ପରକଥାରେ ପଡି ଭୁଲ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡିପାରେ।
ତୁଳା
ତୁଳା
ଆଜି ଯାହା କରିବା କଥା ବାରମ୍ବାର ଚିନ୍ତା କରିବା ପରେ ପଦକ୍ଷେପ ନେବା ଭଲ ହେବ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା ଅସୁବିଧାରେ ପଡିପାରନ୍ତି। ଶିଳ୍ପ,ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ, କିନ୍ତୁ କୌଣସି ଅସୁବିଧା ହେବ ନାହିଁ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରିପାରନ୍ତି। କ୍ରୀଡା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
କଠୋର ବାକ୍ୟାଳାପ କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ରାଜନୀତିରେ, ରଚନାମତ୍କ କାମରେ, କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋଷ ସମାଧାନ ଘଟିବ। ମନ ଖୁସୀ ହୋଇଯିବ।
ମକର
ମକର

ଆଜିର ଯାତ୍ରା ଫଳପ୍ରଦ ହେବ ଏବଂ ବନ୍ଧୁମିଳନ ଜନିତ ସାମୟିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ଶ୍ରବଣା ନକ୍ଷତ୍ରର ପାରିବାରିକ ଅଶାନ୍ତି ଲାଗି ରହିବା କାରଣରୁ ମାନସିକ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ସରକାରୀ ସ୍ତରରୁ ସୁବିଧା ସୁଯୋଗ ପାଇ କାମ ହାସଲ କରିବେ।

କୁମ୍ଭ
କୁମ୍ଭ
ଆଜିର କାମଗୁଡିକ ସମ୍ପନ୍ନ ହେବାରେ ବହୁତ ବାଧା,ବିଘ୍ନର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଦୀର୍ଘ ଦିନରୁ ପଡି ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।
ମୀନମୀନ

ଆଜି ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ଭାବରେ ସଫଳତା ପାଇ ପାରିବେ। ଅର୍ଥ ସମ୍ପର୍କକୁ ନେଇ କୌଣସି ବନ୍ଧୁଙ୍କ ସହ ବିବାଦଗ୍ରସ୍ଥ ହେବେ ଓ ତିକ୍ତତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଜିଦ୍‌ଖୋର କାରଣରୁ ହଇରାଣ ହୋଇପାରନ୍ତି। ଯାତ୍ରା,ବାଣିଜ୍ୟ, ନୂତନ ବନ୍ଧୁତା କ୍ଷେତ୍ରରେ ସଫଳତାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri