Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ। କିନ୍ତୁ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାକୁ ମନ ବଳାଇବେ।
ବୃଷ
ବୃଷ

ଶୁକ୍ର ଦ୍ୱାଦଶାଧିପଙ୍କ ଦୃଷ୍ଟିରେ ଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ କରିବାକୁ ପଡିପାରେ। ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି। ଶିଳ୍ପ,ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ପାଇଁ ଚେଷ୍ଟିତ ହେବେ।

ମିଥୁନ
ମିଥୁନ
ଶନିଙ୍କ ନକ୍ଷତ୍ରସ୍ଥ ବୁଧ ଯୋଗୁ ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ମକଦ୍ଦମା ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
କର୍କଟ
କର୍କଟ
କୌଣସି ଅତୀତ ଘଟଣା ବାରମ୍ବାର ଚିନ୍ତାକରି ମାନସିକ ଅଶାନ୍ତି ଅନୁଭବ କରିପାରନ୍ତି। ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ବନ୍ଧୁଙ୍କ ସାହାଯ୍ୟରୁ ଦୂର ହେବ। ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ପାରିବାରିକ ପରିସ୍ଥିତି ପୂର୍ବାପେକ୍ଷା ସ୍ବାଭାବିକ ରହିବ।
ସି˚ହ
ସି˚ହ
ପରିବାରର ଆବଶ୍ୟକତା ପୂରଣ କରିବାରେ ଅସମର୍ଥତା ପ୍ରକାଶ କରି ଅଶାନ୍ତ ରହିବେ। ଗୁରୁବର୍ଗଙ୍କ ପ୍ରେରଣାରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶିଳ୍ପ,ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ପାପଯୁକ୍ତ ଚତୁର୍ଥସ୍ଥାନ ଯୋଗୁ ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। କିନ୍ତୁ କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି।
ତୁଳା
ତୁଳା
ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିବାର ସୂଚନା ରହିଛି। କର୍ମକ୍ଷେତ୍ରରେ, ସଭା ସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ରାଶ୍ୟାଧିପ ଶନିଙ୍କ ଦୃଷ୍ଟିରେ ଥିବାରୁ ସ୍ବାସ୍ଥ୍ୟ ବିଶେଷ ଭଲ ରହିବନାହିଁ। ହାତକୁ ନେଇଥିବା କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ଦୀର୍ଘଦିନରୁ ରହିଯାଇଥିବା ବକେୟା ଅର୍ଥ ପାଇବା ଯୋଗୁଁ ସାମୟିକ ମନ ଖୁସୀ ହୋଇପାରେ।
ଧନୁ
ଧନୁ
ସପ୍ତମ କେନ୍ଦ୍ରରେ ବଳବାନ୍‌ ରାହୁଥିବାରୁ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିବାଦରେ ପଶିଲେ ଅପଦସ୍ଥ ହେବେ। ପରିବାରର ଆବଶ୍ୟକତାକୁ ଉପଲବ୍ଧତ୍କରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ଅର୍ଥ ସମ୍ବନ୍ଧିତ କାମ ପାଇଁ ଦିନଟି ଭଲ।
ମକର
ମକର

ମୁଖଭାବରେ ଚନ୍ଦ୍ର ଓ ମଙ୍ଗଳଙ୍କ ସ୍ଥିତି ଯୋଗୁଁ ନିଜର ଲୋକମାନଙ୍କ ତର୍କବିତର୍କ ଲାଗିପାରେ। ଅଧସ୍ତନ କର୍ମଚାରୀମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହି। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସଭାସମିତିରେ ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ

ରାହୁ ଓ ଶୁକ୍ରଙ୍କ ଚତୁର୍ଥସ୍ଥିତିଜନିତ ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ରହିବ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେଇପାରନ୍ତି। ବୃହସ୍ପତିଙ୍କ ଦୁର୍ବଳତା କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?