Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ
ଆଜି ଧନ ଭାବରେ ଚନ୍ଦ୍ର ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି।
ବୃଷ
ବୃଷ

ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କିନ୍ତୁ ମନୋରଞ୍ଜନ ପ୍ରୀତିପ୍ରଦ ହେବ ନାହିଁ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା,ଏଜେନ୍ସିରେ ସମସ୍ୟା ଦୂର ହେବ।

ମିଥୁନ
ମିଥୁନ
ଦ୍ୱାଦଶଚନ୍ଦ୍ର ହେତୁ ଯାହା ଖୋଜୁଥିବେ ତାହା ପାଇବେ ନାହିଁ, ବରଂ ଖର୍ଚ୍ଚାନ୍ତ ହେବେ। ଆନୁଷ୍ଠାନିକ କାମରେ, ବ୍ୟବସାୟିକ ସ୍ଥିତିରେ, ସଭା ସମିତିରେ ସୁବିଧା ଓ ସୁଯୋଗ ଲାଭ କରିବେ। ସାଧାରଣ କଥାରେ ଯୁକ୍ତି ତର୍କ କରି କଳହକୁ ନିମନ୍ତ୍ରଣ କରିପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
କର୍କଟ
କର୍କଟ
ପାପଗ୍ରହମଧ୍ୟସ୍ଥ ରାଶ୍ୟାଧିପ ହେତୁ ସାମାନ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ସୁଯୋଗ ହରାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କେତେକ ଘରୋଇ କାରଣକୁ ନେଇ ଅଶାନ୍ତ ରହିବେ।
ସି˚ହ
ସି˚ହ
ଆଜି କୌଣସି ସ୍ଥାନକୁ ଯିବା ସମୟରେ ନିଜ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଗୁରୁକ୍ଷେତ୍ରସ୍ଥ ମଙ୍ଗଳଙ୍କ ଯୋଗୁ ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବ। ଚାକିରି କ୍ଷେତ୍ରରେ ବହୁତ ଦିନରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ଅଫିସରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
କନ୍ୟା
କର୍ମକ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକାମିରେ ପଡ଼ିବେ। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଷ୍ଟେସନାରି ଜିନିଷ, ଧାତୁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଯାତ୍ରା ଓ ପରିବହନ ପାଇଁ ଦିନଟି ଭଲ।
ତୁଳା
ତୁଳା
ଶନିଙ୍କ ପ୍ରଭାବରେ ଘରେ ସାଧାରଣ କଥାରେ ଝଗଡ଼ା ହେବାର ସମ୍ଭାବନା ରହିଛି। ଯାନବାହନରେ ସତର୍କ ରହିବା ଭଲ ହେବ। କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ।
ବିଛା
ବିଛା
ଅଯଥା ଗୁଡ଼ାଏ ଚିନ୍ତା ମନକୁ ନ ଆଣି ନିଜ କାମରେ ମନଦେବା ଭଲ ହେବ। ଜ୍ୟେଷ୍ଠା ନକ୍ଷତ୍ର ଅନ୍ୟମାନଙ୍କ ବିଷୟ ଚିନ୍ତାକରି ନିଜ ପ୍ରତି ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରିଥିବା ଅନୁଯାୟୀ ବନ୍ଧୁଙ୍କଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାରେ ସମର୍ଥ ହେବେ।
ଧନୁ
ଧନୁ
ପାପଯୁକ୍ତ ଗୁରୁ ଜନିତ ସ୍ବାସ୍ଥ୍ୟ ସମସ୍ୟା ଲାଗିରହୁଥିବାରୁ କୌଣସି କାମ ଉତ୍ସାହଜନକ ହୋଇ ନ ପାରେ। ସମସ୍ୟାର ସରଳ ସମାଧାନ ହୋଇ ଉନ୍ନତି ପରିଲକ୍ଷିତ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ। ଗୃହ, ଜମିଜମା, ପ୍ଲଟ କାରବାର, ଏଜେନ୍ସିପ୍‌ ସମ୍ପର୍କୀୟ ଚିନ୍ତା କରିପାରନ୍ତି।
ମକର
ମକର

ସ୍ବନକ୍ଷତ୍ରସ୍ଥ ଉଚ୍ଚାଂଶରେ ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ହେତୁ ଅସ୍ଥିରତା ଲାଗିରହିବ। ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବାର ସମ୍ଭାବନା ରହିଛି। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଅଧ୍ୟୟନ ଓ ଅଧ୍ୟାପନାରୁ ଉପକୃତ ହେବେ। ପ୍ରିୟ ବନ୍ଧୁ ମାନଙ୍କଠାରୁ ଆଦର ଅଭ୍ୟର୍ଥନା ମିଳିବ।

କୁମ୍ଭ
କୁମ୍ଭ
ଷଷ୍ଠାଧିପ ଚତୁର୍ଥସ୍ଥ ଯୋଗୁ ସବୁ କିଛି ଠିକ୍‌ ଥିଲେ ମଧ୍ୟ ମନରେ ସରସତା ରହିବ ନାହିଁ। ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। କାର୍ଯ୍ୟସିଦ୍ଧି ମନରେ ପ୍ରଫୁଲ୍ଲତା ଆଣିପାରେ।
ମୀନମୀନ

ଭାଗ୍ୟସ୍ଥାନ ପ୍ରତି ଚନ୍ଦ୍ରଙ୍କ ଦୃଷ୍ଟି ଯାଗୁ ସମସ୍ତ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ନୂତନ ଯୋଜନା କରିବାରେ ମନ ଦେବେ। ନିକଟ ସମ୍ପର୍କୀୟମାନେ କ୍ରମଶଃ ନିକଟତର ହୋଇପାରନ୍ତି। ବାଦବିବାଦରେ ଆପୋସ ସମାଧାନ ଘଟିବ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri