Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ
ଶୁକ୍ରଙ୍କ ଧନଭାବାବରୋହଣରୁ ଆର୍ଥିକ ଅଭାବ, ଅନଟନ ନ ଥିଲେ ମଧ୍ୟ କାମଗୁଡ଼ିକ ସୁବିଧାରେ ହେବନାହିଁ। ଶତ୍ରୁତା କାରଣରୁ ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ମଧ୍ୟ ପାଇବେ ନାହିଁ। ଦୀର୍ଘଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ ଆନ୍ଦୋଳିତ କରିବ।
ବୃଷ
ବୃଷ
କଥା ଦେଇଥିବା ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଆବଶ୍ୟକ ସାହାଯ୍ୟ, ସହଯୋଗ ଅବଶ୍ୟ ପ୍ରଦାନ କରିବେ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆଇନ, ଅଦାଲତ ସମ୍ବନ୍ଧୀୟ ଝମେଲାର ଅବସାନ ଘଟିବ। ସପ୍ତମାଧିପତି ଶନି ଦୃଷ୍ଟିରେ ଥିବାରୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ଆଜି ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ। ପାରିବାରିକ,ପ୍ରଶାସନ,ଯାନବାହନ,ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପାରିବାରିକ ସମସ୍ୟା ବୃଦ୍ଧି ପାଇବା ହେତୁ ବ୍ୟସ୍ତତା ବଢ଼ିଯିବ। ରାଜନୀତି କ୍ଷେତ୍ରରେ ଆଶାନୁରୂପ ଫଳ ମିଳିବ।
କର୍କଟ
କର୍କଟ
ପଡ଼ୋଶୀଙ୍କ ମଧୁରବଚନ ଓ ସରଳ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। କୌଣସି ବିବାଦୀୟ ପରିସ୍ଥିତିରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ଚନ୍ଦ୍ର ଓ ଶନିଙ୍କ ଷଡ଼ାଷ୍ଟକସ୍ଥିତି ହେତୁ ଶିଳ୍ପ,ବାଣିଜ୍ୟ,ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ଉତ୍ତରାଫାଲଗୁନୀର ପରିବାରରେ ସାଧାରଣ କଥାରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବିଭିନ୍ନ ପ୍ରକାର ଆବଶ୍ୟକତାକୁ ନେଇ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିବ। ହୋଟେଲ, ରେଷ୍ଟୁରାଣ୍ଟ ପ୍ରଭୃତିରୁ ଲାଭବାନ୍‌ ହେବେ।
କନ୍ୟା
ଅଷ୍ଟମାଧିପତି ଦୃଷ୍ଟିରେ ରାଶିଥିବାରୁ ବାରମ୍ବାର ଅସଫଳତା ହେତୁ ମାନସିକ ଅବସାଦ ବୃଦ୍ଧି ପାଇବ। ପାଖ ପଡ଼ୋଶୀଙ୍କ ହସ୍ତକ୍ଷେପ ଫଳରେ ପରିବାରରେ ପୁନର୍ବାର ଶାନ୍ତି ଫେରିଆସିବ। ଇଚ୍ଛା ନ ଥାଇ ମଧ୍ୟ ନିମନ୍ତ୍ରଣ ପ୍ରାପ୍ତ ହୋଇ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାମାଜିକ ସ୍ତରରେ ମିଥ୍ୟା ଗୁଜବ ପ୍ରତି ମନ ଦିଅନ୍ତୁ ନାହିଁ।
ତୁଳା
ତୁଳା
ପରିବାରରେ ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ ଆଜିର କାମଗୁଡ଼ିକ ସମ୍ପୂର୍ଣ୍ଣ ହେବନାହିଁ। ବିଶାଖା ନକ୍ଷତ୍ର ମାନସିକ ଅସ୍ଥିରତା ହେତୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
ବିଛା
ବିଛା
ଗୁରୁକ୍ଷେତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ। ପାରିବାରିକ ସ୍ତରରେ ବୃଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସମସ୍ୟାର କାରଣ ହୋଇପଡ଼ିବ। ସାହିତ୍ୟ, କଳା, ଗବେଷଣା
ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ଧନୁ
ଧନୁ
ଆପଣଙ୍କ କାର୍ଯ୍ୟଦକ୍ଷତା ହେତୁ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ମଧ୍ୟରେ କାମ ହାସଲ କରିବେ। ନିର୍ମାଣ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ବାଧାପ୍ରାପ୍ତ ହେବ। ଈର୍ଷାପରାୟଣ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।
ମକର
ମକର

ବିବାଦୀୟ ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କଲେ ସଫଳତା ପାଇବାର ଆଶା ରହିଛି। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସ୍ବଭାବରେ ପରିବର୍ତ୍ତନ ଯୋଗୁ ବିଚଳିତ ହେବେ। ବନ୍ଧୁମାନଙ୍କ ପରାମର୍ଶରେ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।

କୁମ୍ଭ
କୁମ୍ଭ
ସମସ୍ୟା ଲାଗିରହିଥିଲେ ମଧ୍ୟ ଆପଣଙ୍କ କୌଣସି କାମ ଅଟକି ରହିବ ନାହିଁ। ଯାନବାହନ, ଲୋକସମ୍ପର୍କ,ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଫାଇଲ ସମ୍ବନ୍ଧୀୟ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିପାରନ୍ତି।
ମୀନମୀନ

ଯେକୌଣସି ପରିସ୍ଥିତି ହେଉନା କାହିଁକି, ଆପଣ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ସବୁକିଛି ଠିକ୍‌ ହୋଇଯିବ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି। ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri