









ଆଜିର କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପଡ଼ୋଶୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ପରିବାର ସହ ସୁଖଭ୍ରମଣ ଯୋଗ ରହିଛି। ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ।


ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହି ନ ପାରେ। ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବାର ଆଶଙ୍କା ପୂରା ମାତ୍ରାରେ ରହିଛି। ପ୍ରତ୍ୟେକେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ।

