Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ
ଆଜିର ଲାଭଭାବସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ପାରିବାରିକ ସ୍ଥିତିକୁ ଠିକ୍‌ ରଖିବନାହିଁ। କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ଅଯଥା ବିରକ୍ତି ପ୍ରକାଶ କରିପାରନ୍ତି। ସମସ୍ୟା ସମାଧାନ କରିବା ପାଇଁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ନୂତନ ଯାନ୍ତ୍ରିକ ଜିନିଷ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
ଦ୍ୱାଦଶାଧିପତି ରାଶିସ୍ଥ ହେତୁ ଆପଣଙ୍କୁ ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡ଼ିପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟାକରି ସଫଳତା ପାଇପାରିବେ। ପାରଷ୍ପରିକ ବୁଝାମଣା ମଧ୍ୟରେ ପରିବାରରେ ଶାନ୍ତି ଫେରିଆସିବ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
ମିଥୁନ
ମିଥୁନ
ପାପଗ୍ରହଯୁକ୍ତ ରାଶି ଶାରୀରିକ ଅସୁସ୍ଥତାର କାରଣ ହୋଇପାରେ । ନୂତନ ଯାନବାହନ କ୍ରୟ କରିବା କିମ୍ବା ଗୃହସଜ୍ଜା ପ୍ରତି ଆଗ୍ରହ ବଢ଼ିବ। ବିବାଦୀୟ କ୍ଷେତ୍ରରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି। ସ୍ବାର୍ଥହାନି ଆଶଙ୍କାରେ ମିତ୍ରମାନେ କ୍ରମଶଃ ଦୂରେଇ ଯାଇପାରନ୍ତି ।
କର୍କଟ
କର୍କଟ
କର୍ମାଧିପ ଭାଗ୍ୟସ୍ଥ ଯୋଗୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ପିଲାମାନଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଦୀର୍ଘଦିନରୁ ପାଇବାକୁ ଥିବା ବକେୟା ପାଇ ଖୁସି ହୋଇପାରନ୍ତି।
ସି˚ହ
ସି˚ହ
ବ୍ୟୟାଧିପ ସପ୍ତମସ୍ଥ ଯୋଗୁ ବାଣିଜ୍ୟ,ବ୍ୟବସାୟରେ, ଶେୟାରବଜାରରେ ପୁଞ୍ଜିଲଗାଣ ଶୁଭପ୍ରଦ ହେବ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜି ଦିନଟିରେ ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଭଲ। ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ।
କନ୍ୟା
ଶୁକ୍ରଙ୍କ ଶୁଭ ସଂସ୍ଥାନରୁ ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ବିଭିନ୍ନ ସମସ୍ୟା ମଧ୍ୟରେ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ। ବନ୍ଧୁ ଗହଣରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। କଳା, ସାହିତ୍ୟ, କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ତୁଳା
ତୁଳା
ଆଜିର ଫେରନ୍ତା ବାଟରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଉପର ଅଧିକାରୀଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। ସହକର୍ମୀମାନଙ୍କ କୃତ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ନୂତନ କର୍ମାରମ୍ଭ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ବିଛା
ବିଛା
ଚନ୍ଦ୍ରଙ୍କ ପ୍ରଭାବରୁ ପାରିବାରିକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି। ଭୂମି,ଗାଡ଼ିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ।
ଧନୁ
ଧନୁ
ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆକସ୍ମିକ ଭାବରେ ଆମୋଦ ପ୍ରମୋଦର ମଉକା ଜୁଟିବ। ମଙ୍ଗଳ ଜନିତ ପାଖ ପଡ଼ୋଶୀଙ୍କ ସହଯୋଗରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ। ସ୍ବାର୍ଥସାଧନର ଆଶଙ୍କାକରି ଆତ୍ମୀୟମାନେ କ୍ରମଶଃ ଦୂରେଇଯିବେ।
ମକର
ମକର

ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ଉଦ୍ୟମ ବିଫଳ ହେବନାହିଁ। କୌଣସି ମୂଲ୍ୟବାନ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଇଚ୍ଛା ନ ଥିଲେ ମଧ୍ୟ ହଠାତ୍‌ ଘରର ବରାଦ ଅନୁଶାରେ ଗୃହୋପକରଣ କ୍ରୟ କରିପାରନ୍ତି।

କୁମ୍ଭ
କୁମ୍ଭ
ଚତୁର୍ଥସ୍ଥ ଶୁକ୍ରଜନିତ ବନ୍ଧୁମାନଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ରିସ୍କ ପଦକ୍ଷେପ ଗ୍ରହଣ କରିବେ। ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ। ଆଜିର ପ୍ରାତଃ ଭ୍ରମଣ ବେଶ୍‌ ଆନନ୍ଦଦାୟକ ହେବ।
ମୀନମୀନ

ପରିସ୍ଥିତିର ବିଡମ୍ବନା କାରଣରୁ ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବେ। ବାରମ୍ବାର ଅସଫଳ ହେବା କାରଣରୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବ୍ୟବସାୟ,ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ସହ ଆଳାପରେ ସମୟ କଟାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri