Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡିମୋଟର ପ୍ରଭୃତିକୁ କେନ୍ଦ୍ରକରି କଳହ ଦେଖାଦେଇପାରେ। ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ

ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବ। ଘରେ ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ। ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। ମୃଗଶିରା ନକ୍ଷତ୍ରର କାଯ୍ୟହାନି ଯୋଗୁ ମନ ଉଦାସ ରହିବ।

ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ରର ପାରିବାରିକ ଅସ୍ଥିରତା ଓ ଅଶାନ୍ତି ସକାଶରୁ ମନ ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ଅତୀତ ଘଟଣା ସକାଶେ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆତ୍ମୀୟଙ୍କ ପାଇଁ ଯେଉଁ ଆଶା ନେଇ କାମ କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ। ପୁଷ୍ୟା ନକ୍ଷତ୍ର ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ପାରିବାରିକ ଅଶାନ୍ତି ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ। ପୂର୍ବାଫାଲଗୁନୀର ସକାଳୁ ସକାଳୁ କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନଟା ଖୁସୀ ଯାଇପାରେ। ନିକଟସ୍ଥ ବ୍ୟକ୍ତିବିଶେଷମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ରଚନାମତ୍କ କାମ, ସାହିତ୍ୟ, ସାମ୍ବାଦିକତାରେ ଉନ୍ନତି କରିବେ।
କନ୍ୟା
ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହାତ ନିଶ୍ଚୟ ପାଇବେ। କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅଭିଳାଷ ପୂରଣ ହେତୁ ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଯାତ୍ରା ସମୟରେ ସହଯାତ୍ରୀଙ୍କ କାର୍ଯ୍ୟକଳାପରୁ ବାଧାବିଘ୍ନ ଘଟିପାରେ। ସ୍ବାତୀ ନକ୍ଷତ୍ର ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ। ଜମିଜମା ସମ୍ପର୍କିତ ବିବାଦ ହେତୁ ଦୁଶ୍ଚିନ୍ତା ବଢିପାରେ।
ବିଛା
ବିଛା
ଆଜି ବନ୍ଧୁଙ୍କ ସହ ସକାଳୁ ସକାଳୁ ଯାତ୍ରା କରିବାକୁ ପଡିବ। ଉପକାର କରିଥିବା ବ୍ୟକ୍ତିଙ୍କ ଠାରୁ ପ୍ରତିଦାନ ପାଇବା ଆଶା ଦୁର୍ଲଭ ହୋଇପଡିବ। ଫେରନ୍ତା ବାଟରେ ବନ୍ଧୁଙ୍କ ସାହାଯ୍ୟରୁ ଶତ୍ରୁ କବଳରୁ ବିପଦ ମୁକ୍ତ ହେବେ। ଅନୁରାଧା କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ।
ଧନୁ
ଧନୁ
ପରିବାରର ପରିସ୍ଥିତି ଆପଣଙ୍କ ସକାଶେ ଦୁଶ୍ଚିନ୍ତାର କାରଣ ହେବ। କିନ୍ତୁ ପୂର୍ବାଷାଢା ନକ୍ଷତ୍ରର ବନ୍ଧୁ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦୀର୍ଘ ଦିନରୁ ପ୍ରତୀକ୍ଷା କରିଥିବା ଶୁଭଖବରଟି ପାଇ ଉଲ୍ଲସିତ ହେବେ। ବିଳାସ ବ୍ୟସନ କିମ୍ବା ସଭାସମିତିରେ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ।
ମକର
ମକର

ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବା ପାଇଁ ଆପ୍ରାଣ ଉଦ୍ୟମ କରିପାରନ୍ତି। ନିର୍ମାଣାଧୀନ କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣି ହତଚକିତ ହେବେ।

କୁମ୍ଭ
କୁମ୍ଭ
ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବା ଦିଗରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ଶତଭିଷା ନକ୍ଷତ୍ର ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସମର୍ଥ ହେବେ।
ମୀନମୀନ

କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। ରେବତୀ ନକ୍ଷତ୍ର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜିଯାଇପାରେ। ଆପଣ ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଯାତ୍ରା,ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri