Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ
ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ। କୃଷି, ବାଣିଜ୍ୟବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଗୃହକୁ କିଛି ମୂଲ୍ୟବାନ କିମ୍ବା ସୌଖୀନ ପଦାର୍ଥ ଆଣିପାରନ୍ତି। ନିର୍ମାଣ କାମ ଆଗେଇ ଚାଲିବ ଓ ଅପରାହ୍ନେ ଜଣେ ବନ୍ଧୁଙ୍କ ଅବଦାନକୁ ଭୁଲି ପାରିବେ ନାହିଁ।
ବୃଷ
ବୃଷ
କ୍ଷେତ୍ରସିଂହାସନ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବୃଦ୍ଧି ପାଇବ। ନିଜ ସମ୍ପର୍କୀୟ ବନ୍ଧୁ ମାନଙ୍କ ସହାୟତା ଲାଭ କରି କାର୍ଯ୍ୟ ହାସଲ କରିବେ। ବରାଦ ଅନୁସାରେ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ମିଥୁନ
ମିଥୁନ
ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେକରିବେ। ଯେଉଁ କାମଟିକୁ ଆଜି ଯାଏ ଆପଣ କରି ପାରୁ ନ ଥିଲେ ଆଜି ତାହା ସୁବିଧାରେ ହୋଇଯିବ। ଘରର ବାରଣ ମାନି କାମ କଲେ ଅବଶ୍ୟ ଉପକୃତ ହେବେ। ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ।
କର୍କଟ
କର୍କଟ
ଉପରିସ୍ଥଙ୍କ ସହୃଦୟତାରୁ କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ। ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ଆଜି ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ। ଉଚ୍ଚପଦାଧିକାରୀଙ୍କ କ୍ରୋଧରୁ କିଛିଟା ହଇରାଣ ହୋଇପାରନ୍ତି। ବନ୍ଧୁଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ର କରି ଟଣା ଓଟରା ଲାଗିପାରେ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ।
କନ୍ୟା
ବିଭିନ୍ନ ସମସ୍ୟାରେ ଭାରାକ୍ରାନ୍ତ ମନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ବିଷମ ପରିସ୍ଥିତିରେ ବନ୍ଧୁଙ୍କ ଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହେବ। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ସାଙ୍ଗସାଥୀଙ୍କ ସହ ଭ୍ରମଣ ସୁଯୋଗ ଜୁଟିବାର ସୂଚନା ରହିଛି ।
ତୁଳା
ତୁଳା
ଭୁଲ୍‌ ବୁଝାମଣାରୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ ସମସ୍ୟାରୁ ମୁକୁଳିବେ।
ବିଛା
ବିଛା
ସ୍ବାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁତ୍ସାହିତ କରିପାରେ। ସାଧାରଣ କଥାରେ ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି ଆଜିର ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଅଫିସରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
ଧନୁ
ଧନୁ
ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଅଫିସରଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ରୋଗପୀଡା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ମାଲି ମକଦ୍ଦମାରେ ମନ ଅଶାନ୍ତ ରହିବ।
ମକର
ମକର

ପରୋକ୍ଷ ଶତ୍ରୁତା, ଧାର କରଜ, ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଆଦୌ ପଡୁ ନ ଥିବା ଲୋକମାନେ ଗୁଣଗାନ କରିବା ବଦଳରେ ନିନ୍ଦା ରଟନା କରିବେ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କିମ୍ବା ଅଫିସରେ କଳହ ସୃଷ୍ଟି ହୋଇପାରେ। ଅନ୍ୟମାନଙ୍କ ଘରୋଇ କଥାରେ କାମରେ ମୁଣ୍ଡ ପୂରାନ୍ତୁ ନାହିଁ।

କୁମ୍ଭ
କୁମ୍ଭ
ବନ୍ଧୁଙ୍କ ଶତ୍ରୁତା, ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିବେ। ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବବନ୍ଧୁ କିଛି ଖବର ନେଇ ଆସିବେ। ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଅର୍ଥ ସଂକଟ ଓ କାମର ଚାପ ମନକୁ ଅତିଷ୍ଠ କରିବ।
ମୀନମୀନ

କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ କିନ୍ତୁ କୌଣସି କାମ ଅଟକିବ ନାହିଁ। ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ। ରାଜନୈତିକ ଚାପର ସମ୍ମୁଖୀନ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri