Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ
ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ। କୃଷି, ବାଣିଜ୍ୟବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଗୃହକୁ କିଛି ମୂଲ୍ୟବାନ କିମ୍ବା ସୌଖୀନ ପଦାର୍ଥ ଆଣିପାରନ୍ତି। ନିର୍ମାଣ କାମ ଆଗେଇ ଚାଲିବ ଓ ଅପରାହ୍ନେ ଜଣେ ବନ୍ଧୁଙ୍କ ଅବଦାନକୁ ଭୁଲି ପାରିବେ ନାହିଁ।
ବୃଷ
ବୃଷ
କ୍ଷେତ୍ରସିଂହାସନ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବୃଦ୍ଧି ପାଇବ। ନିଜ ସମ୍ପର୍କୀୟ ବନ୍ଧୁ ମାନଙ୍କ ସହାୟତା ଲାଭ କରି କାର୍ଯ୍ୟ ହାସଲ କରିବେ। ବରାଦ ଅନୁସାରେ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ମିଥୁନ
ମିଥୁନ
ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେକରିବେ। ଯେଉଁ କାମଟିକୁ ଆଜି ଯାଏ ଆପଣ କରି ପାରୁ ନ ଥିଲେ ଆଜି ତାହା ସୁବିଧାରେ ହୋଇଯିବ। ଘରର ବାରଣ ମାନି କାମ କଲେ ଅବଶ୍ୟ ଉପକୃତ ହେବେ। ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ।
କର୍କଟ
କର୍କଟ
ଉପରିସ୍ଥଙ୍କ ସହୃଦୟତାରୁ କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ। ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ଆଜି ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ। ଉଚ୍ଚପଦାଧିକାରୀଙ୍କ କ୍ରୋଧରୁ କିଛିଟା ହଇରାଣ ହୋଇପାରନ୍ତି। ବନ୍ଧୁଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ର କରି ଟଣା ଓଟରା ଲାଗିପାରେ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ।
କନ୍ୟା
ବିଭିନ୍ନ ସମସ୍ୟାରେ ଭାରାକ୍ରାନ୍ତ ମନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ବିଷମ ପରିସ୍ଥିତିରେ ବନ୍ଧୁଙ୍କ ଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହେବ। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ସାଙ୍ଗସାଥୀଙ୍କ ସହ ଭ୍ରମଣ ସୁଯୋଗ ଜୁଟିବାର ସୂଚନା ରହିଛି ।
ତୁଳା
ତୁଳା
ଭୁଲ୍‌ ବୁଝାମଣାରୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ ସମସ୍ୟାରୁ ମୁକୁଳିବେ।
ବିଛା
ବିଛା
ସ୍ବାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁତ୍ସାହିତ କରିପାରେ। ସାଧାରଣ କଥାରେ ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି ଆଜିର ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଅଫିସରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
ଧନୁ
ଧନୁ
ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଅଫିସରଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ରୋଗପୀଡା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ମାଲି ମକଦ୍ଦମାରେ ମନ ଅଶାନ୍ତ ରହିବ।
ମକର
ମକର

ପରୋକ୍ଷ ଶତ୍ରୁତା, ଧାର କରଜ, ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଆଦୌ ପଡୁ ନ ଥିବା ଲୋକମାନେ ଗୁଣଗାନ କରିବା ବଦଳରେ ନିନ୍ଦା ରଟନା କରିବେ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କିମ୍ବା ଅଫିସରେ କଳହ ସୃଷ୍ଟି ହୋଇପାରେ। ଅନ୍ୟମାନଙ୍କ ଘରୋଇ କଥାରେ କାମରେ ମୁଣ୍ଡ ପୂରାନ୍ତୁ ନାହିଁ।

କୁମ୍ଭ
କୁମ୍ଭ
ବନ୍ଧୁଙ୍କ ଶତ୍ରୁତା, ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିବେ। ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବବନ୍ଧୁ କିଛି ଖବର ନେଇ ଆସିବେ। ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଅର୍ଥ ସଂକଟ ଓ କାମର ଚାପ ମନକୁ ଅତିଷ୍ଠ କରିବ।
ମୀନମୀନ

କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ କିନ୍ତୁ କୌଣସି କାମ ଅଟକିବ ନାହିଁ। ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ। ରାଜନୈତିକ ଚାପର ସମ୍ମୁଖୀନ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି କୃତିକା ନକ୍ଷତ୍ର ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବାର...

ରାଶିଫଳ: ଶୁକ୍ରବାର, ମେ ୨୨ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ରବି ହେତୁ ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବାରେ କୌଣସି ଅସୁବିଧା ରହିବ ନାହିଁ । ଅଫିସ୍‌...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଶୁକ୍ର କର୍ମସ୍ଥାନସ୍ଥ ଯୋଗୁ ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା ସକାଶରୁ...

ରାଶିଫଳ: ଗୁରୁବାର, ଫେବୃୟାରୀ ୧୬ ତାରିଖ – Daily Horoscope

ମେଷ ରାହୁଙ୍କ ଯୋଗୁ ସାଧାରଣ କଥାରେ ବେଶି ବିବ୍ରତ ହେବା ନିଜ ପାଇଁ କ୍ଷତିର କାରଣ ପାଲଟିଯିବ। ସାମାଜିକସ୍ତରରେ ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ...

ରାଶିଫଳ: ମଙ୍ଗଳବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁଁ...

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‌ ୨୭ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ସାମାଜିକ ସ୍ତରରେ ବିଜ୍ଞ ବ୍ୟକ୍ତିମାନେ ଆପଣଙ୍କର ନିଃସ୍ବାର୍ଥପର...

ରାଶିଫଳ: ସୋମବାର, ଫେବୃୟାରୀ ୭ ତାରିଖ – Daily Horoscope

ମେଷ ଆଜିର ରେବତୀ ନକ୍ଷତ୍ରସ୍ଥ ଚନ୍ଦ୍ର ଆପଣଙ୍କୁ ସାହାଯ୍ୟ, ସହଯୋଗ ଯୋଗାଇଦେବାରେ ସମସ୍ୟା ସୃଷ୍ଟି କରିବ। ସାହାଯ୍ୟ କରିବା ପରିପ୍ରେକ୍ଷୀରେ ବନ୍ଧୁଙ୍କୁ ଟଙ୍କା ପଇସା ଦେଇ...

ରାଶିଫଳ: ବୁଧବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି। ଫଳରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ।...

Advertisement
Archives

Model This Week