Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍ ୩୦ ତାରିଖ – Daily Horoscope

ମେଷ
ବିଶିଷ୍ଟବ୍ୟକ୍ତିଙ୍କ ପୃଷ୍ଠସାହାଯ୍ୟରୁ ଅସମ୍ଭବ କାମକୁ ସମ୍ଭବ କରାଇବାରେ ସାହାଯ୍ୟ କରିବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇ ଦୁଃଖକୁ ଲାଘବ କରିବେ। କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ସତ୍‌ସଙ୍ଗ, ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।
ବୃଷ
ବୃଷ
ବୁଧ ଅର୍ଥପ୍ରାପ୍ତିରେ ବିଳମ୍ବ ସୃଷ୍ଟି କରିବା ସହ ବନ୍ଧୁଙ୍କ ସହ କଳହର କାରଣ ହୋଇପାରନ୍ତି। ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। କ୍ରମଶଃ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ। ସାଂସ୍କୃତିକ କାର୍ଯ୍ୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିରୁ ଖୁସି ରହିବାର ସୂଚନା ମିଳେ।
ମିଥୁନ
ମିଥୁନ
ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବହୁତ ବିଳମ୍ବରେ ସଫଳତା ପାଇବେ। ପିଲାମାନଙ୍କ ସମସ୍ୟାକୁ କେନ୍ଦ୍ରକରି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆକସ୍ମିକ ଭାବରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ।
କର୍କଟ
କର୍କଟ
ପାପଗ୍ରହ ମଧ୍ୟ ଚନ୍ଦ୍ରଙ୍କ ଯୋଗୁ ସାମୟିକ ଥଣ୍ଡାଜନିତ ପୀଡା କର୍ମକ୍ଷେତ୍ରକୁ ନିରୁତ୍ସାହିତ କରିପାରେ। ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି କିମ୍ବା ହିତୈଷୀଙ୍କ ସୁନଜରରେ ଆସିବାର ସମ୍ଭାବନା ରହିଛି। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ।
ସି˚ହ
ସି˚ହ
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ନିଜର ବିଚକ୍ଷଣତା ପ୍ରଭାବରେ ସଭାସମିତିରେ ସମ୍ମାନିତ ହୋଇପାରନ୍ତି। ଭୁଲ୍‌ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କନ୍ୟା
ବହୁପୂର୍ବରୁ ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଦୂରେଇ ରହିବେ। ଆତ୍ମୀୟସ୍ବଜନ କାର୍ଯ୍ୟକଳାପ ଆପଣଙ୍କ ପାଇଁ ଚିନ୍ତାର କାରଣ ହୋଇପାରେ। ପରିବହନ ତଥା ଆଇନ ଅଦାଲତରୁ ସୁଫଳ ପାଇବେ। ବନ୍ଧୁଙ୍କ ହସ୍ତକ୍ଷେପ ଦ୍ୱାରା ପାରିବାରିକ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମ ଗୁଡିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ। ପାରିବାରିକ ସମସ୍ୟାକୁ ମନ ଭିତରେ ରଖି କାମ କରିବାକୁ ବାଧ୍ୟ ହେବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢ଼ିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ବନ୍ଧୁଗହଣରେ ଅପ୍ରିୟସତ୍ୟ କଥା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ଅଧସ୍ତନ କର୍ମଚାରୀଙ୍କ ମନମୁଖିଆ ଚିନ୍ତାଧାରା କେତେ ନୂତନ ସମସ୍ୟା ସୃଷ୍ଟି କରିପାରେ। ବ୍ୟବସାୟିକ ସ୍ଥିତି ମନଲାଖି ନ ହୋଇପାରେ।
ଧନୁ
ଧନୁ
ପାରିବାରିିକ ଜଞ୍ଜାଳ ବୃଦ୍ଧି ମାନସିକ ସନ୍ତୁଳନ ନଷ୍ଟକରିବାରେ ସହାୟକ ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ସ୍ବୀକାର କରିବାକୁ ପଡିପାରେ।
ମକର
ମକର

ସମସ୍ୟା ମଧ୍ୟରେ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ କିନ୍ତୁ କାମ ଅଟକିବ ନାହିଁ। ପରିବାର ଭିତରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟି କରିପାରେ। ବନ୍ଧୁସମ୍ପର୍କ, ଆନୁଷ୍ଠାନିକ କାମ ଓ ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ।

କୁମ୍ଭ
କୁମ୍ଭ
ସରକାରୀ କାମରେ ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଜିର ବ୍ୟବସାୟ, ବାଣିଜ୍ୟ ପ୍ରତିବନ୍ଧକ ମୁକ୍ତ ରହିବ। ବନ୍ଧୁମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି, ଯାହା କି ଉଦ୍‌ବେଗର କାରଣ ହୋଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହୋଇପାରନ୍ତି।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପାରିବାରିକ କ୍ଷେତ୍ର ଭୋଗ ବିଳାସ ଓ ହସ ଖୁସୀରେ ଅତିବାହିତ ହେବ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି। ଅଯଥା ଗୁଡାଏ ମନଗଢା ବିଷୟବସ୍ତୁକୁ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri