Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ
ଆଜି ଚତୁର୍ଥଭାବ ଚନ୍ଦ୍ର ଦୃଷ୍ଟ ଯୋଗୁଁ ଆପଣଙ୍କୁ ବନ୍ଧୁମାନଙ୍କ ସହ ଆକସ୍ମିକ ଯାତ୍ରା କରିବାର ସୁବିଧା ମିଳିବ। ପଡୋଶୀଙ୍କ ପରାମର୍ଶ କ୍ରମେ ସକାଳୁ ସକାଳୁ ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ଦିନ ମଧ୍ୟରେ ବିଶେଷ ଭ୍ରମଣ ଜନିତ ଶାରିରୀକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ବୃଷ
ବୃଷ
ଧନସ୍ଥାନ ପାପଯୁକ୍ତ ଯୋଗୁଁ ଅର୍ଥ ସମ୍ପର୍କୀୟ ସାମାନ୍ୟ ସମସ୍ୟା ଆସିବାର ଆଶଙ୍କା ଦେଖାଦେବ। ବନ୍ଧୁଙ୍କ ପରାମର୍ଶରେ କୈାଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। ଆଜିର ଆନୁଷ୍ଟାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିବ। ବନ୍ଧୁଙ୍କ ପାଇଁ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇପାରେ।
ମିଥୁନ
ମିଥୁନ
ଆପଣଙ୍କ ରାଶିରେ ବୁଧ ପାପଗ୍ରହ ରାହୁଯୁକ୍ତ ହୋଇଥିବାରୁ ବିଚାରଧାରର ବିଭିନ୍ନତା ମାନସିକ ଅସ୍ଥିରତାର କାରଣ ହେବ। ପରିବାର ସଦସ୍ୟଙ୍କୁ ସନ୍ଦେହ କରି ନିଜ ଭୁଲ୍‌କୁ ଦେଖିପାରିବେ ନାହିଁ। ଜମିଜମା ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହିନପାରେ। ବ୍ୟବସାୟ କ୍ଷେତ୍ରରେ ବାଧାପ୍ରାପ୍ତ ହୋଇପାରେ।
କର୍କଟ
କର୍କଟ
ଆଜି ଏକାଦଶସ୍ଥ ଶୁକ୍ରଙ୍କ ଯୋଗୁଁ ଅନ୍ୟ ମାନଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିପାରିବେ। ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୈାଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। କୈାଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି।
ସି˚ହ
ସି˚ହ
ରାହୁ ଯୁକ୍ତ ବୁଧ ହେତୁ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦି ଫିକର କରିବାକୁ ପଡିପାରେ। ବହୁତ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ।
କନ୍ୟା
ନିଜଭାବରୁ ଧନାଧିପ ଅଷ୍ଟମସ୍ଥ ହେତୁ ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। କୈାଣସି କ୍ଷେତ୍ରରେ ତରବର ନହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ଦୁଃସ୍ଥାନସ୍ଥ ଶୁକ୍ର ପ୍ରଭାବରେ ମନରେ ସୁଖ,ସୈାହାର୍ଦ୍ଦ୍ୟ ନଥିଲେ ମଧ୍ୟ କେତେକ କାମ ବାଧ୍ୟତା ମୂଳକ ଭାବରେ କରିବାକୁ ପଡିପାରେ। କୈାଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ଅନୁଭବ କରିବେ। ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡା ଲାଗିବାର ସମ୍ଭାବନା ରହିଛି।
ବିଛା
ବିଛା
ମଙ୍ଗଳଗ୍ରହ ଦାତ୍ମିକ ରାଶିରେ ଥିବାରୁ ଆଜି କୈାଣସି ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ପାରିବାରିିକ ପ୍ରତିରୋଧ ଅଧିକାଂଶ ସମୟ କାମକୁ ବିଶୃଙ୍ଖଳିତ କରିପାରେ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିର କାରଣ ହେବ। ଅର୍ଥ ଲାଭ କାରଣରୁ ସାମୟିକ ମନ ପ୍ରଫୁଲ୍ଲ ରହିବାର ଆଶା ରହିଛି।
ଧନୁ
ଧନୁ
ଆଜି ସ୍ବାସ୍ଥ୍ୟ ସମସ୍ୟା ବହୁଳାଂଶରେ ସୁଧୁରି ଯିବାର ସମ୍ଭାବନା ରହିଛି। ଜମିଜମା କାରବାର କିମ୍ବା ରେଜିଷ୍ଟ୍ରେସନ ସମ୍ପର୍କୀୟ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି। ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ। ଅଭାବ ଲାଗି ରହିଥିଲେ ମଧ୍ୟ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମକର
ମକର

ଆଜିର କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବାରେ କୈାଣସି ଅସୁବିଧା ରହିବ ନାହିଁ। କିନ୍ତୁ ପାଖ ପଡୋଶୀ ମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିବେ। ସକାଳ ସମୟରେ ପରିବାର ସହ ସୁଖଭ୍ରମଣ ଯୋଗ ରହିଛି। ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ।

କୁମ୍ଭ
କୁମ୍ଭ
ସମସ୍ୟା ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ। ଯେତେ ପ୍ରକାରର ସମସ୍ୟା ସୃଷ୍ଟି ଆସିଲେ ମଧ୍ୟ ଆପଣଙ୍କର କୈାଣସି ଅସୁବିଧା ହେବ ନାହିଁ। ଆଜି ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ

ପରିବାରରେ ସନ୍ତାନ ମାନଙ୍କ ବିଶୃଙ୍ଖଳିତ ଆଚରଣ,କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ। ସତର୍କରେ ନଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବାର ସୂଚନା ରହିଛି। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ,ଯାହାକି ବ୍ୟସ୍ତତାର କାରଣ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ସାମାନ୍ୟ କାରଣରୁ ବିତର୍କ ଲାଗି ମାନସିକ ଅବସ୍ଥା ଭଲ ରହିବ ନାହଁ। କର୍ମକ୍ଷେତ୍ରରେ ସମସ୍ୟା ଥିଲେ ମଧ୍ୟ ସମାଧାନର ରାସ୍ତା ଖୋଜିବାରେ…

ରାଶିଫଳ: ସୋମବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ ଆଜିର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା କାରଣରୁ କାମଗୁଡିକ ସହଜରେ ସମ୍ପନ୍ନ ହୋଇଯିବ। ଆତ୍ମୀୟମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାମାଜିକ ସ୍ତରରେ ସାହିତ୍ୟ, କଳା,…

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri